< Anden Kongebog 24 >

1 I hans Dage drog Kong Nebukadnezar af Balel op, og Jojakim underkastede sig ham; men efter tre Års Forløb faldt han fra ham igen.
ଯିହୋୟାକୀମ୍‍ଙ୍କ ରାଜତ୍ୱ ସମୟରେ ବାବିଲର ରାଜା ନବୂଖଦ୍‍ନିତ୍ସର ଯିହୁଦା ଉପରେ ଆକ୍ରମଣ କଲେ, ପୁଣି ଯିହୋୟାକୀମ୍‍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ।
2 Da sendte HERREN kaldæiske, aramaiske, moabitiske og ammonitiske Strejfskarer imod ham; dem sendte han ind i Juda for at ødelægge det efter det Ord, HERREN havde talet ved sine Tjenere Profeterne.
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍‍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ-ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।
3 Det skyldtes ene og alene HERRENs Vrede, at Juda blev drevet bort fra HERRENs Åsyn; det var for Manasses Synders Skyld, for alt det, han havde gjort,
ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ,
4 også for det uskyldige Blods Skyld, som han havde udgydt så meget af, at han havde fyldt Jerusalem dermed; det vilde HERREN ikke tilgive.
ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ।
5 Hvad der ellers er at fortælle om Jojakim, alt, hvad han udførte, står jo optegnet i Judas Kongers Krønike.
ଏହି ଯିହୋୟାକୀମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
6 Så lagde Jojakim sig til Hvile hos sine Fædre; og hans Søn Jojakin blev Kooge i hans Sted.
ଏଥିଉତ୍ତାରେ ଯିହୋୟାକୀମ୍‍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ।
7 Men Ægypterkongen drog ikke mere ud af sit Land, thi Babels Konge havde taget alt, hvad der tilhørte Ægypterkongen fra Ægyptens Bæk til Eufratfloden.
ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ମିସରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ।
8 Jojakin var atten År gammel, da han blev Konge, og han herskede tre Måneder i Jerusålem. Hans Moder hed Nehusjta og var en Datter af Elnatan fra Jerusalem.
ଯିହୋୟାଖୀନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍‍ନାଥନ୍‍ର କନ୍ୟା।
9 Han gjorde, hvad der var ondt i HERRENs Øjne, ganske som hans Fader.
ଯିହୋୟାଖୀନ୍‍ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
10 På den Tid drog Kong Nebukadnezar af Babels Folk op mod Jerusalem, og Byen blev belejret.
ସେସମୟରେ ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସମାନେ ଯିରୂଶାଲମକୁ ଆସିଲେ, ତହିଁରେ ନଗର ଅବରୁଦ୍ଧ ହେଲା।
11 Kong Nebukadnezar af Babel kom til Jerusalem, medens hans Folk belejrede det.
ପୁଣି ତାହାର ଦାସମାନେ ଅବରୋଧ କରୁଥିବା ସମୟରେ ବାବିଲର ରାଜା ନବୂଖଦ୍‍ନିତ୍ସର ନଗରରେ ଉପସ୍ଥିତ ହେଲା।
12 Da overgav Kong Jojakin af Juda sig med sin Modet, sine Tjenere, Øverster og Hoffolk til Babels Konge, og han tog imod ham; det var i Kongen af Babels ottende Regeringsår.
ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍‍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜା ନିକଟକୁ ବାହାରିଗଲେ; ପୁଣି ବାବିଲ ରାଜା ଆପଣା ରାଜତ୍ଵର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା।
13 Og som HERREN havde forudsagt, førte han alle Skattene i HERRENs Hus og Kongens Palads bort og brød Guldet af alle de Ting, Kong Salomo af Israel havde ladet lave i HERRENs Helligdom.
ଆଉ ନବୂଖଦ୍‍ନିତ୍ସର ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ୱର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ଡ ଖଣ୍ଡ କରି କାଟି ପକାଇଲା।
14 Og han førte hele Jerusalem, alle Øversterne og de velhavende, 10.000 i Tal, bort som Fanger, ligeledes Grovsmede og Låsesmede, så der ikke blev andre tilbage end de fattigste af Folket fra Landet.
ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା। ଦେଶର ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।
15 Så førte han Jojakin som Fange til Babel, også Kongens Moder og Hustruer, hans Hoffolk og alle de højtstående i Landet førte han som Fanger fra Jerusalem til Babel;
ଆହୁରି ନବୂଖଦ୍‍ନିତ୍ସର ଯିହୋୟାଖୀନ୍‍ଙ୍କୁ ବାବିଲକୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପତ୍ନୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା।
16 fremdeles alle de velbavende, 7000 i Tal, Grovsmedene og Låsesmedene, 1800 i Tal, alle øvede Krigere - dem førte Babels Konge som Fanger til Babel.
ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍‍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ ରାଜା ବନ୍ଦୀ କରି ବାବିଲକୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ।
17 Men i Jojakins Sted gjorde Babels Konge hans Farbroder Mattanja til Konge, og han ændrede hans Navn til Zedekias.
ପୁଣି ବାବିଲର ରାଜା ଯିହୋୟାଖୀନ୍‍ର ପିତୃବ୍ୟ ମତ୍ତନୀୟଙ୍କୁ ତାଙ୍କର ପଦରେ ରାଜା କଲା ଓ ତାଙ୍କ ନାମ ବଦଳାଇ ସିଦିକୀୟ ରଖିଲା।
18 Zedekias var een og tyve År gammel, da han blev Konge, og han herskede elleve År i Jerusalem. Hans Moder hed Hamital og var en Datter af Jirmeja fra Libna.
ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ହମୁଟଲ୍‍; ସେ ଲିବ୍‍ନା ନିବାସୀ ଯିରିମୀୟର କନ୍ୟା।
19 Han gjorde, hvad der var ondt i HERRENs Øjne, ganske som Jojakim.
ଆଉ ସେ ଯିହୋୟାକୀମ୍‍ଙ୍କର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
20 Thi for HERRENs Vredes Skyld timedes dette Jerusalem og Juda, og til sidst stødte han dem bort fra sit Åsyn. Og Zedekias faldt fra Babels Konge.
କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟଣା ଘଟିଲା; ଆଉ ସିଦିକୀୟ ବାବିଲ ରାଜା ନବୂଖଦ୍‍ନିତ୍ସରର ବିଦ୍ରୋହୀ ହେଲେ।

< Anden Kongebog 24 >