< Esajas 14 >

1 Thi HERREN forbarmer sig over Jakob og udvælger atter Israel. Han lader dem fæste Bo i deres eget Land, og fremmede skal slutte sig til dem og føjes til Jakobs Hus.
କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ।
2 Folkeslag skal tage dem og bringe dem hjem igen; og Israels Hus skal i HERRENs Land tage Folkeslagene i Eje som Trælle og Trælkvinder; de skal gøre dem til Fanger, hvis Fanger de var, og herske over deres Bødler.
ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହଞ୍ଚାଇ ଦେବେ; ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।
3 På den Dag HERREN giver dig Hvile for din Møje og Uro og for den hårde Trældom, der lagdes på dig,
ପୁଣି, ଯେଉଁ ଦିନ ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଦୁଃଖ ଓ କ୍ଲେଶରୁ ଓ ଯେଉଁ କଠୋର ଦାସତ୍ୱରେ ତୁମ୍ଭକୁ ଦାସ୍ୟକର୍ମ କରିବାକୁ ହେଲା, ତହିଁରୁ ବିଶ୍ରାମ ଦେବେ,
4 skal du istemme denne Spottevise om Babels Konge: Hvor er dog Bødlen stille, Tvangshuset tyst!
ସେହି ଦିନ ତୁମ୍ଭେ ବାବିଲ ରାଜା ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, “ଉପଦ୍ରବକାରୀ କିପରି ଶେଷ ହୋଇଅଛି! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି!
5 HERREN har brudt de gudløses Stok, Herskernes Kæp,
ଯେଉଁମାନେ କୋପରେ ନାନା ଗୋଷ୍ଠୀକୁ ଅନବରତ ଆଘାତ କଲେ ଓ ନାନା ଦେଶୀୟ ଲୋକଙ୍କୁ କ୍ରୋଧରେ ଶାସନ କରି ଅନିବାରିତ ରୂପେ ତାଡ଼ନା କଲେ,
6 som slog i Vrede Folkeslag, Slag i Slag, og tvang i Harme Folk med skånselsløs Tvang.
ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇଅଛନ୍ତି।
7 Al Jorden har Fred og Ro, bryder ud i Jubel;
ସମୁଦାୟ ପୃଥିବୀ ଶାନ୍ତ ଓ ସୁସ୍ଥିର ହୋଇଅଛି; ସେମାନେ ଆନନ୍ଦରେ ଗାନ କରୁଅଛନ୍ତି।
8 selv Cypresserne glæder sig over dig, Libanons Cedre: "Siden dit Fald kommer ingen op for at fælde os!"
ହଁ, ଦେବଦାରୁ ଓ ଲିବାନୋନର ଏରସ ବୃକ୍ଷସକଳ ତୁମ୍ଭ ବିଷୟରେ ଆନନ୍ଦ କରି କହନ୍ତି, ‘ତୁମ୍ଭେ ଭୂମିସାତ୍‍ ହେବାଠାରୁ କୌଣସି ଛେଦନକର୍ତ୍ତା ଆମ୍ଭମାନଙ୍କ ପ୍ରତିକୂଳରେ ଆସି ନାହିଁ।’
9 Dødsriget nedentil stormer dig heftigt i Møde, vækker for din Skyld Dødninger, al Jordens store, jager alle Folkenes Konger op fra Tronen; (Sheol h7585)
ତୁମ୍ଭ ଆଗମନ ସମୟରେ ତୁମ୍ଭ ସଙ୍ଗେ ସାକ୍ଷାତ କରିବା ପାଇଁ ଅଧଃସ୍ଥ ପାତାଳ ଚାଳିତ ହୁଏ; ତାହା ତୁମ୍ଭ ନିମନ୍ତେ ମୃତମାନଙ୍କୁ, ପୃଥିବୀର ପ୍ରଧାନମାନଙ୍କୁ ହିଁ ଜଗାଏ; ତାହା ଗୋଷ୍ଠୀବର୍ଗର ରାଜାସକଳକୁ ସେମାନଙ୍କ ସିଂହାସନରୁ ଉଠାଇଅଛି। (Sheol h7585)
10 de tager alle til Orde og siger til dig: "Også du blev kraftløs som vi, du blev vor Lige!"
ସେମାନେ ସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ‘ତୁମ୍ଭେ ମଧ୍ୟ କʼଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ? ତୁମ୍ଭେ କʼଣ ଆମ୍ଭମାନଙ୍କର ସମାନ ହେଲ?’
11 Til Dødsriget sendtes din Højhed, dine Harpers Brus, dit Leje er redt med Råddenskab, dit Tæppe er Orme. (Sheol h7585)
ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି। (Sheol h7585)
12 Nej, at du faldt fra Himlen; du strålende Morgenstjerne, fældet og kastet til Jorden, du Folkebetvinger!
ହେ ପ୍ରଭାତୀତାରା, ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ!
13 Du, som sagde. i Hjertet: "Jeg stormer Himlen, rejser min, Trone deroppe over Guds Stjerner, tager Sæde på Stævnets Bjerg i yderste Nord,
ପୁଣି, ତୁମ୍ଭେ ମନେ ମନେ କହିଥିଲ, ‘ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଊର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;
14 stiger op over Skyernes Højder, den Højeste lig" -
ଆମ୍ଭେ ମେଘମାଳର ଉଚ୍ଚସ୍ଥଳୀର ଊର୍ଦ୍ଧ୍ୱକୁ ଆରୋହଣ କରିବା; ଆମ୍ଭେ ସର୍ବୋପରିସ୍ଥଙ୍କର ତୁଲ୍ୟ ହେବା।’
15 ja, ned i Dødsriget styrtes du, nederst i Hulen! (Sheol h7585)
ମାତ୍ର ତୁମ୍ଭେ ପାତାଳକୁ, ଗର୍ତ୍ତର ପ୍ରାନ୍ତ ସୀମାକୁ ଅବରୋହିତ ହେବ। (Sheol h7585)
16 Ser man dig, stirrer man på dig med undrende Blikke: "Er det ham, som fik Jorden til at bæve, Riger til at skælve,
ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ‘ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା;
17 ham, som gjorde Verden til Ørk og jævnede Byer, ikke gav Fangerne fri til at drage mod Hjemmet?"
ଯେ ଜଗତକୁ ଅରଣ୍ୟ ତୁଲ୍ୟ କଲା ଓ ତହିଁର ନଗରସମୂହକୁ ଉତ୍ପାଟନ କଲା; ଯେ ଆପଣା ବନ୍ଦୀଗଣକୁ ସେମାନଙ୍କ ଗୃହକୁ ଯିବାକୁ ଛାଡ଼ିଲା ନାହିଁ, ସେ କି ଏହି ପୁରୁଷ?’
18 Folkenes Konger hviler med Ære hver i sit Hus,
ଗୋଷ୍ଠୀବର୍ଗର ରାଜାଗଣ, ସେମାନଙ୍କର ସମସ୍ତେ ହିଁ, ସମ୍ଭ୍ରମରେ ଆପଣା ଆପଣା ଗୃହରେ ଶୟନ କରୁଅଛନ୍ତି।
19 men du er slængt hen uden Grav som et usseligt Foster, dækket af faldne, slagne med Sværd og kastet i Stenbruddets Hul som et nedtrådt Ådsel.
ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ।
20 I Graven samles du ikke med dine Fædre, fordi du ødte dit Land og dræbte dit Folk. Ugerningsmændenes Afkom skal aldrig nævnes.
ତୁମ୍ଭେ ସେମାନଙ୍କ ସଙ୍ଗେ କବରସ୍ଥ ହେବ ନାହିଁ, କାରଣ ତୁମ୍ଭେ ଆପଣା ଦେଶ ଉଚ୍ଛିନ୍ନ କରିଅଛ, ତୁମ୍ଭେ ଆପଣା ଲୋକମାନଙ୍କୁ ବଧ କରିଅଛ, କୁକ୍ରିୟାକାରୀମାନଙ୍କ ବଂଶର ନାମ ଅନନ୍ତକାଳ ଉଲ୍ଲିଖିତ ହେବ ନାହିଁ।
21 Bered hans Sønner et Blodbad for Faderens Brøde! De skal ikke stå op og indtage Jorden og fylde Verden med Sfæder.
ତାହାର ସନ୍ତାନଗଣ ଉଠି ଯେପରି ପୃଥିବୀ ଅଧିକାର ନ କରନ୍ତି ଓ ଜଗତକୁ ନଗରରେ ପରିପୂର୍ଣ୍ଣ ନ କରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପୂର୍ବପୁରୁଷଗଣର ଅପରାଧ ସକାଶୁ ସେମାନଙ୍କ ପାଇଁ ହତ୍ୟାସ୍ଥାନ ପ୍ରସ୍ତୁତ କର।”
22 Jeg står op imod dem, lyder det fra Hærskarers HERRE, og udrydder af Babel Navn og Rest, Skud og Spire, lyder det fra HERREN;
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା, ସଦାପ୍ରଭୁ କହନ୍ତି, ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,”
23 jeg gør det til Rørdrummers Eje og til side Sumpe; jeg fejer det bort med Undergangens Kost, lyder det fra Hærskarers HERRE.
ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।”
24 Hærskarers HERRE har svoret således: Visselig, som jeg har tænkt det, så skal det ske, og som jeg satte mig for, så står det fast:
ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;
25 Jeg knuser Assur i mit Land, ned tramper ham på mine Bjerge, hans Åg skal vige fra dem, hans Byrde skal vige fra dets Skuldre.
ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”
26 Det er, hvad jeg satte mig for imod al Jorden, det er den Hånd, som er udrakt mod alle Folk.
ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି।
27 Thi Hærskarers HERREs Råd, hvo kuldkaster det? Hans udrakte Hånd, hvo tvinger vel den tilbage?
କାରଣ ସୈନ୍ୟାଧିପତି ସଦାପ୍ରଭୁ ମନ୍ତ୍ରଣା କରିଅଛନ୍ତି, ଆଉ ତାହା କିଏ ଅନ୍ୟଥା କରିବ? ଓ ତାହାଙ୍କର ହସ୍ତ ବିସ୍ତାରିତ ହୋଇଅଛି, ଆଉ କିଏ ତାହା ଫେରାଇବ?
28 I Kong Akaz's Dødsår kom dette Udsagn:
ଯେଉଁ ବର୍ଷରେ ଆହସ୍‌ ରାଜାଙ୍କର ମୃତ୍ୟୁୁ ହେଲା, ସେହି ବର୍ଷର ଏହି ଭାବବାଣୀ।
29 Glæd dig ej, hele Filisterland, at kæppen, der slog dig, er brudt! Thi af Slangerod kommer en Øgle, dens frugt er en flyvende Drage.
“ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।
30 På min Vang skal de ringe græsse de fattige lejre sig trygt; men jeg dræber dit Afkom ved Sult; hvad der levnes, slår jeg ihjel.
ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ।
31 Hyl, Port, skrig, By, Angst gribe dig, hele Filisterland! Thi nordenfra kommer Røg, i Fjendeskaren nøler ingen.
ହେ ନଗର-ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ।”
32 Og hvad skal der svares Folkets Sendebud? At HERREN har grundfæstet Zion, og de arme i hans Folk søger Tilflugt der.
ଆଉ, ଏହି ଗୋଷ୍ଠୀର ଦୂତଗଣକୁ କି ଉତ୍ତର ଦିଆଯିବ? ଏହି ଯେ, “ସଦାପ୍ରଭୁ ସିୟୋନର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତହିଁ ମଧ୍ୟରେ ତାହାଙ୍କର ଦୁଃଖଗ୍ରସ୍ତ ଲୋକମାନେ ଆଶ୍ରୟ ନିଅନ୍ତି।”

< Esajas 14 >