< Salme 17 >

1 (En bøn af David.) HERRE, hør en retfærdig Sag, lyt til min Klage lån Øre til Bøn fra svigløse Læber!
ଦାଉଦଙ୍କର ପ୍ରାର୍ଥନା। ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର।
2 Fra dig skal min Ret udgå, thi hvad ret er, ser dine Øjne.
ତୁମ୍ଭ ଛାମୁରୁ ମୋʼ ବିଚାରର ନିଷ୍ପତ୍ତି ଆସୁ; ତୁମ୍ଭର ଚକ୍ଷୁ ନ୍ୟାଯ୍ୟ ବିଷୟ ନିରୀକ୍ଷଣ କରୁ।
3 Prøv mit Hjerte, se efter om Natten, ransag mig, du finder ej Svig hos mig.
ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।
4 Ej synded min Mund, hvad end Mennesker gjorde; ved dine Læbers Ord vogted jeg mig for Voldsmænds Veje;
ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ୱାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି।
5 mine Skridt har holdt dine Spor, jeg vaklede ej på min Gang.
ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସି ଯାଇ ନାହିଁ।
6 Jeg råber til dig, thi du svarer mig, Gud, bøj Øret til mig, hør på mit Ord!
ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋʼ ପ୍ରତି କର୍ଣ୍ଣ ଡେର ଓ ମୋʼ ର କଥା ଶୁଣ।
7 Vis, dig underfuldt nådig, du Frelser for dem, der tyr til din højre for Fjender!
ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର।
8 Vogt mig som Øjestenen, skjul mig i dine Vingers Skygge
ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ,
9 for gudløse, der øver Vold imod mig, glubske Fjender, som omringer mig;
ଚକ୍ଷୁର ତାରା ପରି ମୋତେ ରଖ, ଆପଣା ପକ୍ଷର ଛାୟା ତଳେ ମୋତେ ଲୁଚାଅ।
10 de har lukket deres Hjerte med Fedt, deres Mund fører Hovmodstale.
ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି।
11 De omringer os, overalt hvor vi går, de sigter på at slå os til Jorden.
ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍‍ କରିବାକୁ ଚାହିଁ ରହିଥାʼନ୍ତି।
12 De er som den rovgridske Løve, den unge Løve, der ligger på Lur.
ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ।
13 Rejs dig, HERRE, træd ham i Møde, kast ham til Jorden, fri med dit Sværd min Sjæl fra den gudløses Vold,
ହେ ସଦାପ୍ରଭୋ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋʼ ପ୍ରାଣକୁ ଉଦ୍ଧାର କର;
14 fra Mændene, HERRE, med din Hånd, fra dødelige Mænd - lad dem få deres Del i levende Live! Fyld deres Bug med dit Forråd af Vrede, lad Børnene mættes dermed og efterlade deres Børn, hvad de levner!
ହେ ସଦାପ୍ରଭୋ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହ-ଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯାʼନ୍ତି।
15 Men jeg skal i Retfærd skue dit Åsyn, mættes ved din Skikkelse, når jeg vågner.
ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।

< Salme 17 >