< 1 Chronicles 14 >

1 Hiram king of Tyre sent messengers to David with cedar trees, masons, and carpenters, to build him a house.
ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା।
2 David perceived that the LORD had established him king over Israel, for his kingdom was highly exalted, for his people Israel’s sake.
ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା।
3 David took more wives in Jerusalem, and David became the father of more sons and daughters.
ପୁଣି, ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।
4 These are the names of the children whom he had in Jerusalem: Shammua, Shobab, Nathan, Solomon,
ଯିରୂଶାଲମରେ ତାଙ୍କର ଯେଉଁ ଯେଉଁ ସନ୍ତାନ ଜନ୍ମିଲେ, ସେମାନଙ୍କର ନାମ; ଶମ୍ମୂୟ, ଶୋବବ୍‍, ନାଥନ, ଶଲୋମନ,
5 Ibhar, Elishua, Elpelet,
ୟିଭର, ଇଲୀଶୂୟ, ଇଲ୍ପେଲଟ୍‍,
6 Nogah, Nepheg, Japhia,
ନୋଗହ, ନେଫଗ୍‍, ଯାଫୀୟ,
7 Elishama, Beeliada, and Eliphelet.
ଇଲୀଶାମା, ବୀଲୀୟାଦା ଓ ଇଲୀଫେଲଟ୍‍।
8 When the Philistines heard that David was anointed king over all Israel, all the Philistines went up to seek David; and David heard of it, and went out against them.
ଏଉତ୍ତାରେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜାଭିଷିକ୍ତ ହୋଇଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣନ୍ତେ, ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଗଲେ; ତହୁଁ ଦାଉଦ ତାହା ଶୁଣି ସେମାନଙ୍କ ବିରୁଦ୍ଧରେ ବାହାରିଲେ।
9 Now the Philistines had come and made a raid in the valley of Rephaim.
ଏହି ସମୟରେ ପଲେଷ୍ଟୀୟମାନେ ରଫାୟୀମ ତଳଭୂମିରେ ଚଢ଼ାଉ କରିଥିଲେ।
10 David inquired of God, saying, “Shall I go up against the Philistines? Will you deliver them into my hand?” The LORD said to him, “Go up; for I will deliver them into your hand.”
ଏଥିରେ ଦାଉଦ ପରମେଶ୍ୱରଙ୍କୁ ପଚାରି କହିଲେ, “ମୁଁ କʼଣ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କʼଣ ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ଉଠିଯାଅ, କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
11 So they came up to Baal Perazim, and David defeated them there. David said, God has broken my enemies by my hand, like waters breaking out. Therefore they called the name of that place Baal Perazim.
ତହୁଁ ସେମାନେ ବାଲ୍‍-ପରାସୀମ୍‍କୁ ଆସନ୍ତେ, ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ତହିଁରେ ଦାଉଦ କହିଲେ, “ପରମେଶ୍ୱର ମୋʼ ହସ୍ତରେ ମୋହର ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେମାନେ ସେହି ସ୍ଥାନର ନାମ “ବାଲ୍‍-ପରାସୀମ୍‍” ରଖିଲେ।
12 They left their gods there; and David gave a command, and they were burned with fire.
ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି, ଦାଉଦ ଆଜ୍ଞା କରନ୍ତେ, ସେହି ସବୁ ଅଗ୍ନିରେ ଦଗ୍ଧ କରାଗଲା।
13 The Philistines made another raid in the valley.
ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ତଳିଭୂମିରେ ଚଢ଼ାଉ କଲେ।
14 David inquired again of God; and God said to him, “You shall not go up after them. Turn away from them, and come on them opposite the mulberry trees.
ତହିଁରେ ଦାଉଦ ପରମେଶ୍ୱରଙ୍କୁ ପୁନର୍ବାର ପଚାରନ୍ତେ, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ସେମାନଙ୍କ ପଶ୍ଚାତ୍‍ ଯାଅ ନାହିଁ; ସେମାନଙ୍କ ନିକଟରୁ ଫେରିଯାଇ ତୂତ ବୃକ୍ଷ ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।
15 When you hear the sound of marching in the tops of the mulberry trees, then go out to battle; for God has gone out before you to strike the army of the Philistines.”
ପୁଣି, ତୁମ୍ଭେ ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ୱର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”
16 David did as God commanded him; and they attacked the army of the Philistines from Gibeon even to Gezer.
ତହିଁରେ ପରମେଶ୍ୱର ଯେପରି ଆଜ୍ଞା କଲେ, ଦାଉଦ ସେହିପରି କଲେ; ପୁଣି, ସେମାନେ ଗିବୀୟୋନ୍‍ଠାରୁ ଗେଷର ପର୍ଯ୍ୟନ୍ତ ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କଲେ।
17 The fame of David went out into all lands; and the LORD brought the fear of him on all nations.
ତହିଁରେ ଦାଉଦଙ୍କର ସୁଖ୍ୟାତି ସର୍ବଦେଶରେ ବ୍ୟାପିଗଲା; ପୁଣି, ସଦାପ୍ରଭୁ ସବୁ ଗୋଷ୍ଠୀ ମଧ୍ୟରେ ତାଙ୍କ ବିଷୟରେ ଭୟ ଜନ୍ମାଇଲେ।

< 1 Chronicles 14 >