< 1 Samuel 7 >

1 The men of Kiriath Jearim came and took the LORD’s ark, and brought it into Abinadab’s house on the hill, and consecrated Eleazar his son to keep the LORD’s ark.
ଏଥିଉତ୍ତାରେ କିରୀୟଥ୍‍-ଯିୟାରୀମୀୟ ଲୋକମାନେ ଆସି ସଦାପ୍ରଭୁଙ୍କ ସିନ୍ଦୁକ ନେଇଯାଇ ପର୍ବତସ୍ଥିତ ଅବୀନାଦବର ଗୃହରେ ରଖିଲେ; ପୁଣି, ସଦାପ୍ରଭୁଙ୍କ ସିନ୍ଦୁକରକ୍ଷାର୍ଥେ ତାହାର ପୁତ୍ର ଇଲୀୟାସରକୁ ପବିତ୍ର କଲେ।
2 From the day that the ark stayed in Kiriath Jearim, the time was long—for it was twenty years; and all the house of Israel lamented after the LORD.
ସିନ୍ଦୁକ କିରୀୟଥ୍‍-ଯିୟାରୀମ୍‍ରେ ବାସ କରିବା ଦିନାବଧି ଦୀର୍ଘ କାଳ, ଅର୍ଥାତ୍‍, କୋଡ଼ିଏ ବର୍ଷ ଗତ ହେଲା; ଏଥିରେ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ପଶ୍ଚାତ୍‍ ବିଳାପ କଲେ।
3 Samuel spoke to all the house of Israel, saying, “If you are returning to the LORD with all your heart, then put away the foreign gods and the Ashtaroth from among you, and direct your hearts to the LORD, and serve him only; and he will deliver you out of the hand of the Philistines.”
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍‍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”
4 Then the children of Israel removed the Baals and the Ashtaroth, and served the LORD only.
ତେବେ ଇସ୍ରାଏଲ-ସନ୍ତାନଗଣ ବାଲ୍‍-ଦେବତାମାନଙ୍କୁ ଓ ଅଷ୍ଟାରୋତ୍‍ ଦେବୀଗଣକୁ ଦୂର କଲେ ଓ କେବଳ ସଦାପ୍ରଭୁଙ୍କୁ ସେବା କଲେ।
5 Samuel said, “Gather all Israel to Mizpah, and I will pray to the LORD for you.”
ଏଥିଉତ୍ତାରେ ଶାମୁୟେଲ କହିଲେ, “ତୁମ୍ଭେମାନେ ସମୁଦାୟ ଇସ୍ରାଏଲକୁ ମିସ୍ପାରେ ଏକତ୍ର କର, ତହିଁରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବି।”
6 They gathered together to Mizpah, and drew water, and poured it out before the LORD, and fasted on that day, and said there, “We have sinned against the LORD.” Samuel judged the children of Israel in Mizpah.
ତହୁଁ ସେମାନେ ମିସ୍ପାରେ ଏକତ୍ରିତ ହୋଇ ଜଳ କାଢ଼ିଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଢାଳି ସେହି ଦିନ ଉପବାସ କରି ସେହିଠାରେ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ।” ଏଉତ୍ତାରେ ଶାମୁୟେଲ ମିସ୍ପାରେ ଇସ୍ରାଏଲ-ସନ୍ତାନଗଣର ବିଚାର କଲେ।
7 When the Philistines heard that the children of Israel were gathered together at Mizpah, the lords of the Philistines went up against Israel. When the children of Israel heard it, they were afraid of the Philistines.
ଏଥିମଧ୍ୟରେ ଇସ୍ରାଏଲ-ସନ୍ତାନଗଣ ମିସ୍ପାରେ ଏକତ୍ରିତ ହୋଇଅଛନ୍ତି, ପଲେଷ୍ଟୀୟମାନେ ଏହି କଥା ଶୁଣନ୍ତେ, ପଲେଷ୍ଟୀୟମାନଙ୍କ ଅଧିପତିଗଣ ଇସ୍ରାଏଲ ବିରୁଦ୍ଧରେ ଉଠି ଆସିଲେ। ତହିଁରେ ଇସ୍ରାଏଲ-ସନ୍ତାନଗଣ ତାହା ଶୁଣି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଭୀତ ହେଲେ।
8 The children of Israel said to Samuel, “Do not stop crying to the LORD our God for us, that he will save us out of the hand of the Philistines.”
ପୁଣି, ଇସ୍ରାଏଲ-ସନ୍ତାନଗଣ ଶାମୁୟେଲଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କରିବେ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ତାହାଙ୍କ ଛାମୁରେ କ୍ରନ୍ଦନ କରିବାରୁ ନିରସ୍ତ ନ ହୁଅ।”
9 Samuel took a suckling lamb, and offered it for a whole burnt offering to the LORD. Samuel cried to the LORD for Israel, and the LORD answered him.
ତହୁଁ ଶାମୁୟେଲ ଏକ ଦୁଗ୍ଧପୋଷ୍ୟ ମେଷବତ୍ସ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୁଦାୟ ହୋମବଳି ଉତ୍ସର୍ଗ କଲେ; ଆଉ ଶାମୁୟେଲ ଇସ୍ରାଏଲ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ଓ ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ।
10 As Samuel was offering up the burnt offering, the Philistines came near to battle against Israel; but the LORD thundered with a great thunder on that day on the Philistines and confused them; and they were struck down before Israel.
ପୁଣି, ଶାମୁୟେଲ ହୋମବଳି ଉତ୍ସର୍ଗ କରୁଥିବା ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ସେଦିନ ପଲେଷ୍ଟୀୟମାନଙ୍କ ଉପରେ ମହାରବରେ ମେଘ ଗର୍ଜ୍ଜନ କରି ସେମାନଙ୍କୁ ବ୍ୟାକୁଳ କଲେ; ତହିଁରେ ସେମାନେ ଇସ୍ରାଏଲ ସମ୍ମୁଖରେ ପରାଜିତ ହେଲେ।
11 The men of Israel went out of Mizpah and pursued the Philistines, and struck them until they came under Beth Kar.
ତହୁଁ ଇସ୍ରାଏଲ ଲୋକମାନେ ମିସ୍ପାରୁ ବାହାରି ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇ ବେଥ୍-କର ତଳ ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।
12 Then Samuel took a stone and set it between Mizpah and Shen, and called its name Ebenezer, saying, “The LORD helped us until now.”
ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍‍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, “ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।”
13 So the Philistines were subdued, and they stopped coming within the border of Israel. The LORD’s hand was against the Philistines all the days of Samuel.
ଏହି ପ୍ରକାରେ ପଲେଷ୍ଟୀୟମାନେ ବଶୀଭୂତ ହୋଇ ଇସ୍ରାଏଲର ଅଞ୍ଚଳ ମଧ୍ୟକୁ ଆଉ ଆସିଲେ ନାହିଁ; ପୁଣି, ଶାମୁୟେଲଙ୍କର ଯାବଜ୍ଜୀବନ ସଦାପ୍ରଭୁଙ୍କ ହସ୍ତ ପଲେଷ୍ଟୀୟମାନଙ୍କର ପ୍ରତିକୂଳ ହେଲା।
14 The cities which the Philistines had taken from Israel were restored to Israel, from Ekron even to Gath; and Israel recovered its border out of the hand of the Philistines. There was peace between Israel and the Amorites.
ଆଉ ପଲେଷ୍ଟୀୟମାନେ ଇସ୍ରାଏଲଠାରୁ ଯେସମସ୍ତ ନଗର ହରଣ କରିଥିଲେ, ଇକ୍ରୋଣଠାରୁ ଗାଥ୍‍ ପର୍ଯ୍ୟନ୍ତ ସେସମସ୍ତ ଇସ୍ରାଏଲକୁ ଫେରାଇ ଦିଆଗଲା; ପୁଣି, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ହସ୍ତରୁ ତହିଁର ସୀମା ଉଦ୍ଧାର କଲେ। ଏଉତ୍ତାରେ ଇସ୍ରାଏଲ ଓ ଇମୋରୀୟମାନଙ୍କ ମଧ୍ୟରେ ସନ୍ଧି ହେଲା।
15 Samuel judged Israel all the days of his life.
ଶାମୁୟେଲ ଆପଣାର ଯାବଜ୍ଜୀବନ ଇସ୍ରାଏଲର ବିଚାର କଲେ।
16 He went from year to year in a circuit to Bethel, Gilgal, and Mizpah; and he judged Israel in all those places.
ସେ ପ୍ରତି ବର୍ଷ ବେଥେଲ୍‍ ଓ ଗିଲ୍‍ଗଲ୍‍ ଓ ମିସ୍ପାରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ।
17 His return was to Ramah, for his house was there, and he judged Israel there; and he built an altar to the LORD there.
ପୁଣି, ରାମାରେ ତାଙ୍କର ଗୃହ ଥିବାରୁ ସେଠାକୁ ସେ ଫେରି ଆସୁଥିଲେ ଓ ସେଠାରେ ଇସ୍ରାଏଲ ବଂଶର ବିଚାର କରୁଥିଲେ; ଆଉ ସେଠାରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ।

< 1 Samuel 7 >