< Amos 7 >

1 Thus the Lord GOD showed me: behold, he formed locusts in the beginning of the shooting up of the latter growth; and behold, it was the latter growth after the king’s harvest.
ପ୍ରଭୁ ସଦାପ୍ରଭୁ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ବିଳମ୍ବରେ ଉତ୍ପନ୍ନ ତୃଣ ଅଙ୍କୁରିବା ଆରମ୍ଭରେ ସେ ପଙ୍ଗପାଳମାନଙ୍କୁ ଗଢ଼ିଲେ ଓ ଦେଖ, ରାଜାଙ୍କ ତୃଣ କଟାଗଲା ଉତ୍ତାରେ ସେହି ବିଳମ୍ବରେ ଉତ୍ପନ୍ନ ତୃଣ ବଢ଼ୁଥିଲା।
2 When they finished eating the grass of the land, then I said, “Lord GOD, forgive, I beg you! How could Jacob stand? For he is small.”
ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର! ଯାକୁବ କିପରି ଠିଆ ହେବ? କାରଣ ସେ ସାନ।”
3 The LORD relented concerning this. “It shall not be,” says the LORD.
ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ଏହା ହେବ ନାହିଁ,” ଏହା ସଦାପ୍ରଭୁ କହନ୍ତି।
4 Thus the Lord GOD showed me: behold, the Lord GOD called for judgment by fire; and it dried up the great deep, and would have devoured the land.
ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପେ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ୱାରା ବିବାଦ କରିବା ପାଇଁ ଆହ୍ୱାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥାʼନ୍ତା।
5 Then I said, “Lord GOD, stop, I beg you! How could Jacob stand? For he is small.”
ଏପରି ସମୟରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ବିନୟ କରେ, କ୍ଷାନ୍ତ ହୁଅ; ଯାକୁବ କିପରି ଠିଆ ହେବ? କାରଣ ସେ ସାନ।”
6 The LORD relented concerning this. “This also shall not be,” says the Lord GOD.
ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ତାହା ମଧ୍ୟ ହେବ ନାହିଁ,” ପ୍ରଭୁ ସଦାପ୍ରଭୁ ଏହା କହନ୍ତି।
7 Thus he showed me: behold, the Lord stood beside a wall made by a plumb line, with a plumb line in his hand.
ସେ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ଆପଣା ହସ୍ତରେ ଓଳମ ଘେନି ଓଳମ ଦ୍ୱାରା ନିର୍ମିତ ଏକ କାନ୍ଥ ନିକଟରେ ଠିଆ ହେଲେ।
8 The LORD said to me, “Amos, what do you see?” I said, “A plumb line.” Then the Lord said, “Behold, I will set a plumb line in the middle of my people Israel. I will not again pass by them any more.
ପୁଣି, ସଦାପ୍ରଭୁ ମୋତେ ପଚାରିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଗୋଟିଏ ଓଳମ।” ତେବେ ପ୍ରଭୁ କହିଲେ, “ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲ ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ;
9 The high places of Isaac will be desolate, the sanctuaries of Israel will be laid waste; and I will rise against the house of Jeroboam with the sword.”
ପୁଣି, ଇସ୍‌ହାକର ଉଚ୍ଚସ୍ଥଳୀସକଳ ଧ୍ୱଂସିତ ହେବ ଓ ଇସ୍ରାଏଲର ଧର୍ମଧାମସକଳ ବିନଷ୍ଟ ହେବ; ଆଉ ଆମ୍ଭେ ଖଡ୍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା।”
10 Then Amaziah the priest of Bethel sent to Jeroboam king of Israel, saying, “Amos has conspired against you in the middle of the house of Israel. The land is not able to bear all his words.
ଯେତେବେଳେ ବେଥେଲ୍‍ର ଯାଜକ ଅମତ୍‍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, “ଇସ୍ରାଏଲ ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ।
11 For Amos says, ‘Jeroboam will die by the sword, and Israel shall surely be led away captive out of his land.’”
କାରଣ ଆମୋଷ ଏରୂପ କହୁଅଛନ୍ତି, ‘ଯାରବୀୟାମ ଖଡ୍ଗରେ ହତ ହେବ ଓ ଇସ୍ରାଏଲ ନିଶ୍ଚୟ ଆପଣା ନିଜ ଦେଶରୁ ନିର୍ବାସିତ ହେବ।’”
12 Amaziah also said to Amos, “You seer, go, flee away into the land of Judah, and there eat bread, and prophesy there,
ଆହୁରି, ଅମତ୍‍ସୀୟ ଆମୋଷଙ୍କୁ କହିଲା, “ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ, ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;
13 but do not prophesy again any more at Bethel; for it is the king’s sanctuary, and it is a royal house!”
ମାତ୍ର ବେଥେଲ୍‍ରେ ପୁନର୍ବାର ଆଉ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ; କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ।”
14 Then Amos answered Amaziah, “I was no prophet, neither was I a prophet’s son, but I was a herdsman, and a farmer of sycamore figs;
ତହିଁରେ ଆମୋଷ ଉତ୍ତର କରି ଅମତ୍‍ସୀୟଙ୍କୁ କହିଲେ, “ମୁଁ ଭବିଷ୍ୟଦ୍‍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍‍ବକ୍ତାଙ୍କ ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମ୍ବିରି ବୃକ୍ଷର କୃଷକ ଥିଲି;
15 and the LORD took me from following the flock, and the LORD said to me, ‘Go, prophesy to my people Israel.’
ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍‍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ‘ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର।’
16 Now therefore listen to the LORD’s word: ‘You say, Do not prophesy against Israel, and do not preach against the house of Isaac.’
ଏଥିପାଇଁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍‌ହାକ ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ।’
17 Therefore the LORD says: ‘Your wife shall be a prostitute in the city, and your sons and your daughters shall fall by the sword, and your land shall be divided by line; and you yourself shall die in a land that is unclean, and Israel shall surely be led away captive out of his land.’”
ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ରକନ୍ୟାଗଣ ଖଡ୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।’”

< Amos 7 >