< Exodus 18 >

1 Now Jethro, the priest of Midian, Moses’ father-in-law, heard of all that God had done for Moses and for Israel his people, how the LORD had brought Israel out of Egypt.
ଏଥିଉତ୍ତାରେ ପରମେଶ୍ୱର ମୋଶାଙ୍କ ନିମନ୍ତେ ଓ ଆପଣା ଲୋକ ଇସ୍ରାଏଲ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି, ବିଶେଷରେ ସଦାପ୍ରଭୁ ଇସ୍ରାଏଲ ବଂଶକୁ ମିସରଠାରୁ କିପରି ବାହାର କରି ଆଣିଅଛନ୍ତି, ଏହିସବୁ କଥା ମୋଶାଙ୍କର ଶ୍ୱଶୁର ମିଦୀୟନୀୟ ଯାଜକ ଯିଥ୍ରୋ ଶୁଣିବାକୁ ପାଇଲେ।
2 Jethro, Moses’ father-in-law, received Zipporah, Moses’ wife, after he had sent her away,
ତହିଁରେ ମୋଶାଙ୍କର ଶ୍ୱଶୁର ସେହି ଯିଥ୍ରୋ ଆପଣା ଗୃହକୁ ପ୍ରେରିତା ମୋଶାଙ୍କର ଭାର୍ଯ୍ୟା ସିପ୍ପୋରାକୁ ଓ ତାହାର ଦୁଇ ପୁତ୍ରଙ୍କୁ ସଙ୍ଗରେ ନେଲେ।
3 and her two sons. The name of one son was Gershom, for Moses said, “I have lived as a foreigner in a foreign land”.
ସେହି ଦୁଇ ପୁତ୍ର ମଧ୍ୟରେ ଜଣକର ନାମ ଗେର୍ଶୋମ, କାରଣ ସେ କହିଥିଲେ, “ମୁଁ ପରଦେଶରେ ପ୍ରବାସୀ ହେଲି।”
4 The name of the other was Eliezer, for he said, “My father’s God was my help and delivered me from Pharaoh’s sword.”
ପୁଣି, ଅନ୍ୟର ନାମ ଇଲୀୟେଜର, କାରଣ ସେ କହିଥିଲେ, “ମୋʼ ପିତାଙ୍କ ପରମେଶ୍ୱର ମୋହର ଉପକାରୀ ହୋଇ ଫାରୋଙ୍କର ଖଡ୍ଗରୁ ମୋତେ ଉଦ୍ଧାର କଲେ।”
5 Jethro, Moses’ father-in-law, came with Moses’ sons and his wife to Moses into the wilderness where he was encamped, at the Mountain of God.
ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର ଯିଥ୍ରୋ, ମୋଶାଙ୍କର ସେହି ଦୁଇ ପୁତ୍ର ଓ ଭାର୍ଯ୍ୟାକୁ ସଙ୍ଗରେ ଘେନି ପ୍ରାନ୍ତରରେ ମୋଶାଙ୍କ ନିକଟକୁ, ଅର୍ଥାତ୍‍, ପରମେଶ୍ୱରଙ୍କ ପର୍ବତର ଯେଉଁ ସ୍ଥାନରେ ସେ ଛାଉଣି ସ୍ଥାପନ କରିଥିଲେ, ସେହି ସ୍ଥାନକୁ ଆସିଲେ।
6 He said to Moses, “I, your father-in-law Jethro, have come to you with your wife, and her two sons with her.”
ପୁଣି, ସେ ମୋଶାଙ୍କୁ ଜଣାଇଲେ, “ତୁମ୍ଭର ଶ୍ୱଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ।”
7 Moses went out to meet his father-in-law, and bowed and kissed him. They asked each other of their welfare, and they came into the tent.
ସେତେବେଳେ ମୋଶା ଆପଣା ଶ୍ୱଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ବନ କଲେ; ପୁଣି, ପରସ୍ପର ମଙ୍ଗଳ ବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ବୁରେ ପ୍ରବେଶ କଲେ।
8 Moses told his father-in-law all that the LORD had done to Pharaoh and to the Egyptians for Israel’s sake, all the hardships that had come on them on the way, and how the LORD delivered them.
ଏଥିଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ଫାରୋଙ୍କ ପ୍ରତି ଓ ମିସରୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ପଥରେ ସେମାନଙ୍କ ପ୍ରତି ଯେସବୁ କ୍ଳେଶ ଘଟିଅଛି ଓ ସଦାପ୍ରଭୁ ଯେପ୍ରକାରେ ସେମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହିସବୁ ବୃତ୍ତାନ୍ତ ମୋଶା ଆପଣା ଶ୍ୱଶୁରଙ୍କୁ ଜଣାଇଲେ।
9 Jethro rejoiced for all the goodness which the LORD had done to Israel, in that he had delivered them out of the hand of the Egyptians.
ତହିଁରେ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରି ଯେସବୁ ମଙ୍ଗଳ ପ୍ରଦାନ କରିଅଛନ୍ତି, ତହିଁ ନିମନ୍ତେ ଯିଥ୍ରୋ ଅତି ଆହ୍ଲାଦିତ ହେଲେ।
10 Jethro said, “Blessed be the LORD, who has delivered you out of the hand of the Egyptians, and out of the hand of Pharaoh; who has delivered the people from under the hand of the Egyptians.
ପୁଣି, ଯିଥ୍ରୋ କହିଲେ, “ଯେଉଁ ସଦାପ୍ରଭୁ ମିସରୀୟମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ।
11 Now I know that the LORD is greater than all gods because of the way that they treated people arrogantly.”
ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ।”)
12 Jethro, Moses’ father-in-law, took a burnt offering and sacrifices for God. Aaron came with all the elders of Israel, to eat bread with Moses’ father-in-law before God.
ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ।
13 On the next day, Moses sat to judge the people, and the people stood around Moses from the morning to the evening.
ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଠିଆ ହୋଇ ରହିଲେ।
14 When Moses’ father-in-law saw all that he did to the people, he said, “What is this thing that you do for the people? Why do you sit alone, and all the people stand around you from morning to evening?”
ସେତେବେଳେ ମୋଶା ଲୋକମାନଙ୍କ ବିଷୟରେ ଯାହା ଯାହା କଲେ, ତାଙ୍କର ଶ୍ୱଶୁର ତାହା ଦେଖି କହିଲେ, “ତୁମ୍ଭେ ଲୋକମାନଙ୍କ ପ୍ରତି ଏ କିରୂପ ବ୍ୟବହାର କରୁଅଛ? ତୁମ୍ଭେ କାହିଁକି ଏକାକୀ ବସ ଓ ସମସ୍ତ ଲୋକ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭ ଚାରିଆଡ଼େ କାହିଁକି ଠିଆ ହୋଇ ରହନ୍ତି?”
15 Moses said to his father-in-law, “Because the people come to me to inquire of God.
ତହିଁରେ ମୋଶା ଆପଣା ଶ୍ୱଶୁରଙ୍କୁ କହିଲେ, “ଲୋକମାନେ ପରମେଶ୍ୱରଙ୍କ ବିଚାର ବୁଝିବା ପାଇଁ ମୋʼ ପାଖକୁ ଆସନ୍ତି
16 When they have a matter, they come to me, and I judge between a man and his neighbor, and I make them know the statutes of God, and his laws.”
ଓ ସେମାନଙ୍କର କୌଣସି ବିବାଦ ହେଲେ, ମୋʼ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି, ପରମେଶ୍ୱରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ।”
17 Moses’ father-in-law said to him, “The thing that you do is not good.
ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର କହିଲେ, “ତୁମ୍ଭର ଏହି କର୍ମ ଭଲ ନୁହେଁ।
18 You will surely wear away, both you, and this people that is with you; for the thing is too heavy for you. You are not able to perform it yourself alone.
ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର।
19 Listen now to my voice. I will give you counsel, and God be with you. You represent the people before God, and bring the causes to God.
ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ।
20 You shall teach them the statutes and the laws, and shall show them the way in which they must walk, and the work that they must do.
ପୁଣି, ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ।
21 Moreover you shall provide out of all the people able men which fear God: men of truth, hating unjust gain; and place such over them, to be rulers of thousands, rulers of hundreds, rulers of fifties, and rulers of tens.
ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍‍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶପତି ଓ ଦଶପତି ରୂପେ ନିଯୁକ୍ତ କର।
22 Let them judge the people at all times. It shall be that every great matter they shall bring to you, but every small matter they shall judge themselves. So shall it be easier for you, and they shall share the load with you.
ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି, କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥାସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ୱାସ ହେବ, ପୁଣି, ସେମାନେ ତୁମ୍ଭ ସହିତ ଭାର ବହିବେ।
23 If you will do this thing, and God commands you so, then you will be able to endure, and all these people also will go to their place in peace.”
ଯଦି ତୁମ୍ଭେ ଏହିପରି କରିବ, ପୁଣି, ପରମେଶ୍ୱର ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହ୍ୟ କରି ପାରିବ? ଆଉ ଏହିସବୁ ଲୋକମାନେ କୁଶଳରେ ସ୍ୱ ସ୍ଥାନକୁ ଯିବେ।”
24 So Moses listened to the voice of his father-in-law, and did all that he had said.
ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।
25 Moses chose able men out of all Israel, and made them heads over the people, rulers of thousands, rulers of hundreds, rulers of fifties, and rulers of tens.
ପୁଣି, ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍‍, ସହସ୍ରପତି, ଶତପତି, ପଚାଶପତି ଓ ଦଶପତି ରୂପେ ନିଯୁକ୍ତ କଲେ।
26 They judged the people at all times. They brought the hard cases to Moses, but every small matter they judged themselves.
ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ; କଠିନ ବିଚାରସବୁ ମୋଶାଙ୍କ ପାଖକୁ ଆଣିଲେ; ମାତ୍ର କ୍ଷୁଦ୍ର କ୍ଷୁଦ୍ର କଥାସବୁ ଆପେ ଆପେ ବିଚାର କଲେ।
27 Moses let his father-in-law depart, and he went his way into his own land.
ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କୁ ବିଦାୟ କରନ୍ତେ, ସେ ସ୍ୱଦେଶକୁ ପ୍ରସ୍ଥାନ କଲେ।

< Exodus 18 >