< Ezekiel 22 >

1 Moreover the LORD’s word came to me, saying,
ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2 “You, son of man, will you judge? Will you judge the bloody city? Then cause her to know all her abominations.
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।
3 You shall say, ‘The Lord GOD says: “A city that sheds blood within herself, that her time may come, and that makes idols against herself to defile her!
ପୁଣି, ତୁମ୍ଭେ ତାହାକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ନଗରୀ! ତୁମ୍ଭେ ଆପଣାର କାଳ ଉପସ୍ଥିତ କରାଇବା ନିମନ୍ତେ ଆପଣା ମଧ୍ୟରେ ରକ୍ତପାତ କରୁଅଛ ଓ ଆପଣାକୁ ଅଶୁଚି କରିବା ନିମନ୍ତେ ଆପଣା ପାଇଁ ପ୍ରତିମାଗଣ ନିର୍ମାଣ କରୁଅଛ।
4 You have become guilty in your blood that you have shed, and are defiled in your idols which you have made! You have caused your days to draw near, and have come to the end of your years. Therefore I have made you a reproach to the nations, and a mocking to all the countries.
ତୁମ୍ଭେ ଯେଉଁ ରକ୍ତପାତ କରିଅଛ, ତଦ୍ଦ୍ୱାରା ଦୋଷୀ ହୋଇଅଛ ଓ ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ୱାରା ଅଶୁଚି ହୋଇଅଛ; ଆଉ, ତୁମ୍ଭେ ଆପଣାର ଦିନ ନିକଟବର୍ତ୍ତୀ କରାଇଅଛ ଓ ମଧ୍ୟ ଆପଣା ଆୟୁର ଶେଷାଂଶରେ ଉପସ୍ଥିତ ହୋଇଅଛ; ଏଣୁ ଆମ୍ଭେ ତୁମ୍ଭକୁ ଗୋଷ୍ଠୀଗଣ ନିକଟରେ ନିନ୍ଦାର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛୁ।
5 Those who are near and those who are far from you will mock you, you infamous one, full of tumult.
ହେ ଦୁର୍ନାମୀ ଓ କଳହପୂର୍ଣ୍ଣେ, ତୁମ୍ଭର ନିକଟସ୍ଥ ଓ ଦୂରସ୍ଥ ସମସ୍ତେ ତୁମ୍ଭକୁ ପରିହାସ କରିବେ।
6 “‘“Behold, the princes of Israel, everyone according to his power, have been in you to shed blood.
ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି।
7 In you have they treated father and mother with contempt. Among you they have oppressed the foreigner. In you they have wronged the fatherless and the widow.
ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି।
8 You have despised my holy things, and have profaned my Sabbaths.
ତୁମ୍ଭେ ଆମ୍ଭର ପବିତ୍ର ବସ୍ତୁସକଳ ତୁଚ୍ଛ କରିଅଛ ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛ।
9 Slanderous men have been in you to shed blood. In you they have eaten on the mountains. They have committed lewdness among you.
ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟାଚରଣ କରିଅଛନ୍ତି।
10 In you have they uncovered their fathers’ nakedness. In you have they humbled her who was unclean in her impurity.
ତୁମ୍ଭ ମଧ୍ୟରେ ଲୋକମାନେ ଆପଣା ଆପଣା ପିତାର ଆବରଣୀୟ ଅନାବୃତ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଋତୁ ସମୟରେ ଅଶୁଚି ଥିବା ସ୍ତ୍ରୀକୁ ବଳାତ୍କାର କରିଅଛନ୍ତି।
11 One has committed abomination with his neighbor’s wife, and another has lewdly defiled his daughter-in-law. Another in you has humbled his sister, his father’s daughter.
ପୁଣି, କେହି କେହି ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ପୁଣି, ଅନ୍ୟ କେହି କେହି ଲମ୍ପଟତାପୂର୍ବକ ଆପଣା ପୁତ୍ରବଧୂକୁ ଅଶୁଚି କରିଅଛନ୍ତି; ଆଉ, ତୁମ୍ଭ ମଧ୍ୟରେ ଅନ୍ୟ କେହି କେହି ଆପଣା ଆପଣା ଭଗିନୀକୁ, ଆପଣା ପିତାର କନ୍ୟାକୁ ବଳାତ୍କାର କରିଅଛନ୍ତି।
12 In you have they taken bribes to shed blood. You have taken interest and increase, and you have greedily gained of your neighbors by oppression, and have forgotten me,” says the Lord GOD.
ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ, ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
13 “‘“Behold, therefore I have struck my hand at your dishonest gain which you have made, and at the blood which has been shed within you.
ଏଥିପାଇଁ ଦେଖ, ତୁମ୍ଭର ଅନ୍ୟାୟ ଲାଭ ଓ ତୁମ୍ଭ ମଧ୍ୟରେ ଯେଉଁ ରକ୍ତପାତ ହୋଇଅଛି, ତହିଁ ନିମନ୍ତେ ଆମ୍ଭେ ଆପଣା ହସ୍ତ ଦେଇଅଛୁ।
14 Can your heart endure, or can your hands be strong, in the days that I will deal with you? I, the LORD, have spoken it, and will do it.
ଯେଉଁ ଦିନ ଆମ୍ଭେ ତୁମ୍ଭଠାରୁ ନିକାଶ ନେବା, ସେହି ଦିନ ତୁମ୍ଭ ଅନ୍ତଃକରଣ କି ସହି ପାରିବ, ଅବା ତୁମ୍ଭର ହସ୍ତ କି ସବଳ ହୋଇ ପାରିବ? ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଏହା ସିଦ୍ଧ କରିବା।
15 I will scatter you among the nations, and disperse you through the countries. I will purge your filthiness out of you.
ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ତୁମ୍ଭକୁ ନିକ୍ଷେପ କରିବା; ଆଉ, ଆମ୍ଭେ ତୁମ୍ଭର ଅଶୁଚିତା ତୁମ୍ଭଠାରୁ ନାଶ କରିବା।
16 You will be profaned in yourself in the sight of the nations. Then you will know that I am the LORD.”’”
ଆଉ, ତୁମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ଆପଣା ସକାଶୁ ଅପବିତ୍ର ହେବ,” ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
17 The LORD’s word came to me, saying,
ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
18 “Son of man, the house of Israel has become dross to me. All of them are bronze, tin, iron, and lead in the middle of the furnace. They are the dross of silver.
“ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଆମ୍ଭ ନିକଟରେ ଖାଦ ସ୍ୱରୂପ ହୋଇଅଛନ୍ତି; ସେମାନେ ସମସ୍ତେ ଉହ୍ମେଇ ମଧ୍ୟରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ୱରୂପ ହୋଇଅଛନ୍ତି; ସେମାନେ ରୂପାର ଖାଦ ସ୍ୱରୂପ,
19 Therefore the Lord GOD says: ‘Because you have all become dross, therefore, behold, I will gather you into the middle of Jerusalem.
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସମସ୍ତେ ଖାଦ ସ୍ୱରୂପ ହୋଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଯିରୂଶାଲମ ମଧ୍ୟରେ ଏକତ୍ର କରିବା।
20 As they gather silver, bronze, iron, lead, and tin into the middle of the furnace, to blow the fire on it, to melt it, so I will gather you in my anger and in my wrath, and I will lay you there and melt you.
ଯେପରି ଲୋକମାନେ ଉହ୍ମେଇ ମଧ୍ୟରେ ରୂପା, ପିତ୍ତଳ ଓ ଲୁହା, ସୀସା ଓ ଦସ୍ତା ଏକତ୍ର କରି, ତରଳାଇବା ପାଇଁ ତହିଁ ଉପରେ ଅଗ୍ନି ରଖି ଫୁଙ୍କନ୍ତି; ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ଆପଣା କ୍ରୋଧ ଓ ଆପଣା କୋପରେ ଏକତ୍ର କରି ସେହି ସ୍ଥାନରେ ରଖିବା ଓ ତୁମ୍ଭମାନଙ୍କୁ ତରଳାଇବା।
21 Yes, I will gather you, and blow on you with the fire of my wrath, and you will be melted in the middle of it.
ହଁ, ଆମ୍ଭେ ତୁମ୍ଭମାନଙ୍କୁ ଏକତ୍ର କରି ଆପଣା କ୍ରୋଧରୂପ ଅଗ୍ନିରେ ତୁମ୍ଭମାନଙ୍କୁ ଫୁଙ୍କିବା, ତହୁଁ ତୁମ୍ଭେମାନେ ତହିଁ ମଧ୍ୟରେ ତରଳି ଯିବ।
22 As silver is melted in the middle of the furnace, so you will be melted in the middle of it; and you will know that I, the LORD, have poured out my wrath on you.’”
ଯେପରି ରୂପା ଉହ୍ମେଇ ମଧ୍ୟରେ ତରଳାଯାଏ, ସେହିପରି ତୁମ୍ଭେମାନେ ତହିଁ ମଧ୍ୟରେ ତରଳା ଯିବ; ତହିଁରେ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଯେ ଆପଣା କୋପ ଢାଳିଅଛୁ, ଏହା ତୁମ୍ଭେମାନେ ଜାଣିବ।”
23 The LORD’s word came to me, saying,
ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
24 “Son of man, tell her, ‘You are a land that is not cleansed nor rained on in the day of indignation.’
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ତାହାକୁ କୁହ, ଯେଉଁ ଦେଶ ପରିଷ୍କୃତ ହୋଇ ନାହିଁ, କିଅବା କ୍ରୋଧର ଦିନରେ ଯହିଁ ଉପରେ ବୃଷ୍ଟି ହୋଇ ନାହିଁ, ତୁମ୍ଭେ ଏପରି ଦେଶ ଅଟ।
25 There is a conspiracy of her prophets within it, like a roaring lion ravening the prey. They have devoured souls. They take treasure and precious things. They have made many widows within it.
ତାହାର ଭବିଷ୍ୟଦ୍‍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରାନ୍ତ କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜ୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି।
26 Her priests have done violence to my law and have profaned my holy things. They have made no distinction between the holy and the common, neither have they caused men to discern between the unclean and the clean, and have hidden their eyes from my Sabbaths. So I am profaned among them.
ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।
27 Her princes within it are like wolves ravening the prey, to shed blood and to destroy souls, that they may get dishonest gain.
ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି।
28 Her prophets have plastered for them with whitewash, seeing false visions, and divining lies to them, saying, ‘The Lord GOD says,’ when the LORD has not spoken.
ପୁଣି, ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଇ ଓ ସଦାପ୍ରଭୁ କହି ନ ଥିଲେ ହେଁ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହିଅଛନ୍ତି’ ବୋଲି ସେମାନଙ୍କ ନିକଟରେ ମିଥ୍ୟା ମନ୍ତ୍ର ପାଠ କରି ଅମିଶ୍ରିତ ମସଲାରେ ସେମାନଙ୍କ କାନ୍ଥ ଲେପନ କରିଅଛନ୍ତି।
29 The people of the land have used oppression and exercised robbery. Yes, they have troubled the poor and needy, and have oppressed the foreigner wrongfully.
ଦେଶସ୍ଥ ଲୋକମାନେ ଉପଦ୍ରବ କରିଅଛନ୍ତି ଓ ପରର ଦ୍ରବ୍ୟ ବଳପୂର୍ବକ ଅପହରଣ କରିଅଛନ୍ତି; ହଁ, ସେମାନେ ଦରିଦ୍ର ଓ ଦୀନହୀନକୁ କ୍ଳେଶ ଦେଇଅଛନ୍ତି ଓ ବିଦେଶୀ ପ୍ରତି ଅନ୍ୟାୟପୂର୍ବକ ଉପଦ୍ରବ କରିଅଛନ୍ତି।
30 “I sought for a man among them who would build up the wall and stand in the gap before me for the land, that I would not destroy it; but I found no one.
ପୁଣି, ଆମ୍ଭେ ଯେପରି ଦେଶ ବିନଷ୍ଟ ନ କରୁ, ଏଥିପାଇଁ ଯେ ପ୍ରାଚୀର ଦୃଢ଼ କରି ପାରିବ ଓ ଫାଟ ସ୍ଥାନରେ ଆମ୍ଭ ସମ୍ମୁଖରେ ଦେଶର ସପକ୍ଷରେ ଠିଆ ହେବ, ଏପରି ଏକ ପୁରୁଷ ଆମ୍ଭେ ଅନ୍ଵେଷଣ କଲୁ, ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।
31 Therefore I have poured out my indignation on them. I have consumed them with the fire of my wrath. I have brought their own way on their heads,” says the Lord GOD.
ଏହେତୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦେଇଅଛୁ; ଆମ୍ଭେ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ; ସେମାନଙ୍କ ନିଜ କାର୍ଯ୍ୟର ଫଳ ସେମାନଙ୍କର ମସ୍ତକରେ ବର୍ତ୍ତାଇଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

< Ezekiel 22 >