< Jeremiah 37 >

1 Zedekiah the son of Josiah reigned as king instead of Coniah the son of Jehoiakim, whom Nebuchadnezzar king of Babylon made king in the land of Judah.
ଏଥିଉତ୍ତାରେ ଯିହୋୟାକୀମ୍‍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍‍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।
2 But neither he, nor his servants, nor the people of the land, listened to the LORD’s words, which he spoke by the prophet Jeremiah.
ମାତ୍ର ସେ, କିଅବା ତାହାର ଦାସମାନେ ଅବା ଦେଶସ୍ଥ ଲୋକମାନେ, ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
3 Zedekiah the king sent Jehucal the son of Shelemiah and Zephaniah the son of Maaseiah, the priest, to the prophet Jeremiah, saying, “Pray now to the LORD our God for us.”
ପୁଣି, ସିଦିକୀୟ ରାଜା ଶେଲିମୀୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇ କହିଲା, “ବିନୟ କରୁଅଛୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।”
4 Now Jeremiah came in and went out among the people, for they had not put him into prison.
ସେହି ସମୟରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ଗତାୟାତ କରୁଥିଲେ; କାରଣ ସେମାନେ ତାଙ୍କୁ କାରାଗାରରେ ବନ୍ଦୀ କରି ନ ଥିଲେ।
5 Pharaoh’s army had come out of Egypt; and when the Chaldeans who were besieging Jerusalem heard news of them, they withdrew from Jerusalem.
ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍‍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ।
6 Then the LORD’s word came to the prophet Jeremiah, saying,
ସେତେବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
7 “The LORD, the God of Israel, says, ‘You shall tell the king of Judah, who sent you to me to inquire of me: “Behold, Pharaoh’s army, which has come out to help you, will return to Egypt into their own land.
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ‘ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ।
8 The Chaldeans will come again, and fight against this city. They will take it and burn it with fire.”’
ପୁଣି, କଲ୍‍ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ।’
9 “The LORD says, ‘Do not deceive yourselves, saying, “The Chaldeans will surely depart from us;” for they will not depart.
ସଦାପ୍ରଭୁ ଏହି କଥା କହନ୍ତି; କଲ୍‍ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭେମାନେ ଏହି କଥା କହି ଆପଣାମାନଙ୍କୁ ଭୁଲାଅ ନାହିଁ; କାରଣ ସେମାନେ ଯିବେ ନାହିଁ।
10 For though you had struck the whole army of the Chaldeans who fight against you, and only wounded men remained among them, they would each rise up in his tent and burn this city with fire.’”
ତୁମ୍ଭମାନଙ୍କ ସହିତ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କର ସମୁଦାୟ ସୈନ୍ୟକୁ ତୁମ୍ଭେମାନେ ହତାହତ କଲେ ମଧ୍ୟ ଯଦ୍ୟପି ସେମାନଙ୍କ ମଧ୍ୟରୁ କେବଳ ଆହତ ଲୋକ ଅବଶିଷ୍ଟ ରହନ୍ତି, ତଥାପି ସେମାନଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁରୁ ଉଠିବେ ଓ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ।”
11 When the army of the Chaldeans had withdrawn from Jerusalem for fear of Pharaoh’s army,
କଲ୍‍ଦୀୟମାନଙ୍କର ସୈନ୍ୟ ଯେଉଁ ସମୟରେ ଫାରୋର ସୈନ୍ୟ ଭୟରେ ଯିରୂଶାଲମରୁ ଚାଲି ଯାଇଥିଲେ, ସେସମୟରେ ଏପରି ଘଟିଥିଲା ଯେ,
12 then Jeremiah went out of Jerusalem to go into the land of Benjamin, to receive his portion there, in the middle of the people.
ଯିରିମୀୟ ଆପଣା ଲୋକମାନଙ୍କ ମଧ୍ୟରେ ଆପଣାର ପ୍ରାପ୍ୟ ଅଂଶ ପାଇବା ନିମନ୍ତେ ବିନ୍ୟାମୀନ୍ ପ୍ରଦେଶକୁ ଯିବା ପାଇଁ ଯିରୂଶାଲମରୁ ବାହାରିଲେ।
13 When he was in Benjamin’s gate, a captain of the guard was there, whose name was Irijah, the son of Shelemiah, the son of Hananiah; and he seized Jeremiah the prophet, saying, “You are defecting to the Chaldeans!”
ପୁଣି, ସେ ବିନ୍ୟାମୀନ୍ ନାମକ ନଗର-ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍‍ଦୀୟମାନଙ୍କର ପକ୍ଷକୁ ଯାଉଅଛ।”
14 Then Jeremiah said, “That is false! I am not defecting to the Chaldeans.” But he did not listen to him; so Irijah seized Jeremiah, and brought him to the princes.
ସେତେବେଳେ ଯିରିମୀୟ କହିଲେ, “ଏ ମିଥ୍ୟା କଥା; ମୁଁ କଲ୍‍ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ;” ତଥାପି ଯିରୀୟ ଯିରିମୀୟଙ୍କ କଥା ନ ଶୁଣି ତାଙ୍କୁ ଧରି ଅଧିପତିମାନଙ୍କ ନିକଟକୁ ନେଇଗଲା।
15 The princes were angry with Jeremiah, and struck him, and put him in prison in the house of Jonathan the scribe; for they had made that the prison.
ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ।
16 When Jeremiah had come into the dungeon house and into the cells, and Jeremiah had remained there many days,
ଯିରିମୀୟ ସେହି କାରାକୂପ ଓ ତହିଁର କ୍ଷୁଦ୍ର କୋଠରିରେ ପ୍ରବେଶ କରି ଅନେକ ଦିନ ସେଠାରେ ରହିଲେ।
17 then Zedekiah the king sent and had him brought out. The king asked him secretly in his house, “Is there any word from the LORD?” Jeremiah said, “There is.” He also said, “You will be delivered into the hand of the king of Babylon.”
ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି?” ତହିଁରେ ଯିରିମୀୟ କହିଲେ, “ଆସିଅଛି। ସେ ଆହୁରି କହିଲେ, ଆପଣ ବାବିଲର ରାଜାର ହସ୍ତରେ ସମର୍ପିତ ହେବେ।”
18 Moreover Jeremiah said to King Zedekiah, “How have I sinned against you, against your servants, or against this people, that you have put me in prison?
ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି?
19 Now where are your prophets who prophesied to you, saying, ‘The king of Babylon will not come against you, nor against this land’?
ଆପଣମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ, ସେମାନେ ଏବେ କାହାନ୍ତି?
20 Now please hear, my lord the king: please let my supplication be presented before you, that you not cause me to return to the house of Jonathan the scribe, lest I die there.”
ଏବେ ହେ ମୋର ପ୍ରଭୁ, ମହାରାଜ, ବିନୟ କରୁଅଛି, ଶ୍ରବଣ କରନ୍ତୁ; ଆପଣ ଯୋନାଥନ ଲେଖକର ଗୃହକୁ ମୋତେ ଫେରି ନ ପଠାଉନ୍ତୁ, ନୋହିଲେ ମୁଁ ସେଠାରେ ମରିଯିବି; ବିନୟ କରୁଅଛି, ମୋର ଏହି ନିବେଦନ ଆପଣଙ୍କ ଛାମୁରେ ସୁଗ୍ରାହ୍ୟ ହେଉ।”
21 Then Zedekiah the king commanded, and they committed Jeremiah into the court of the guard. They gave him daily a loaf of bread out of the bakers’ street, until all the bread in the city was gone. Thus Jeremiah remained in the court of the guard.
ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନ ହେବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।

< Jeremiah 37 >