< Proverbs 7 >

1 My son, keep my words. Lay up my commandments within you.
ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ହୃଦୟରେ ସଞ୍ଚୟ କରି ରଖ।
2 Keep my commandments and live! Guard my teaching as the apple of your eye.
ମୋହର ଆଜ୍ଞାସବୁ ପାଳନ କର, ତହିଁରେ ତୁମ୍ଭେ ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର।
3 Bind them on your fingers. Write them on the tablet of your heart.
ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ।
4 Tell wisdom, “You are my sister.” Call understanding your relative,
ଜ୍ଞାନକୁ କୁହ, “ତୁମ୍ଭେ ମୋହର ଭଗିନୀ,” ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ।
5 that they may keep you from the strange woman, from the foreigner who flatters with her words.
ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍‍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ।
6 For at the window of my house, I looked out through my lattice.
ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;
7 I saw among the simple ones. I discerned among the youths a young man void of understanding,
ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିହୀନ ଯୁବା ଲୋକ
8 passing through the street near her corner, he went the way to her house,
ବ୍ୟଭିଚାରିଣୀର ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା।
9 in the twilight, in the evening of the day, in the middle of the night and in the darkness.
ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ।
10 Behold, there a woman met him with the attire of a prostitute, and with crafty intent.
ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ।
11 She is loud and defiant. Her feet do not stay in her house.
ସେ ବଡ଼ ତୁଣ୍ଡେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ।
12 Now she is in the streets, now in the squares, and lurking at every corner.
ସେ କେବେ କେବେ ସଡ଼କରେ, କେବେ କେବେ ଛକରେ ଥାଏ ଓ ପ୍ରତ୍ୟେକ କୋଣରେ ଅପେକ୍ଷାରେ ବସିଥାଏ।
13 So she caught him, and kissed him. With an impudent face she said to him:
ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ବନ କଲା, ଆଉ ନିର୍ଲଜ ମୁଖରେ ତାହାକୁ କହିଲା
14 “Sacrifices of peace offerings are with me. Today I have paid my vows.
“ମଙ୍ଗଳାର୍ଥକ ବଳି ମୋʼ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି।
15 Therefore I came out to meet you, to diligently seek your face, and I have found you.
ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯତ୍ନରେ ତୁମ୍ଭ ମୁଖ ଅନ୍ୱେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି।
16 I have spread my couch with carpets of tapestry, with striped cloths of the yarn of Egypt.
ମୁଁ ସୁଜନୀ ଓ ମିସରୀୟ ସୂକ୍ଷ୍ମ ସୂତ୍ରର ଡୋରିଆ ବସ୍ତ୍ର ଆପଣା ପଲଙ୍କରେ ବିଛାଇଅଛି।
17 I have perfumed my bed with myrrh, aloes, and cinnamon.
ପୁଣି, ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି।
18 Come, let’s take our fill of loving until the morning. Let’s solace ourselves with loving.
ଆସ, ଆମ୍ଭେମାନେ ପ୍ରଭାତ ଯାଏ କାମରସରେ ମତ୍ତ ଓ ପ୍ରେମରେ ଭୋଳ ହେଉ।
19 For my husband is not at home. He has gone on a long journey.
ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରକୁ ଯାତ୍ରା କରିଅଛନ୍ତି।
20 He has taken a bag of money with him. He will come home at the full moon.”
ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ।”
21 With persuasive words, she led him astray. With the flattering of her lips, she seduced him.
ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା।
22 He followed her immediately, as an ox goes to the slaughter, as a fool stepping into a noose.
ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ଡ ପାଇବାକୁ ଯାଏ, ସେହିପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା।
23 Until an arrow strikes through his liver, as a bird hurries to the snare, and does not know that it will cost his life.
ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ୱାରା ବିଦ୍ଧ ହେଲା।
24 Now therefore, sons, listen to me. Pay attention to the words of my mouth.
ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋʼ ମୁଖର ବାକ୍ୟରେ ମନୋନିବେଶ କର।
25 Do not let your heart turn to her ways. Do not go astray in her paths,
ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ।
26 for she has thrown down many wounded. Yes, all her slain are a mighty army.
ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇଅଛି, ହଁ, ତାହାର ହତ ଲୋକସକଳ ଅପାର।
27 Her house is the way to Sheol (Sheol h7585), going down to the rooms of death.
ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁର ଆଳୟକୁ ଯାଏ। (Sheol h7585)

< Proverbs 7 >