< Psalms 80 >

1 For the Chief Musician. To the tune of “The Lilies of the Covenant.” A Psalm by Asaph. Hear us, Shepherd of Israel, you who lead Joseph like a flock, you who sit above the cherubim, shine out.
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍-ଏଦୂତ୍‍ ସ୍ୱରରେ ଆସଫର ଗୀତ। ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।
2 Before Ephraim, Benjamin, and Manasseh, stir up your might! Come to save us!
ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର।
3 Turn us again, God. Cause your face to shine, and we will be saved.
ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
4 LORD God of Armies, how long will you be angry against the prayer of your people?
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ?
5 You have fed them with the bread of tears, and given them tears to drink in large measure.
ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ।
6 You make us a source of contention to our neighbors. Our enemies laugh among themselves.
ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି।
7 Turn us again, God of Armies. Cause your face to shine, and we will be saved.
ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
8 You brought a vine out of Egypt. You drove out the nations, and planted it.
ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ତାହା ରୋପଣ କଲ।
9 You cleared the ground for it. It took deep root, and filled the land.
ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା।
10 The mountains were covered with its shadow. Its boughs were like God’s cedars.
ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସ ବୃକ୍ଷ ତୁଲ୍ୟ ହେଲେ।
11 It sent out its branches to the sea, its shoots to the River.
ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12 Why have you broken down its walls, so that all those who pass by the way pluck it?
କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉଅଛନ୍ତି?
13 The boar out of the wood ravages it. The wild animals of the field feed on it.
ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯାʼନ୍ତି।
14 Turn again, we beg you, God of Armies. Look down from heaven, and see, and visit this vine,
ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର
15 the stock which your right hand planted, the branch that you made strong for yourself.
ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ।
16 It’s burned with fire. It’s cut down. They perish at your rebuke.
ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି।
17 Let your hand be on the man of your right hand, on the son of man whom you made strong for yourself.
ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ।
18 So we will not turn away from you. Revive us, and we will call on your name.
ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରିଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା।
19 Turn us again, LORD God of Armies. Cause your face to shine, and we will be saved.
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।

< Psalms 80 >