< Proverbs 1 >

1 The proverbs of Solomon the son of David, king of Israel:
ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ;
2 To know wisdom and instruction; To discern the words of understanding;
ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;
3 To receive instruction in wise dealing, In righteousness and justice and equity;
ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;
4 To give prudence to the simple, To the young man knowledge and discretion:
ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;
5 That the wise man may hear, and increase in learning; And that the man of understanding may attain unto sound counsels:
ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;
6 To understand a proverb, and a figure, The words of the wise, and their dark sayings.
ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ।
7 The fear of Jehovah is the beginning of knowledge; [But] the foolish despise wisdom and instruction.
ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି।
8 My son, hear the instruction of thy father, And forsake not the law of thy mother:
ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।
9 For they shall be a chaplet of grace unto thy head, And chains about thy neck.
ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ।
10 My son, if sinners entice thee, Consent thou not.
ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ।
11 If they say, Come with us, Let us lay wait for blood; Let us lurk privily for the innocent without cause;
ସେମାନେ ଯଦି କହନ୍ତି, “ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;
12 Let us swallow them up alive as Sheol, And whole, as those that go down into the pit; (Sheol h7585)
ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ; (Sheol h7585)
13 We shall find all precious substance; We shall fill our houses with spoil;
ତହିଁରେ ଆମ୍ଭେମାନେ ସର୍ବପ୍ରକାର ବହୁମୂଲ୍ୟ ଧନ ପାଇବା, ଲୁଟିତ ଦ୍ରବ୍ୟରେ ଆପଣା ଆପଣା ଗୃହ ପରିପୂର୍ଣ୍ଣ କରିବା,
14 Thou shalt cast thy lot among us; We will all have one purse:
ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଂଶୀ ହେବ; ଆମ୍ଭ ସମସ୍ତଙ୍କର ଏକ ତୋଡ଼ା ହେବ;”
15 My son, walk not thou in the way with them; Refrain thy foot from their path:
ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ;
16 For their feet run to evil, And they make haste to shed blood.
ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ।
17 For in vain is the net spread In the sight of any bird:
କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ।
18 And these lay wait for their own blood; They lurk privily for their own lives.
ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି।
19 So are the ways of every one that is greedy of gain; It taketh away the life of the owners thereof.
ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣନାଶ କରେ।
20 Wisdom crieth aloud in the street; She uttereth her voice in the broad places;
ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;
21 She crieth in the chief place of concourse; At the entrance of the gates, In the city, she uttereth her words:
ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ;
22 How long, ye simple ones, will ye love simplicity? And scoffers delight them in scoffing, And fools hate knowledge?
“ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?
23 Turn you at my reproof: Behold, I will pour out my spirit upon you; I will make known my words unto you.
ମୋʼ ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।
24 Because I have called, and ye have refused; I have stretched out my hand, and no man hath regarded;
ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
25 But ye have set at nought all my counsel, And would none of my reproof:
ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;
26 I also will laugh in [the day of] your calamity; I will mock when your fear cometh;
ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି।
27 When your fear cometh as a storm, And your calamity cometh on as a whirlwind; When distress and anguish come upon you.
ଯେତେବେଳେ ପ୍ରଚଣ୍ଡ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବ;
28 Then will they call upon me, but I will not answer; They will seek me diligently, but they shall not find me:
ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।
29 For that they hated knowledge, And did not choose the fear of Jehovah,
କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;
30 They would none of my counsel, They despised all my reproof.
ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ।
31 Therefore shall they eat of the fruit of their own way, And be filled with their own devices.
ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।
32 For the backsliding of the simple shall slay them, And the careless ease of fools shall destroy them.
ହଁ, ନିର୍ବୋଧମାନଙ୍କର ବିପଥଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।
33 But whoso hearkeneth unto me shall dwell securely, And shall be quiet without fear of evil.
ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ।”

< Proverbs 1 >