< Isaiah 26 >

1 In that day this song will be sung in the land of Judah: We have a strong city; salvation is established as its walls and ramparts.
ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; “ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ।
2 Open the gates so a righteous nation may enter— one that remains faithful.
ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର।
3 You will keep in perfect peace the steadfast of mind, because he trusts in You.
ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
4 Trust in the LORD forever, because GOD the LORD is the Rock eternal.
ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି।
5 For He has humbled those who dwell on high; He lays the lofty city low. He brings it down to the ground; He casts it into the dust.
ପୁଣି, ସେ ଊର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍‍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି।
6 Feet trample it down— the feet of the oppressed, the steps of the poor.
ପାଦ, ଦରିଦ୍ରମାନଙ୍କର ପାଦ ଓ ଦୀନହୀନମାନଙ୍କ ପାଦବିକ୍ଷେପ ତାହା ଦଳିତ କରିବ।”
7 The path of the righteous is level; You clear a straight path for the upright.
ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ।
8 Yes, we wait for You, O LORD; we walk in the path of Your judgments. Your name and renown are the desire of our souls.
ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି।
9 My soul longs for You in the night; indeed, my spirit seeks You at dawn. For when Your judgments come upon the earth, the people of the world learn righteousness.
ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି।
10 Though grace is shown to the wicked man, he does not learn righteousness. In the land of righteousness he acts unjustly and fails to see the majesty of the LORD.
ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ; ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ।
11 O LORD, Your hand is upraised, but they do not see it. They will see Your zeal for Your people and be put to shame. The fire set for Your enemies will consume them!
ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍‍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।
12 O LORD, You will establish peace for us. For all that we have accomplished, You have done for us.
ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ।
13 O LORD our God, other lords besides You have had dominion, but Your name alone do we confess.
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।
14 The dead will not live; the departed spirits will not rise. Therefore You have punished and destroyed them; You have wiped out all memory of them.
ସେମାନେ ମରିଅଛନ୍ତି, ସେମାନେ ଆଉ ଜୀବିତ ହେବେ ନାହିଁ; ସେମାନେ ମୃତ ହୋଇଅଛନ୍ତି, ସେମାନେ ଉଠିବେ ନାହିଁ; ଏହେତୁ ତୁମ୍ଭେ ପ୍ରତିଫଳ ଦେଇ ସେମାନଙ୍କୁ ସଂହାର କରିଅଛ ଓ ସେମାନଙ୍କ ସ୍ମରଣ ଲୁପ୍ତ କରିଅଛ।
15 You have enlarged the nation, O LORD; You have enlarged the nation. You have gained glory for Yourself; You have extended all the borders of the land.
ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ, ହେ ସଦାପ୍ରଭୋ, ତୁମ୍ଭେ ଏହି ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ; ତୁମ୍ଭେ ଗୌରବାନ୍ୱିତ ହୋଇଅଛ; ତୁମ୍ଭେ ଦେଶର ସୀମାସକଳ ବିସ୍ତାର କରିଅଛ।
16 O LORD, they sought You in their distress; when You disciplined them, they poured out a quiet prayer.
ହେ ସଦାପ୍ରଭୋ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।
17 As a woman with child about to give birth writhes and cries out in pain, so were we in Your presence, O LORD.
ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେହିପରି ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ।
18 We were with child; we writhed in pain; but we gave birth to wind. We have given no salvation to the earth, nor brought any life into the world.
ଆମ୍ଭେମାନେ ଗର୍ଭିଣୀ ହୋଇଅଛୁ, ଆମ୍ଭେମାନେ ବ୍ୟଥିତା ହୋଇ ବାୟୁ ପ୍ରସବ କରିଅଛୁ; ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ; କିଅବା ଜଗନ୍ନିବାସୀମାନେ ଭୂମିଷ୍ଠ ହୋଇ ନାହାନ୍ତି।
19 Your dead will live; their bodies will rise. Awake and sing, you who dwell in the dust! For your dew is like the dew of the morning, and the earth will bring forth her dead.
ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରିଦେବ।
20 Go, my people, enter your rooms and shut your doors behind you. Hide yourselves a little while until the wrath has passed.
ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପକ୍ଷଣ ଆପଣାକୁ ଲୁଚାଅ।
21 For behold, the LORD is coming out of His dwelling to punish the inhabitants of the earth for their iniquity. The earth will reveal her bloodshed and will no longer conceal her slain.
କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।

< Isaiah 26 >