< Exodus 5 >

1 And afterwards Moses and Aaron went in, and said to Pharaoh, Thus saith Jehovah, the God of Israel, Let my people go that they may celebrate a feast to me in the wilderness.
ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।’”
2 And Pharaoh said, Who is Jehovah, to whose voice I am to hearken to let Israel go? I do not know Jehovah, neither will I let Israel go.
ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”
3 And they said, The God of the Hebrews has met with us: let us go, we pray thee, three days' journey into the wilderness, and sacrifice to Jehovah our God; lest he fall upon us with pestilence or with sword.
ସେମାନେ କହିଲେ, “ଏବ୍ରୀୟମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦର୍ଶନ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ବିନୟ କରୁଅଛୁ, ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ପ୍ରାନ୍ତରରେ ତିନି ଦିନର ପଥ ଯିବାକୁ ଦେଉନ୍ତୁ; ନୋହିଲେ ସେ ଆମ୍ଭମାନଙ୍କୁ ମହାମାରୀରେ କିମ୍ବା ଖଡ୍ଗ ଦ୍ୱାରା ଆକ୍ରମଣ କରିବେ।”
4 And the king of Egypt said to them, Why do ye, Moses and Aaron, wish to have the people go off from their works? Away, to your burdens!
ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ? ତୁମ୍ଭେମାନେ ଆପଣା ଆପଣା ଭାର ବହନ କର୍ମରେ ଯାଅ।”
5 And Pharaoh said, Behold the people of the land are now many, and ye wish to make them rest from their burdens.
ଫାରୋ ଆହୁରି କହିଲେ, “ଦେଖ, ଏବେ ଏ ଦେଶରେ ଏହି ଲୋକ ଅନେକ, ପୁଣି, ତୁମ୍ଭେମାନେ ସେମାନଙ୍କୁ ଭାର ବହିବାରୁ ନିବୃତ୍ତ କରୁଅଛ।”
6 And Pharaoh commanded the same day the taskmasters of the people, and their officers, saying,
ଆଉ ଫାରୋ ସେହି ଦିନ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷମାନଙ୍କୁ ଏହି ଆଜ୍ଞା ଦେଲେ,
7 Ye shall no more give the people straw to make brick, as heretofore: let them go and gather straw for themselves.
“ତୁମ୍ଭେମାନେ ଇଟା ନିର୍ମାଣ ନିମିତ୍ତ ପୂର୍ବ ପରି ଏହି ଲୋକମାନଙ୍କୁ ଆଉ ପାଳ ଦିଅ ନାହିଁ; ସେମାନେ ଯାଇ ଆପଣା ନିମନ୍ତେ ପାଳ ସଂଗ୍ରହ କରନ୍ତୁ।
8 And the number of the bricks they have made heretofore shall ye lay upon them: ye shall not diminish any of it, for they are idle; therefore they cry, saying, Let us go [and] sacrifice to our God.
ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ‘ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉଅଛନ୍ତି;’
9 Let them put heavier labour on the men, that they may be taken up with it, and not regard vain words.
ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥାʼନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।”
10 And the taskmasters of the people and their officers went out and spoke to the people, saying, Thus says Pharaoh: I will not give you straw:
ତହିଁ ଉତ୍ତାରେ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, “ଫାରୋ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ।
11 go ye, get yourselves straw where ye may find it; but none of your work shall be diminished.
ଯାଅ, ଯେଉଁଠାରେ ପାଳ ପାଇ ପାରିବ ସେହିଠାରୁ ଆପଣା ଆପଣା ନିମନ୍ତେ ତାହା ସଂଗ୍ରହ କର; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।’”
12 And the people were scattered abroad throughout the land of Egypt to gather stubble for straw.
ତହିଁରେ ଲୋକମାନେ ପାଳ ବଦଳେ କୁଟା ସଂଗ୍ରହ କରିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ।
13 And the taskmasters urged [them], saying, Fulfil your labours, the daily work, as when there was straw.
ତଥାପି କାର୍ଯ୍ୟଶାସକମାନେ ଚଞ୍ଚଳ କରାଇ କହିଲେ, “ପାଳ ପାଇବା ବେଳେ ଯେପରି ତୁମ୍ଭେମାନେ କର୍ମ କରୁଥିଲ, ସେପରି ଏବେ ମଧ୍ୟ ନିରୂପିତ ଦୈନିକ କର୍ମ ପ୍ରତିଦିନ ସମ୍ପୂର୍ଣ୍ଣ କର।”
14 And the officers of the children of Israel, whom Pharaoh's taskmasters had set over them, were beaten, [and] it was said, Why have ye not fulfilled your task in making brick, both yesterday and to-day, as heretofore?
ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲ ବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ?”
15 Then the officers of the children of Israel came and cried to Pharaoh, saying, Why dost thou deal thus with thy bondmen?
ତହିଁରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଆସି ଫାରୋଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆପଣ କାହିଁକି ଆପଣା ଦାସମାନଙ୍କ ସହିତ ଏପରି ବ୍ୟବହାର କରୁଅଛନ୍ତି?
16 There is no straw given to thy bondmen, and they say to us, Make brick; and behold, thy bondmen are beaten, but it is the fault of thy people.
ଆପଣଙ୍କ ଦାସମାନଙ୍କୁ ପାଳ ଦିଆଯାଏ ନାହିଁ, ତଥାପି ସେମାନେ କହନ୍ତି, ‘ଇଟା ବନାଅ;’ ଆଉ ଦେଖନ୍ତୁ, ଆପଣଙ୍କ ଦାସମାନେ ପ୍ରହାରିତ ହୁଅନ୍ତି, ମାତ୍ର ଦୋଷ ଆପଣଙ୍କ ନିଜ ଲୋକଙ୍କର।”
17 And he said, Ye are idle, idle! therefore ye say, Let us go and sacrifice to Jehovah.
ତହୁଁ ସେ କହିଲେ, “ତୁମ୍ଭେମାନେ ବହୁତ ଅଳସୁଆ, ଏଥିପାଇଁ କହୁଅଛ, ‘ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆମ୍ଭମାନଙ୍କୁ ଯିବାକୁ ଦିଅ।’
18 And now go — work! and straw shall not be given you, and ye shall deliver the measure of bricks.
ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।”
19 And the officers of the children of Israel saw [that] it stood ill with them, because it was said, Ye shall not diminish anything from your bricks, the daily work.
“ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ;” ଏହି କଥାରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।
20 And they met Moses and Aaron, who stood there to meet them, as they came out from Pharaoh.
ଏଥିଉତ୍ତାରେ ସେମାନେ ଫାରୋଙ୍କ ନିକଟରୁ ଫେରିବା ସମୟରେ ସେମାନେ ମୋଶା ଓ ହାରୋଣଙ୍କୁ ସାକ୍ଷାତ କଲେ, ଯେପରି ସେମାନେ ସେମାନଙ୍କର ଅପେକ୍ଷାରେ ଥିଲେ;
21 And they said to them, Jehovah look upon you and judge, that ye have made our odour to stink in the eyes of Pharaoh, and in the eyes of his bondmen, putting a sword into their hand to kill us!
ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”
22 And Moses returned to Jehovah, and said, Lord, why hast thou done evil to this people? why now hast thou sent me?
ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୋ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ? ତୁମ୍ଭେ କାହିଁକି ମୋତେ ପଠାଇଲ?
23 For ever since I came to Pharaoh to speak in thy name, he hath done evil to this people; neither hast thou delivered thy people at all!
କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରିଅଛନ୍ତି, ପୁଣି, ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରି ନାହଁ।”

< Exodus 5 >