< Genesis 50 >

1 And Joseph fell upon his father's face, and wept upon him, and kissed him.
ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ବନ କଲେ।
2 And Joseph commanded his servants the physicians to embalm his father. And the physicians embalmed Israel.
ପୁଣି, ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କଲେ।
3 And forty days were fulfilled for him; for so are fulfilled the days of those who are embalmed. And the Egyptians mourned for him seventy days.
ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି, ମିସରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ।
4 And when the days of his mourning were past, Joseph spoke to the house of Pharaoh, saying, If now I have found favour in your eyes, speak, I pray you, in the ears of Pharaoh, saying,
ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ଯଦି ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣଗୋଚରେ ଏହି କଥା କୁହ,
5 My father made me swear, saying, Behold, I die; in my grave which I have dug myself in the land of Canaan, there shalt thou bury me. And now, let me go up, I pray thee, that I may bury my father; and I will come again.
ମୋʼ ପିତା ମୋତେ ଶପଥ କରାଇ କହିଅଛନ୍ତି, ‘ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ।’ ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି।”
6 And Pharaoh said, Go up and bury thy father, according as he made thee swear.
ତହିଁରେ ଫାରୋ କହିଲେ, “ଯାଅ, ତୁମ୍ଭ ପିତା ତୁମ୍ଭକୁ ଯେଉଁ ଶପଥ କରାଇଅଛନ୍ତି, ତୁମ୍ଭେ ତଦନୁସାରେ ତାଙ୍କୁ କବର ଦିଅ।”
7 And Joseph went up to bury his father; and with him went up all the bondmen of Pharaoh, the elders of his house, and all the elders of the land of Egypt,
ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ,
8 and all the house of Joseph, and his brethren, and his father's house; only their little ones, and their flocks, and their herds, they left in the land of Goshen.
ପୁଣି, ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ିଗଲେ।
9 And there went up with him both chariots and horsemen; and the camp was very great.
ତାଙ୍କ ସଙ୍ଗରେ ରଥ ଓ ଅଶ୍ୱାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।
10 And they came to the threshing-floor of Atad, which is beyond the Jordan; and there they lamented with a great and very grievous lamentation; and he made a mourning for his father of seven days.
ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।
11 And the inhabitants of the land, the Canaanites, saw the mourning at the threshing-floor of Atad, and they said, This is a grievous mourning of the Egyptians. Therefore the name of it was called Abel-Mizraim, which is beyond the Jordan.
ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ୍‍ ମିସର ନାମରେ ବିଖ୍ୟାତ ହେଲା।
12 And his sons did to him according as he had commanded them;
ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ତାଙ୍କ ପ୍ରତି ତଦନୁସାରେ କଲେ;
13 and his sons carried him into the land of Canaan, and buried him in the cave of the field of Machpelah which Abraham had bought along with the field, for a possession of a sepulchre, of Ephron the Hittite, opposite to Mamre.
ଅର୍ଥାତ୍‍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍‍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହିତ୍ତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ୱାରା କ୍ରୀତ ହୋଇଥିଲା।
14 And, after he had buried his father, Joseph returned to Egypt, he and his brethren, and all that had gone up with him to bury his father.
ଯୋଷେଫ ଆପଣା ପିତାଙ୍କୁ କବର ଦେଲା ଉତ୍ତାରେ ସେ ଓ ତାଙ୍କର ଭ୍ରାତୃଗଣ ପ୍ରଭୃତି ଯେତେ ଲୋକ ତାଙ୍କ ପିତାଙ୍କର କବର ଦେବାକୁ ତାଙ୍କ ସଙ୍ଗେ ଯାଇଥିଲେ, ସମସ୍ତେ ମିସରକୁ ପ୍ରତ୍ୟାଗମନ କଲେ।
15 And when Joseph's brethren saw that their father was dead, they said, If now Joseph should be hostile to us, and should indeed requite us all the evil that we did to him!
ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, “କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି, ଆମ୍ଭେମାନେ ତାହାର ଯେସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ।”
16 And they sent a messenger to Joseph, saying, Thy father commanded before he died, saying,
ଏହେତୁ ସେମାନେ ଯୋଷେଫଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭ ପିତା ମୃତ୍ୟୁୁ ପୂର୍ବରେ ଆମ୍ଭମାନଙ୍କୁ ଏହା କହିଥିଲେ, ତୁମ୍ଭେମାନେ ‘ଯୋଷେଫକୁ ଏହି କଥା କହିବ,
17 Thus shall ye speak to Joseph: Oh forgive, I pray thee, the transgression of thy brethren, and their sin! for they did evil to thee. And now, we pray thee, forgive the transgression of the servants of the God of thy father. And Joseph wept when they spoke to him.
ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜନା କରିବ;’ ଏଥିପାଇଁ ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜନା କର।” ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।
18 And his brethren also went and fell down before his face, and said, Behold, we are thy bondmen.
ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଦାସ।”
19 And Joseph said to them, Fear not: am I then in the place of God?
ତହିଁରେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି?
20 Ye indeed meant evil against me: God meant it for good, in order that he might do as [it is] this day, to save a great people alive.
ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।
21 And now, fear not: I will maintain you and your little ones. And he comforted them, and spoke consolingly to them.
ଏଥିପାଇଁ ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି।” ଏହି ପ୍ରକାରେ ଚିତ୍ତ ପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ୱନା ଦେଲେ।
22 And Joseph dwelt in Egypt, he and his father's house; and Joseph lived a hundred and ten years.
ଏଥିଉତ୍ତାରେ ଯୋଷେଫ ଓ ତାଙ୍କର ପିତୃପରିବାର ମିସରରେ ବାସ କରି ରହିଲେ; ଯୋଷେଫ ଶହେ ଦଶ ବର୍ଷ ଜୀବିତ ରହିଲେ।
23 And Joseph saw Ephraim's children of the third [generation]; the sons also of Machir the son of Manasseh were born on Joseph's knees.
ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି, ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ “କୋଳ କଲେ।”
24 And Joseph said to his brethren, I die; and God will certainly visit you, and bring you up out of this land, into the land that he swore unto Abraham, to Isaac, and to Jacob.
ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇଯିବେ।”
25 And Joseph took an oath of the children of Israel, saying, God will certainly visit you; and ye shall carry up my bones hence.
ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ।”
26 And Joseph died, a hundred and ten years old; and they embalmed him; and he was put in a coffin in Egypt.
ଏହି ପ୍ରକାରେ ଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ।

< Genesis 50 >