< Haggai 2 >

1 In the seventh [month], on the one and twentieth [day] of the month, came the word of Jehovah by the prophet Haggai, saying,
ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
2 Speak now to Zerubbabel the son of Shealtiel, governor of Judah, and to Joshua the son of Jehozadak, the high priest, and to the remnant of the people, saying,
“ଏବେ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କୁ ଓ ଲୋକମାନଙ୍କର ଅବଶିଷ୍ଟାଂଶକୁ କୁହ,
3 Who is left among you that saw this house in its former glory? and how do ye see it now? Is it not as nothing in your eyes?
‘ଏହି ଗୃହକୁ ତାହାର ପୂର୍ବ ଐଶ୍ୱର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କି ପ୍ରକାର ଦେଖୁଅଛ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ?
4 But now be strong, Zerubbabel, saith Jehovah; and be strong, Joshua son of Jehozadak, the high priest; and be strong, all ye people of the land, saith Jehovah, and work: for I am with you, saith Jehovah of hosts.
ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ୍‍, ତୁମ୍ଭେ ଏବେ ବଳବାନ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ ହୁଅ; ପୁଣି, ହେ ଦେଶସ୍ଥ ଲୋକ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;
5 The word that I covenanted with you when ye came out of Egypt, and my Spirit, remain among you: fear ye not.
କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ମିସର ଦେଶରୁ ବାହାରି ଆସିବା ବେଳେ ଓ ଆମ୍ଭ ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଧିଷ୍ଠାନ କରିବା ବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଯେଉଁ ନିୟମ ସ୍ଥିର କଲୁ, ସେହି ନିୟମର ବାକ୍ୟ ପ୍ରମାଣେ ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛୁ; ତୁମ୍ଭେମାନେ ଭୟ କର ନାହିଁ।
6 For thus saith Jehovah of hosts: Yet once, it is a little while, and I will shake the heavens, and the earth, and the sea, and the dry [land];
କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କ ଭୂମିକୁ ହଲାଇବା;
7 and I will shake all nations, and the desire of all nations shall come; and I will fill this house with glory, saith Jehovah of hosts.
ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
8 The silver is mine, and the gold is mine, saith Jehovah of hosts.
ରୂପା ଆମ୍ଭର ଓ ସୁନା ଆମ୍ଭର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
9 The latter glory of this house shall be greater than the former, saith Jehovah of hosts; and in this place will I give peace, saith Jehovah of hosts.
ଏହି ଗୃହର ପୂର୍ବକାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।’”
10 On the four and twentieth [day] of the ninth [month], in the second year of Darius, came the word of Jehovah by Haggai the prophet, saying,
ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି;
11 Thus saith Jehovah of hosts: Ask now the priests [concerning] the law, saying,
ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ,
12 If one bear holy flesh in the skirt of his garment, and with his skirt do touch bread, or pottage, or wine, or oil, or any food — shall it become holy? And the priests answered and said, No.
‘କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯଦି ତାହାର ଅଞ୍ଚଳ ରୁଟି କିମ୍ବା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ?’” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ନା।”
13 And Haggai said, If one that is unclean by a dead body touch any of these, is it become unclean? And the priests answered and said, It shall be unclean.
ସେତେବେଳେ ହାଗୟ କହିଲେ, “ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଲୋକ ଯଦି ଏହି ଦ୍ରବ୍ୟମାନର ମଧ୍ୟରୁ କୌଣସି ଦ୍ରବ୍ୟ ସ୍ପର୍ଶ କରେ, ତେବେ ତାହା କି ଅଶୁଚି ହେବ?” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ତାହା ଅଶୁଚି ହେବ।”
14 Then answered Haggai and said, So is this people, and so is this nation before me, saith Jehovah, and so is every work of their hands; and that which they offer there is unclean.
ତେବେ ହାଗୟ ଉତ୍ତର କରି କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭ ସାକ୍ଷାତରେ ଏହି ଲୋକମାନେ ଓ ଏହି ଗୋଷ୍ଠୀ ତଦ୍ରୂପ ଅଟନ୍ତି ଓ ସେମାନଙ୍କର ହସ୍ତକୃତ ଯାବତୀୟ କର୍ମ ତଦ୍ରୂପ ଅଟେ; ଆଉ, ସେହି ସ୍ଥାନରେ ଯାହା ସେମାନେ ଉତ୍ସର୍ଗ କରନ୍ତି, ତାହା ଅଶୁଚି ଅଟେ।
15 And now, I pray you, consider from this day and onward, from before a stone was laid upon a stone in the temple of Jehovah,
ଏବେ ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନର ପୂର୍ବ, ଅର୍ଥାତ୍‍, ସଦାପ୍ରଭୁଙ୍କ ମନ୍ଦିରରେ ପ୍ରସ୍ତର ଉପରେ ପ୍ରସ୍ତର ସ୍ଥାପିତ ହେବା ପୂର୍ବ ଦିନସକଳ ବିବେଚନା କର;
16 — before those [days] were, when one came to a heap of twenty [measures], there were but ten; when one came to the vat to draw out fifty press-measures, there were but twenty.
ସେହି ସକଳ ସମୟରେ କେହି କୋଡ଼ିଏ ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ଡରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର କୋଡ଼ିଏ ପାତ୍ର ହେଲା।
17 I smote you with blasting and with mildew and with hail in all the work of your hands; and ye [turned] not to me, saith Jehovah.
ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଓ ଶିଳାବୃଷ୍ଟି ଦ୍ୱାରା ତୁମ୍ଭମାନଙ୍କ ହସ୍ତର ଯାବତୀୟ କାର୍ଯ୍ୟରେ ତୁମ୍ଭମାନଙ୍କୁ ଆଘାତ କଲୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରିଲ ନାହିଁ, ଏହା ସଦାପ୍ରଭୁ କହନ୍ତି।
18 Consider, I pray you, from this day and onward, from the four and twentieth day of the ninth [month], from the day that the foundation of Jehovah's temple was laid, consider [it].
ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର।
19 Is the seed yet in the barn? yea, the vine, and the fig-tree, and the pomegranate, and the olive-tree have not brought forth: from this day will I bless [you].
ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।”
20 And the word of Jehovah came the second time unto Haggai on the four and twentieth [day] of the month, saying,
ଏଥିଉତ୍ତାରେ ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
21 Speak to Zerubbabel, governor of Judah, saying, I will shake the heavens and the earth;
“ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;
22 and I will overthrow the throne of kingdoms, and I will destroy the strength of the kingdoms of the nations; and I will overthrow the chariots, and those that ride therein; and the horses and their riders shall come down, every one by the sword of his brother.
ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।
23 In that day, saith Jehovah of hosts, will I take thee, Zerubbabel son of Shealtiel, my servant, saith Jehovah, and will make thee as a signet; for I have chosen thee, saith Jehovah of hosts.
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ୍‍, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ୱରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”

< Haggai 2 >