< Isaiah 37 >

1 And it came to pass when king Hezekiah heard [it], that he rent his garments, and covered himself with sackcloth, and went into the house of Jehovah.
ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା।
2 And he sent Eliakim, who was over the household, and Shebna the scribe, and the elders of the priests, covered with sackcloth, to the prophet Isaiah the son of Amoz.
ପୁଣି, ସେ ରାଜଗୃହାଧ୍ୟକ୍ଷ ଇଲିୟାକୀମ୍‍କୁ, ଶିବ୍‍ନ ଲେଖକଙ୍କୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇଲା।
3 And they said to him, Thus says Hezekiah: This day is a day of trouble, and of rebuke, and of reviling; for the children are come to the birth, and there is not strength to bring forth.
ତହିଁରେ ସେମାନେ ତାଙ୍କୁ କହିଲେ, “ହିଜକୀୟ ଏହିପରି କହିଅଛନ୍ତି, ‘ଆଜି ଦିନ ଆପଦ, ଅନୁଯୋଗ ଓ ଅପମାନର ଦିନ; କାରଣ ସନ୍ତାନଗଣ ପ୍ରସବ-ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।
4 It may be Jehovah thy God will hear the words of Rab-shakeh, whom the king of Assyria his master has sent to reproach the living God, and will rebuke the words which Jehovah thy God hath heard. Therefore lift up a prayer for the remnant that is left.
ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”
5 And the servants of king Hezekiah came to Isaiah.
ଏହିରୂପେ ହିଜକୀୟ ରାଜାର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।
6 And Isaiah said to them, Thus shall ye say to your master, Thus saith Jehovah: Be not afraid of the words that thou hast heard, wherewith the servants of the king of Assyria have blasphemed me.
ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ ଏହିପରି କହିବ, ‘ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭଙ୍କୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।
7 Behold, I will put a spirit into him, and he shall hear tidings, and shall return to his own land; and I will cause him to fall by the sword in his own land.
ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ, ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”
8 And Rab-shakeh returned, and found the king of Assyria warring against Libnah; for he had heard that he had departed from Lachish.
ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍‍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍‍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍‍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।
9 And he heard say of Tirhakah king of Ethiopia, He has come forth to make war with thee. And when he heard [it], he sent messengers to Hezekiah, saying,
ପୁଣି, ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା ଯେ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି; ଏହା ଶୁଣି ସେ ହିଜକୀୟ ନିକଟକୁ ଦୂତଗଣ ପଠାଇ କହିଲା,
10 Thus shall ye speak to Hezekiah king of Judah, saying: Let not thy God, upon whom thou reliest, deceive thee, saying, Jerusalem shall not be delivered into the hand of the king of Assyria.
“ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟକୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।
11 Behold, thou hast heard what the kings of Assyria have done to all countries, destroying them utterly; and shalt thou be delivered?
ଦେଖ, ଅଶୂରୀୟ ରାଜାମାନେ ନିଃଶେଷ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ଆଉ, ତୁମ୍ଭେ କʼଣ ଉଦ୍ଧାର ପାଇବ?
12 Have the gods of the nations which my fathers have destroyed delivered them, Gozan, and Haran, and Rezeph, and the children of Eden that were in Thelassar?
ମୋʼ ପିତୃଲୋକମାନେ ଯେଉଁ ଗୋଶନ, ହାରଣ, ରେତ୍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?
13 Where is the king of Hamath, and the king of Arpad, and the king of the city of Sepharvaim, of Hena, and Ivvah?
ହମାତର ରାଜା, ଅର୍ପଦର ରାଜା, ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”
14 And Hezekiah received the letter from the hand of the messengers, and read it; and Hezekiah went up into the house of Jehovah, and spread it before Jehovah.
ତହିଁରେ ହିଜକୀୟ ଦୂତଗଣର ହସ୍ତରୁ ପତ୍ର ଗ୍ରହଣ କରି ତାହା ପାଠ କଲା; ଆଉ, ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ମେଲାଇଲା।
15 And Hezekiah prayed to Jehovah, saying,
ଆଉ, ହିଜକୀୟ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,
16 Jehovah of hosts, the God of Israel, who sittest [between] the cherubim, thou, the Same, thou alone art the God of all the kingdoms of the earth: thou hast made the heavens and the earth.
“ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
17 Incline thine ear, O Jehovah, and hear; open, Jehovah, thine eyes, and see; and hear all the words of Sennacherib, who hath sent to reproach the living God.
ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେରି ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଇ ଦେଖ; ପୁଣି, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍‍‌‌ହେରୀବ ଯାହା କହି ପଠାଇଅଛି, ତାହାର ସେହି ସବୁ କଥା ଶୁଣ।
18 Of a truth, Jehovah, the kings of Assyria have laid waste all the lands, and their countries,
ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ସର୍ବଦେଶୀୟ ଲୋକମାନଙ୍କୁ, ସେମାନଙ୍କର ଦେଶକୁ ଉଚ୍ଛିନ୍ନ କରିଅଛନ୍ତି
19 and have cast their gods into the fire; for they were no gods, but the work of men's hands, wood and stone; and they have destroyed them.
ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।
20 And now, Jehovah our God, save us out of his hand, that all the kingdoms of the earth may know that thou art Jehovah, thou only.
ଏଣୁ ଏବେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
21 And Isaiah the son of Amoz sent to Hezekiah, saying, Thus saith Jehovah the God of Israel, Whereas thou hast prayed to me concerning Sennacherib king of Assyria,
ଏଉତ୍ତାରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକୀୟ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କରିବାରୁ,
22 this is the word which Jehovah hath spoken against him: The virgin-daughter of Zion despiseth thee, laugheth thee to scorn; the daughter of Jerusalem shaketh her head at thee.
ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।
23 Whom hast thou reproached and blasphemed? and against whom hast thou exalted the voice? Against the Holy One of Israel hast thou lifted up thine eyes on high.
ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।
24 By thy servants thou hast reproached the Lord, and hast said, With the multitude of my chariots am I come up to the height of the mountains, to the recesses of Lebanon; and I will cut down its tall cedars, the choice of its cypresses; and I will enter into its furthest height, [into] the forest of its fruitful field.
ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।
25 I have digged and drunk water; and with the sole of my feet have I dried up all the streams of Matsor.
ଆମ୍ଭେ ଖୋଳି ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ନଦୀସବୁ ଶୁଷ୍କ କରିବା।
26 Hast thou not heard that long ago I did it, and that from ancient days I formed it? Now have I brought it to pass, that thou shouldest lay waste fortified cities [into] ruinous heaps.
କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ।
27 And their inhabitants were powerless, they were dismayed and put to shame; they were [as] the grass of the field and the green herb, [as] the grass on the housetops, and grain blighted before it be grown up.
ଏହେତୁ ତନ୍ନିବାସୀମାନେ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍‍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଘାସ ଓ ନବୀନ ତୃଣ, ଗୃହଛାତର ଉପରିସ୍ଥ ଘାସ ଓ ଅପକ୍ୱ ଶସ୍ୟକ୍ଷେତ୍ର ତୁଲ୍ୟ ହେଲେ।
28 But I know thine abode, and thy going out, and thy coming in, and thy raging against me.
ତୁମ୍ଭର ବସିବାର, ବାହାରେ ଯିବାର, ଭିତରେ ଆସିବାର ଓ ଆମ୍ଭ ବିରୁଦ୍ଧରେ କ୍ରୋଧ କରିବାର ଆମ୍ଭେ ଜାଣୁ।
29 Because thy raging against me and thine arrogance is come up into mine ears, I will put my ring in thy nose, and my bridle in thy lips, and I will make thee go back by the way by which thou camest.
ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।
30 And this [shall be] the sign unto thee: there shall be eaten this year such as groweth of itself; and in the second year that which springeth of the same; but in the third year sow ye, and reap, and plant vineyards and eat the fruit thereof.
ଏଣୁ (ହେ ହିଜକୀୟ, ) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ।
31 And the remnant that is escaped of the house of Judah shall again take root downward, and bear fruit upward;
ପୁଣି, ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
32 for out of Jerusalem shall go forth a remnant, and out of mount Zion they that escape: the zeal of Jehovah of hosts shall do this.
କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକେ ଓ ରକ୍ଷାପ୍ରାପ୍ତ ଲୋକେ ସିୟୋନ ପର୍ବତରୁ ବାହାରିବେ; ସୈନ୍ୟାଧିପତି ସଦାପ୍ରଭୁଙ୍କର ଉଦ୍‍ଯୋଗ ଏହା ସିଦ୍ଧ କରିବ।
33 Therefore thus saith Jehovah concerning the king of Assyria: He shall not come into this city, nor shoot an arrow there, nor come before it with shield, nor cast a bank against it.
ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।
34 By the way that he came, by the same shall he return, and shall not come into this city, saith Jehovah.
ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ ଓ ସେ ଏହି ନଗରକୁ ଆସିବ ନାହିଁ।
35 And I will defend this city, to save it, for mine own sake, and for my servant David's sake.
କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବା ପାଇଁ ସପକ୍ଷ ହେବା।”
36 And an angel of Jehovah went forth, and smote in the camp of the Assyrians a hundred and eighty-five thousand. And when they arose early in the morning, behold, they were all dead bodies.
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।
37 And Sennacherib king of Assyria departed, and went and returned, and abode at Nineveh.
ତହିଁରେ ଅଶୂରର ରାଜା ସନ୍‍‌‌ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।
38 And it came to pass, as he was worshipping in the house of Nisroch his god, that Adrammelech and Sharezer his sons smote him with the sword; and they escaped into the land of Ararat. And Esarhaddon his son reigned in his stead.
ଏଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ଅଦ୍ରମ୍ମେଲକ୍‍ ଓ ଶରେତ୍ସର ନାମକ ତାହାର ଦୁଇ ପୁତ୍ର ତାହାକୁ ଖଡ୍ଗରେ ବଧ କଲେ। ତହୁଁ ସେମାନେ ଆରାରାଟ୍‍ ଦେଶକୁ ପଳାୟନ କଲେ। ପୁଣି, ତାହାର ପୁତ୍ର ଏସର୍‍ହଦ୍ଦୋନ୍‍ ତାହାର ପଦରେ ରାଜ୍ୟ କଲା।

< Isaiah 37 >