< Psalms 24 >

1 Of David. A Psalm. The earth is Jehovah's, and the fulness thereof; the world, and they that dwell therein.
ଦାଉଦଙ୍କର ଗୀତ। ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।
2 For it was he that founded it upon seas, and established it upon floods.
କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି।
3 Who shall ascend into the mount of Jehovah? and who shall stand in his holy place?
କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ?
4 He that hath blameless hands and a pure heart; who lifteth not up his soul unto vanity, nor sweareth deceitfully:
ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ।
5 He shall receive blessing from Jehovah, and righteousness from the God of his salvation.
ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ।
6 This is the generation of them that seek unto him, that seek thy face, O Jacob. (Selah)
ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। (ସେଲା)
7 Lift up your heads, ye gates, and be ye lifted up, ye everlasting doors, and the King of glory shall come in.
ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
8 Who is this King of glory? Jehovah strong and mighty, Jehovah mighty in battle.
ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ।
9 Lift up your heads, ye gates; yea, lift up, ye everlasting doors, and the King of glory shall come in.
ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
10 Who is he, this King of glory? Jehovah of hosts, he is the King of glory. (Selah)
ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି। (ସେଲା)

< Psalms 24 >