< Psalms 32 >

1 Of David. Instruction. Blessed is he [whose] transgression is forgiven, [whose] sin is covered!
ଦାଉଦଙ୍କ ଗୀତ। ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।
2 Blessed is the man unto whom Jehovah reckoneth not iniquity, and in whose spirit there is no guile!
ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।
3 When I kept silence, my bones waxed old, through my groaning all the day long.
ମୁଁ ମୌନ ହୋଇଥିବା ବେଳେ ଦିନସାରା ଆର୍ତ୍ତନାଦ କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା।
4 For day and night thy hand was heavy upon me; my moisture was turned into the drought of summer. (Selah)
କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। (ସେଲା)
5 I acknowledged my sin unto thee, and mine iniquity I covered not; I said, I will confess my transgressions unto Jehovah, and thou forgavest the iniquity of my sin. (Selah)
ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। (ସେଲା)
6 For this shall every one that is godly pray unto thee at a time when thou mayest be found: surely in the floods of great waters they will not reach him.
ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍‍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।
7 Thou art a hiding-place for me; thou preservest me from trouble; thou dost encompass me with songs of deliverance. (Selah)
ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। (ସେଲା)
8 I will instruct thee and teach thee the way in which thou shalt go; I will counsel [thee] with mine eye upon thee.
ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।
9 Be ye not as a horse, as a mule, which have no understanding: whose trappings must be bit and bridle, for restraint, or they will not come unto thee.
ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ।
10 Many sorrows hath the wicked; but he that confideth in Jehovah, loving-kindness shall encompass him.
ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।
11 Rejoice in Jehovah, and be glad, ye righteous; and shout for joy, all ye upright in heart.
ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର।

< Psalms 32 >