< Lamentations 2 >

1 Aleph. How hath the Lord covered with obscurity the daughter of Sion in his wrath! how hath he cast down from heaven to the earth the glorious one of Israel, and hath not remembered his footstool in the day of his anger!
ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।
2 Beth. The Lord hath cast down headlong, and hath not spared, all that was beautiful in Jacob: he hath destroyed in his wrath the strong holds of the virgin of Juda, and brought them down to the ground: he hath made the kingdom unclean, and the princes thereof.
ପ୍ରଭୁ ଯାକୁବର ସକଳ ବାସସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍‍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।
3 Ghimel. He hath broken in his fierce anger all the horn of Israel: he hath drawn back his right hand from before the enemy: and he hath kindled in Jacob as it were a flaming fire devouring round about.
ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।
4 Daleth. He hath bent his bow as an enemy, he hath fixed his right hand as an adversary: and he hath killed all that was fair to behold in the tabernacle of the daughter of Sion, he hath poured out his indignation like fire.
ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ବୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି।
5 He. The Lord is become as an enemy: he hath cast down Israel headlong, he hath overthrown all the walls thereof: he hath destroyed his strong holds, and hath multiplied in the daughter of Juda the afflicted, both men and women.
ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।
6 Vau. And he hath destroyed his tent as a garden, he hath thrown down his tabernacle: the Lord hath caused feasts and sabbaths to be forgotten in Sion: and hath delivered up king and priest to reproach, and to the indignation of his wrath.
ସେ ଉଦ୍ୟାନସ୍ଥ ତମ୍ବୁ ପରି ଆପଣା ଆବାସ-ତମ୍ବୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି; ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମବାର ବିସ୍ମୃତ କରାଇଅଛନ୍ତି ଓ ଆପଣା କ୍ରୋଧର ପ୍ରଚଣ୍ଡତାରେ ରାଜା ଓ ଯାଜକକୁ ତୁଚ୍ଛଜ୍ଞାନ କରିଅଛନ୍ତି।
7 Zain. The Lord hath cast off his altar, he hath cursed his sanctuary: he hath delivered the walls of the towers thereof into the hand of the enemy: they have made a noise in the house of the Lord, as in the day of a solemn feast.
ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତିଗୁଡ଼ିକୁ ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି।
8 Heth. The Lord hath purposed to destroy the wall of the daughter of Sion: he hath stretched out his line, and hath not withdrawn his hand from destroying: and the bulwark hath mourned, and the wall hath been destroyed together.
ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଅଛନ୍ତି; ସେ ସୂତ୍ର ଟାଣିଅଛନ୍ତି, ସେ ବିନାଶକରଣରୁ ଆପଣା ହସ୍ତ ନିବୃତ୍ତ କରି ନାହାନ୍ତି; ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇଅଛନ୍ତି; ସେମାନେ ଏକ ସମୟରେ ନିସ୍ତେଜ ହୋଇଅଛନ୍ତି।
9 Teth. Her gates are sunk into the ground: he hath destroyed, and broken her bars: her king and her princes are among the Gentiles: the law is no more, and her prophets have found no vision from the Lord.
ତାହାର ନଗରଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍‍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପାʼନ୍ତି ନାହିଁ।
10 Jod. The ancients of the daughter of Sion sit upon the ground, they have held their peace: they have sprinkled their heads with dust, they are girded with haircloth, the virgins of Jerusalem hang down their heads to the ground.
ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଚଟ ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।
11 Caph. My eyes have failed with weeping, my bowels are troubled: my liver is poured out upon the earth, for the destruction of the daughter of my people, when the children, and the sucklings, fainted away in the streets of the city.
ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।
12 Lamed. They said to their mothers: Where is corn and wine? when they fainted away as the wounded in the streets of the city: when they breathed out their souls in the bosoms of their mothers.
ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୂର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି।
13 Mem. To what shall I compare thee? or to what shall I liken thee, O daughter of Jerusalem? to what shall I equal thee, that I may comfort thee, O virgin daughter of Sion? for great as the sea is thy destruction: who shall heal thee?
ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ୱନା ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରିପାରେ?
14 Nun. Thy prophets have seen false and foolish things for thee: and they have not laid open thy iniquity, to excite thee to penance: but they have seen for thee false revelations and banishments.
ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।
15 Samech. All they that passed by the way have clapped their hands at thee: they have hissed, and wagged their heads at the daughter of Jerusalem, saying: Is this the city of perfect beauty, the joy of all the earth?
ପଥିକମାନେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; ସେମାନେ ଶୀସ୍‍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି?
16 Phe. All thy enemies have opened their mouth against thee: they have hissed, and gnashed with the teeth, and have said: We will swallow her up: lo, this is the day which we looked for: we have found it, we have seen it.
ତୁମ୍ଭର ଶତ୍ରୁ ସକଳ ତୁମ୍ଭ ବିରୁଦ୍ଧରେ ଆପଣା ଆପଣା ମୁଖ ମେଲାଇ ପରିହାସ କରନ୍ତି; ସେମାନେ ଶୀସ୍‍ ଦିଅନ୍ତି ଓ ଦନ୍ତ କଡ଼ମଡ଼ କରନ୍ତି; ସେମାନେ କହନ୍ତି, ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ; ଆମ୍ଭେମାନେ ଯେଉଁ ଦିନର ଅପେକ୍ଷା କଲୁ, ଏ ଅବଶ୍ୟ ସେହି ଦିନ; ଆମ୍ଭେମାନେ ତାହା ପାଇଅଛୁ, ଆମ୍ଭେମାନେ ତାହା ଦେଖିଅଛୁ।
17 Ain. The Lord hath done that which he purposed, he hath fulfilled his word, which he commanded in the days of old: he hath destroyed, and hath not spared, and he hath caused the enemy to rejoice over thee, and hath set up the horn of thy adversaries.
ସଦାପ୍ରଭୁ ଯାହା ସଂକଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।
18 Sade. Their heart cried to the Lord upon the walls of the daughter of Sion: Let tears run down like a torrent day and night: give thyself no rest, and let not the apple of thy eye cease.
ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।
19 Coph. Arise, give praise in the night, in the beginning of the watches: pour out thy heart like water before the face of the Lord: lift up thy hands to him for the life of thy little children, that have fainted for hunger at the top of all the streets.
ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।
20 Res. Behold, O Lord, and consider whom thou hast thus dealt with: shall women then eat their own fruit, their children of a span long? shall the priest and the prophet be slain in the sanctuary of the Lord?
ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍‍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?
21 Sin. The child and the old man lie without on the ground: my virgins and my young men are fallen by the sword: thou hast slain them in the day of thy wrath: thou hast killed, and shewn them no pity.
ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।
22 Thau. Thou hast called as to a festival, those that should terrify me round about, and there was none in the day of the wrath of the Lord that escaped and was left: those that I brought up, and nourished, my enemy hath consumed them.
ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ୱାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇ ନ ଥିଲେ, କି ଅବଶିଷ୍ଟ ରହି ନ ଥିଲେ; ଯେଉଁମାନଙ୍କୁ ମୁଁ ଲାଳନପାଳନ କରିଅଛି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି।

< Lamentations 2 >