< Luke 13 >

1 It was around this time that some people told Jesus about Pilate's killing of some Galileans while they were offering sacrifices in the Temple.
ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିଷୟରେ ଯୀଶୁଙ୍କୁ ଜଣାଇଲେ।
2 “Do you think that these Galileans were worse sinners than any other Galileans because they suffered like this?” Jesus asked.
ସେଥିରେ ସେ ସେମାନଙ୍କୁ ଉତ୍ତର ଦେଲେ, “ଏହାସବୁ ଭୋଗ କରିବାରୁ ଏହି ଗାଲିଲୀୟମାନେ ଅନ୍ୟ ସମସ୍ତ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?
3 “No, I tell you. But unless you repent, you will all perish as well.
ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ।
4 What about those eighteen people that were killed when the tower in Siloam fell on them? Do you think they were the worst people in the whole of Jerusalem?
କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?
5 No, I tell you. But unless you repent, you will all perish as well.”
ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।”
6 Then he told them this story as an illustration. “Once there was man who had a fig tree planted in his vineyard. He came to look for fruit on the tree, but he didn't find any.
ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, “ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରିବୃକ୍ଷ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ।
7 So he told the gardener, ‘Look, for three years I've been coming to look for fruit on this fig tree and I haven't found any. Chop it down! Why should it be taking up space?’
ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରିବୃକ୍ଷରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି?
8 ‘Master,’ the man replied, ‘please leave it alone for just one more year. I'll dig the soil around it and put down some fertilizer.
ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ‘ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି,
9 If it produces fruit, then that's fine. If not, then chop it down.’”
ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ।’”
10 One Sabbath Jesus was teaching in a synagogue,
ଥରେ ସେ ବିଶ୍ରାମବାର ଦିନରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ।
11 and a woman was there who had been crippled by an evil spirit for eighteen years. She was bent over and could not stand straight.
ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍‌ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରିପାରୁ ନ ଥିଲା।
12 When Jesus saw her, he called her over and told her, “You're freed of your sickness.”
ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, “ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।”
13 Then he placed his hands on her, and immediately she straightened up, and she praised God.
ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା।
14 However, the synagogue leader was upset that Jesus had healed on the Sabbath. He said to the crowd, “There are six days for work. Come and be healed on those days, not on the Sabbath.”
କିନ୍ତୁ ଯୀଶୁ ବିଶ୍ରାମବାର ଦିନରେ ସୁସ୍ଥ କରିବାରୁ ସମାଜଗୃହର ଅଧ୍ୟକ୍ଷ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହିସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାର ଦିନରେ ଆସ ନାହିଁ।
15 But the Lord answered him, “You hypocrites! Doesn't every one of you untie your ox or donkey from the stall and take it to drink?
କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, “ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାର ଦିନରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ?
16 Why shouldn't this woman, this daughter of Abraham whom Satan has kept tied up for eighteen years, be untied and set free this Sabbath day?”
ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇଥିବା ଅବ୍ରହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କଅଣ ବିଶ୍ରାମବାର ଦିନରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?”
17 What he said shamed all his opponents, but everyone in the crowd was delighted by all the wonderful things he was doing.
ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ।
18 Then Jesus asked, “So what is the kingdom of God like? What should I compare it to?
ସେଥିରେ ସେ କହିଲେ, “ଈଶ୍ବରଙ୍କ ରାଜ୍ୟ କାହା ପରି? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି?
19 It's like a mustard seed that a man planted in his garden. It grew into a tree, and the birds came and nested in its branches.”
ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ।”
20 He asked again, “What shall I compare the kingdom of God to?
ସେ ଆହୁରି କହିଲେ, “ମୁଁ କାହା ସହିତ ଈଶ୍ବରଙ୍କ ରାଜ୍ୟର ତୁଳନା କରିବି?
21 It's like yeast that a woman took and mixed into three measures of flour which made the whole batch rise.”
ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା।”
22 Jesus went around the towns and villages, teaching on his way to Jerusalem.
ଏହାପରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ।
23 Someone asked him, “Lord, will only a few be saved?” Jesus replied,
ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କଅଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ,
24 “Try very hard to enter the narrow doorway, because I tell you that many will try to go in, and won't succeed.
“ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।
25 Once the house owner gets up and closes the door, you'll be standing outside knocking on the door, saying, ‘Master, please open the door for us.’ But he'll reply, ‘I don't know you or where you're from.’
ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ‘ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ,’ ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ‘ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।’
26 Then you'll say, ‘But we ate and drank with you, and you taught in our streets!’
ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ;
27 He'll reply, ‘I tell you, I don't know you or where you're from. Get away from me, all of you who don't do what's good!’
ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋʼ ପାଖରୁ ଦୂର ହୁଅ।
28 There will be crying and gnashing of teeth when you see Abraham, Isaac, Jacob and all the prophets in the kingdom of God but you are thrown out.
ଯେତେବେଳେ ତୁମ୍ଭେମାନେ ଅବ୍ରହାମ, ଇସ୍‌ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ବରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।
29 People will come from the east and the west, the north and the south, and they will sit down to eat in the kingdom of God.
ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ବରଙ୍କ ରାଜ୍ୟରେ ଭୋଜନରେ ବସିବେ।
30 For the last shall be first, and the first shall be last.”
ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ।”
31 At that moment some Pharisees came to Jesus and told him, “You should leave here. Herod wants to kill you!”
ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି।
32 Jesus replied, “Go tell that fox that I will go on driving out demons and healing people for today and tomorrow, and on the third day I'll achieve what I came to do.
ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ‘ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି।’
33 Well anyway I must continue on my way for today and tomorrow, and the day after. For it wouldn't be right for a prophet to die outside of Jerusalem!
ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମ ସହରର ବାହାରେ ଭାବବାଦୀର ନିହତ ହେବା ଉଚିତ୍ ନୁହେଁ।”
34 Oh Jerusalem, Jerusalem, you kill prophets and stone those who are sent to you! How often I have wanted to gather all your children together just like a hen does with her chicks under her wings, but you refused!
“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
35 Look, your house is left desolate, and I tell you that you won't see me again until you say, ‘Blessed is he who comes in the name of the Lord.’”
ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”

< Luke 13 >