< Ecclesiastes 1 >

1 THE WORDS OF the Koheleth, the son of David, king in Jerusalem.
ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା।
2 Vanity of vanities, saith Koheleth; vanity of vanities, all is vanity.
ଉପଦେଶକ କହୁଅଛନ୍ତି, “ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର।”
3 What profit hath man of all his labour wherein he laboureth under the sun?
ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୁଏ, ତାହାର ସେହିସବୁରୁ କି ଲାଭ?
4 One generation passeth away, and another generation cometh; and the earth abideth for ever.
ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ।
5 The sun also ariseth, and the sun goeth down, and hasteth to his place where he ariseth.
ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଏ।
6 The wind goeth toward the south, and turneth about unto the north; it turneth about continually in its circuit, and the wind returneth again to its circuits.
ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୂରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।
7 All the rivers run into the sea, yet the sea is not full; unto the place whither the rivers go, thither they go again.
ନଦୀସବୁ ସମୁଦ୍ରକୁ ବହିଯାଆନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।
8 All things toil to weariness; man cannot utter it, the eye is not satisfied with seeing, nor the ear filled with hearing.
ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରିପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ।
9 That which hath been is that which shall be, and that which hath been done is that which shall be done; and there is nothing new under the sun.
ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ।
10 Is there a thing whereof it is said: 'See, this is new'? — it hath been already, in the ages which were before us.
ଯାହା ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା।
11 There is no remembrance of them of former times; neither shall there be any remembrance of them of latter times that are to come, among those that shall come after.
ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।
12 I Koheleth have been king over Israel in Jerusalem.
ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି।
13 And I applied my heart to seek and to search out by wisdom concerning all things that are done under heaven; it is a sore task that God hath given to the sons of men to be exercised therewith.
ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ୱାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ୱାରା ପରମେଶ୍ୱର ଯେ ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟନ୍ତ କ୍ଲେଶଜନକ।
14 I have seen all the works that are done under the sun; and, behold, all is vanity and a striving after wind.
ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।
15 That which is crooked cannot be made straight; and that which is wanting cannot be numbered.
ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ।
16 I spoke with my own heart, saying: 'Lo, I have gotten great wisdom, more also than all that were before me over Jerusalem'; yea, my heart hath had great experience of wisdom and knowledge.
ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।”
17 And I applied my heart to know wisdom, and to know madness and folly — I perceived that this also was a striving after wind.
ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।
18 For in much wisdom is much vexation; and he that increaseth knowledge increaseth sorrow.
କାରଣ ବହୁତ ଜ୍ଞାନରେ ବହୁତ କ୍ଲେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ।

< Ecclesiastes 1 >