< Numbers 4 >

1 And the LORD spoke unto Moses and unto Aaron, saying:
ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
2 'Take the sum of the sons of Kohath from among the sons of Levi, by their families, by their fathers' houses,
“ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ-ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ,
3 from thirty years old and upward even until fifty years old, all that enter upon the service, to do work in the tent of meeting.
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।
4 This is the service of the sons of Kohath in the tent of meeting, about the most holy things:
ସମାଗମ-ତମ୍ବୁରେ ମହାପବିତ୍ର ଦ୍ରବ୍ୟାଦିର (ରକ୍ଷା) କହାତ-ସନ୍ତାନଗଣର ସେବା ଅଟେ।
5 when the camp setteth forward, Aaron shall go in, and his sons, and they shall take down the veil of the screen, and cover the ark of the testimony with it;
ଛାଉଣି ଅଗ୍ରସର ହେବା ସମୟରେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ
6 and shall put thereon a covering of sealskin, and shall spread over it a cloth all of blue, and shall set the staves thereof.
ଓ ତହିଁ ଉପରେ ଶିଶୁକ ଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ।
7 And upon the table of showbread they shall spread a cloth of blue, and put thereon the dishes, and the pans, and the bowls, and the jars wherewith to pour out; and the continual bread shall remain thereon.
ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।
8 And they shall spread upon them a cloth of scarlet, and cover the same with a covering of sealskin, and shall set the staves thereof.
ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂର ବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ।
9 And they shall take a cloth of blue, and cover the candlestick of the light, and its lamps, and its tongs, and its snuffdishes, and all the oil vessels thereof, wherewith they minister unto it.
ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ, ତହିଁର ପ୍ରଦୀପ, ଚିମୁଟା, ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ।
10 And they shall put it and all the vessels thereof within a covering of sealskin, and shall put it upon a bar.
ପୁଣି, ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକ ଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ।
11 And upon the golden altar they shall spread a cloth of blue, and cover it with a covering of sealskin, and shall set the staves thereof.
ପୁଣି, ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକ ଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ।
12 And they shall take all the vessels of ministry, wherewith they minister in the sanctuary, and put them in a cloth of blue, and cover them with a covering of sealskin, and shall put them on a bar.
ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକ ଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ।
13 And they shall take away the ashes from the altar, and spread a purple cloth thereon.
ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ିନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ।
14 And they shall put upon it all the vessels thereof, wherewith they minister about it, the fire-pans, the flesh-hooks, and the shovels, and the basins, all the vessels of the altar; and they shall spread upon it a covering of sealskin, and set the staves thereof.
ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ।
15 And when Aaron and his sons have made an end of covering the holy furniture, and all the holy vessels, as the camp is to set forward — after that, the sons of Kohath shall come to bear them; but they shall not touch the holy things, lest they die. These things are the burden of the sons of Kohath in the tent of meeting.
ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।
16 And the charge of Eleazar the son of Aaron the priest shall be the oil for the light, and the sweet incense, and the continual meal-offering, and the anointing oil: he shall have the charge of all the tabernacle, and of all that therein is, whether it be the sanctuary, or the furniture thereof.'
ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍‍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହିସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।”
17 And the LORD spoke unto Moses and unto Aaron, saying:
ଏଥିଉତ୍ତାରେ ସଦାପ୍ରଭୁ ମୋଶା ହାରୋଣଙ୍କୁ କହିଲେ,
18 'Cut ye not off the tribe of the families of the Kohathites from among the Levites;
“ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକୁ ଉଚ୍ଛିନ୍ନ କର ନାହିଁ!
19 but thus do unto them, that they may live, and not die, when they approach unto the most holy things: Aaron and his sons shall go in, and appoint them every one to his service and to his burden;
ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।
20 but they shall not go in to see the holy things as they are being covered, lest they die.'
ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ।”
21 And the LORD spoke unto Moses saying:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
22 'Take the sum of the sons of Gershon also, by their fathers' houses, by their families;
“ତୁମ୍ଭେ ଗେର୍ଶୋନ-ସନ୍ତାନଗଣର ପିତୃଗୃହ ଓ ବଂଶାନୁସାରେ ସେମାନଙ୍କର ସଂଖ୍ୟା ନିଅ;
23 from thirty years old and upward until fifty years old shalt thou number them: all that enter in to wait upon the service, to do service in the tent of meeting.
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।
24 This is the service of the families of the Gershonites, in serving and in bearing burdens:
ସେବା କରିବା ଓ ଭାର ବହିବା କାର୍ଯ୍ୟ ମଧ୍ୟରେ ଗେର୍ଶୋନୀୟ ବଂଶର ସେବା ଏହି;
25 they shall bear the curtains of the tabernacle, and the tent of meeting, its covering, and the covering of sealskin that is above upon it, and the screen for the door of the tent of meeting;
ସେମାନେ ଆବାସର ଯବନିକାସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର;
26 and the hangings of the court, and the screen for the door of the gate of the court, which is by the tabernacle and by the altar round about, and their cords, and all the instruments of their service, and whatsoever there may be to do with them, therein shall they serve.
ଆଉ ପ୍ରାଙ୍ଗଣର ପରଦାସକଳ, ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେଉଁ ଯେଉଁ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ।
27 At the commandment of Aaron and his sons shall be all the service of the sons of the Gershonites, in all their burden, and in all their service; and ye shall appoint unto them in charge all their burden.
ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବେ ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ।
28 This is the service of the families of the sons of the Gershonites in the tent of meeting; and their charge shall be under the hand of Ithamar the son of Aaron the priest.
ସମାଗମ-ତମ୍ବୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି, ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।
29 As for the sons of Merari, thou shalt number them by their families, by their fathers' houses;
ଏଉତ୍ତାରେ ତୁମ୍ଭେ ମରାରି-ସନ୍ତାନଗଣର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ।
30 from thirty years old and upward even unto fifty years old shalt thou number them, every one that entereth upon the service, to do the work of the tent of meeting.
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ।
31 And this is the charge of their burden, according to all their service in the tent of meeting: the boards of the tabernacle, and the bars thereof, and the pillars thereof, and the sockets thereof;
ପୁଣି, ସମାଗମ-ତମ୍ବୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ବନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା, ତହିଁର ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀସକଳ,
32 and the pillars of the court round about, and their sockets, and their pins, and their cords, even all their appurtenance, and all that pertaineth to their service; and by name ye shall appoint the instruments of the charge of their burden.
ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ, ତହିଁର ଚୁଙ୍ଗୀ, ମେଖ, ରଜ୍ଜୁ ଓ ତହିଁ ସମ୍ବନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାରର ଦ୍ରବ୍ୟାଦି ନାମ ଦ୍ୱାରା ନିରୂପଣ କରିବ।
33 This is the service of the families of the sons of Merari, according to all their service, in the tent of meeting, under the hand of Ithamar the son of Aaron the priest.'
ସମାଗମ-ତମ୍ବୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।”
34 And Moses and Aaron and the princes of the congregation numbered the sons of the Kohathites by their families, and by their fathers' houses,
ଏଥିଉତ୍ତାରେ ମୋଶା ଓ ହାରୋଣ ଓ ମଣ୍ଡଳୀର ଅଧିପତିଗଣ କହାତୀୟ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କ ମଧ୍ୟରୁ
35 from thirty years old and upward even unto fifty years old, every one that entered upon the service, for service in the tent of meeting.
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ।
36 And those that were numbered of them by their families were two thousand seven hundred and fifty.
ତହିଁରେ ସେମାନଙ୍କ ବଂଶାନୁସାରେ ଗଣିତ ଲୋକ ଦୁଇ ହଜାର ସାତ ଶହ ପଚାଶ ଜଣ ହେଲେ;
37 These are they that were numbered of the families of the Kohathites, of all that did serve in the tent of meeting, whom Moses and Aaron numbered according to the commandment of the LORD by the hand of Moses.
ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।
38 And those that were numbered of the sons of Gershon, by their families, and by their fathers' houses,
ପୁଣି, ଗେର୍ଶୋନର ସନ୍ତାନଗଣ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,
39 from thirty years old and upward even unto fifty years old, every one that entered upon the service, for service in the tent of meeting,
ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
40 even those that were numbered of them, by their families, by their fathers' houses, were two thousand and six hundred and thirty.
ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ।
41 These are they that were numbered of the families of the sons of Gershon, of all that did serve in the tent of meeting, whom Moses and Aaron numbered according to the commandment of the LORD.
ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ।
42 And those that were numbered of the families of the sons of Merari, by their families, by their fathers' houses,
ଆଉ ମରାରି-ସନ୍ତାନଗଣର ବଂଶ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,
43 from thirty years old and upward even unto fifty years old, every one that entered upon the service, for service in the tent of meeting,
ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
44 even those that were numbered of them by their families, were three thousand and two hundred.
ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ।
45 These are they that were numbered of the families of the sons of Merari, whom Moses and Aaron numbered according to the commandment of the LORD by the hand of Moses.
ଏମାନେ ମରାରି-ସନ୍ତାନଗଣ ବଂଶର ଗଣିତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।
46 All those that were numbered of the Levites, whom Moses and Aaron and the princes of Israel numbered, by their families, and by their fathers' houses,
ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଦ୍ୱାରା ଯେଉଁ ଲେବୀୟ ଲୋକମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣିତ ହେଲେ,
47 from thirty years old and upward even unto fifty years old, every one that entered in to do the work of service, and the work of bearing burdens in the tent of meeting,
ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ,
48 even those that were numbered of them, were eight thousand and five hundred and fourscore.
ସେମାନେ ଗଣାଯାʼନ୍ତେ, ଆଠ ହଜାର ପାଞ୍ଚ ଶହ ଅଶୀ ଜଣ ହେଲେ।
49 According to the commandment of the LORD they were appointed by the hand of Moses, every one to his service, and to his burden; they were also numbered, as the LORD commanded Moses.
ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ।

< Numbers 4 >