< Psalms 110 >

1 A Psalm of David. The LORD saith unto my lord: 'Sit thou at My right hand, until I make thine enemies thy footstool.'
ଦାଉଦଙ୍କର ଗୀତ। ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”
2 The rod of Thy strength the LORD will send out of Zion: 'Rule thou in the midst of thine enemies.'
ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।
3 Thy people offer themselves willingly in the day of thy warfare; in adornments of holiness, from the womb of the dawn, thine is the dew of thy youth.
ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।
4 The LORD hath sworn, and will not repent: 'Thou art a priest for ever after the manner of Melchizedek.'
ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”
5 The Lord at thy right hand doth crush kings in the day of His wrath.
ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ।
6 He will judge among the nations; He filleth it with dead bodies, He crusheth the head over a wide land.
ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ।
7 He will drink of the brook in the way; therefore will he lift up the head.
ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; ଏହେତୁ ସେ ଆପଣା ମସ୍ତକ ଉଠାଇବେ।

< Psalms 110 >