< Luke 12 >

1 In the mean time, when there were gathered together an innumerable multitude of people, insomuch that they trode one upon another, he began to say unto his disciples first of all, Beware all of you of the leaven of the Pharisees, which is hypocrisy.
ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ।
2 For there is nothing covered, that shall not be revealed; neither hid, that shall not be known.
କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ।
3 Therefore whatsoever all of you have spoken in darkness shall be heard in the light; and that which all of you have spoken in the ear in closets shall be proclaimed upon the housetops.
ଅତଏବ ତୁମ୍ଭେମାନେ ଯାହା ଅନ୍ଧକାରରେ କହିଅଛ, ସେହିସବୁ ଆଲୋକରେ ଶୁଣାଯିବ, ପୁଣି, ଯାହା ଗୁପ୍ତ କୋଠରୀରେ ଗୋପନରେ କହିଅଛ, ତାହା ଘର ଛାତ ଉପରେ ଘୋଷଣା କରାଯିବ।”
4 And I say unto you my friends, Be not afraid of them that kill the body, and after that have no more that they can do.
“କିନ୍ତୁ ମୋହର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ।
5 But I will forewarn you whom all of you shall fear: Fear him, which after he has killed has power to cast into hell; yea, I say unto you, Fear him. (Geenna g1067)
କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର। (Geenna g1067)
6 Are not five sparrows sold for two farthings, and not one of them is forgotten before God?
ପାଞ୍ଚୋଟି ଘରଚଟିଆ କଅଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ବର ଭୁଲିଯାଆନ୍ତି ନାହିଁ।
7 But even the very hairs of your head are all numbered. Fear not therefore: all of you are of more value than many sparrows.
କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି। ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”
8 Also I say unto you, Whosoever shall confess me before men, him shall the Son of man also confess before the angels of God:
“ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;
9 But he that denies me before men shall be denied before the angels of God.
କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ।
10 And whosoever shall speak a word (logos) against the Son of man, it shall be forgiven him: but unto him that blasphemes against the Holy Spirit (pneuma) it shall not be forgiven.
ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ।
11 And when they bring you unto the synagogues, and unto magistrates, and powers, take all of you no thought how or what thing all of you shall answer, or what all of you shall say:
ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କଅଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ;
12 For the Holy Spirit (pneuma) shall teach you in the same hour what all of you ought to say.
କାରଣ କଅଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ।”
13 And one of the company said unto him, Master, speak to my brother, that he divide the inheritance with me.
ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା, ହେ ଗୁରୁ, ମୋʼର ଭାଇକୁ ମୋʼ ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ।
14 And he said unto him, Man, who made me a judge or a divider over you?
କିନ୍ତୁ ସେ ତାହାଙ୍କୁ କହିଲେ, “ହେ ଭାଇ, କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା?”
15 And he said unto them, Take heed, and beware of covetousness: for a man's life consists not in the abundance of the things which he possesses.
ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।”
16 And he spoke a parable unto them, saying, The ground of a certain rich man brought forth plentifully:
ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, “ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା।
17 And he thought within himself, saying, What shall I do, because I have no room where to bestow my fruits?
ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କଅଣ କରିବି? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ।
18 And he said, This will I do: I will pull down my barns, and build greater; and there will I bestow all my fruits and my goods.
ପୁଣି, ସେ କହିଲା, ଏହା କରିବି; ମୋହର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି,
19 And I will say to my soul, Soul, you have much goods laid up for many years; take your ease, eat, drink, and be merry.
ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍;
20 But God said unto him, You fool, this night your soul shall be required of you: then whose shall those things be, which you have provided?
କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ?
21 So is he that lays up treasure for himself, and is not rich toward God.
ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ବରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ।”
22 And he said unto his disciples, Therefore I say unto you, Take no thought for your life, what all of you shall eat; neither for the body, what all of you shall put on.
ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କଅଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କଅଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ।
23 The life is more than food, and the body is more than raiment.
କାରଣ ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର ଶ୍ରେଷ୍ଠ।
24 Consider the ravens: for they neither sow nor reap; which neither have storehouse nor barn; and God feeds them: how much more are all of you better than the fowls?
କାଉମାନଙ୍କ ବିଷୟରେ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି, ସେମାନଙ୍କର ଅମାର ନାହିଁ, ଆଉ ଈଶ୍ବର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠ!
25 And which of you with taking thought can add to his stature one cubit?
ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ହାତେ ବଢ଼ାଇପାରେ?
26 If all of you then be not able to do that thing which is least, why take all of you thought for the rest?
ଅତଏବ, ଯଦି ତୁମ୍ଭେମାନେ କ୍ଷୁଦ୍ର ବିଷୟ ସୁଦ୍ଧା କରିବାକୁ ସକ୍ଷମ ନୁହଁ, ତେବେ ଅନ୍ୟ ସମସ୍ତ ବିଷୟରେ କାହିଁକି ଚିନ୍ତା କରୁଅଛ?
27 Consider the lilies how they grow: they toil not, they spin not; and yet I say unto you, that Solomon in all his glory was not arrayed like one of these.
କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟରେ ଭାବି ଦେଖ, ସେଗୁଡ଼ିକ କିପରି ସୂତା କାଟନ୍ତି ନାହିଁ କି ବୁଣନ୍ତି ନାହିଁ; ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିଏ ପରି ବିଭୂଷିତ ନ ଥିଲେ।
28 If then God so clothe the grass, which is to day in the field, and tomorrow is cast into the oven; how much more will he clothe you, O all of you of little faith?
କିନ୍ତୁ ଯେଉଁ ଘାସ ଆଜି କ୍ଷେତରେ ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କେତେ ଅଧିକ ରୂପେ ନ ଦେବେ!
29 And seek not all of you what all of you shall eat, or what all of you shall drink, neither be all of you of doubtful mind.
ପୁଣି, କଅଣ ଖାଇବ ଓ କଅଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ,
30 For all these things do the nations of the world seek after: and your Father knows that all of you have need of these things.
କାରଣ ଜଗତର ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଈଶ୍ବର ଜାଣନ୍ତି।
31 But rather seek all of you the kingdom of God; and all these things shall be added unto you.
ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।”
32 Fear not, little flock; for it is your Father's good pleasure to give you the kingdom.
“ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ।
33 Sell that all of you have, and give alms; provide yourselves bags which wax not old, a treasure in the heavens that fails not, where no thief approaches, neither moth corrupts.
ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,
34 For where your treasure is, there will your heart be also.
କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ।”
35 Let your loins be girded about, and your lights burning;
“ତୁମ୍ଭମାନଙ୍କ କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ;
36 And all of you yourselves like unto men that wait for their lord, when he will return from the wedding; that when he comes and knocks, they may open unto him immediately.
ଆଉ ପ୍ରଭୁ ବିବାହ-ଉତ୍ସବରୁ ଫେରି ଆସି ଦ୍ୱାରରେ ଆଘାତ କରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ।
37 Blessed are those servants, whom the lord when he comes shall find watching: verily I say unto you, that he shall gird himself, and make them to sit down to food, and will come forth and serve them.
ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ।
38 And if he shall come in the second watch, or come in the third watch, and find them so, blessed are those servants.
ଆଉ ସେ ଯଦି ରାତ୍ରିର ଦ୍ୱିତୀୟ କି ତୃତୀୟ ପ୍ରହରରେ ସୁଦ୍ଧା ଆସି ସେମାନଙ୍କୁ ସେପରି ଦେଖନ୍ତି, ତାହାହେଲେ ସେହି ଦାସମାନେ ଧନ୍ୟ।
39 And this know, that if the goodman of the house had known what hour the thief would come, he would have watched, and not have suffered his house to be broken through.
କିନ୍ତୁ ଏହା ଜାଣିଥାଅ, କେଉଁ ସମୟରେ ଚୋର ଆସିବ, ଏହା ଗୃହକର୍ତ୍ତା ଯଦି ଜାଣନ୍ତେ, ତାହାହେଲେ ସେ ଆପଣା ଘରେ ସିନ୍ଧି କାଟିବାକୁ ଦିଅନ୍ତେ ନାହିଁ।
40 Be all of you therefore ready also: for the Son of man comes at an hour when all of you think not.
ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।”
41 Then Peter said unto him, Lord, speak you this parable unto us, or even to all?
ସେଥିରେ ପିତର କହିଲେ, ହେ ପ୍ରଭୁ, ଆପଣ କେବଳ ଆମ୍ଭମାନଙ୍କୁ ନା ସମସ୍ତଙ୍କୁ ଏହି ଦୃଷ୍ଟାନ୍ତ କହୁଅଛନ୍ତି?
42 And the Lord said, Who then is that faithful and wise steward, whom his lord shall make ruler over his household, to give them their portion of food in due season?
ପ୍ରଭୁ କହିଲେ, “ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ?
43 Blessed is that servant, whom his lord when he comes shall find so doing.
ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ।
44 Truthfully I say unto you, that he will make him ruler over all that he has.
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ।
45 But and if that servant say in his heart, My lord delays his coming; and shall begin to beat the male servants and maidens, and to eat and drink, and to be drunken;
କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,
46 The lord of that servant will come in a day when he looks not for him, and at an hour when he is not aware, and will cut him in two, and will appoint him his portion with the unbelievers.
ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ଡ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ।
47 And that servant, which knew his lord's will, and prepared not himself, neither did according to his will, shall be beaten with many stripes.
ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ,
48 But he that knew not, and did commit things worthy of stripes, shall be beaten with few stripes. For unto whomsoever much is given, of him shall be much required: and to whom men have committed much, of him they will ask the more.
ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ। ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ।”
49 I am come to send fire on the earth; and what will I, if it be already kindled?
“ମୁଁ ପୃଥିବୀରେ ଅଗ୍ନି ନିକ୍ଷେପ କରିବାକୁ ଆସୁଅଛି, ଆଉ ତାହା ଯଦି ପ୍ରଜ୍ୱଳିତ ହେଲାଣି, ତାହାହେଲେ ମୋହର ଆଉ କଅଣ ବାଞ୍ଛା?
50 But I have a baptism to be baptized with; and how am I straitened till it be accomplished!
ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି।
51 Suppose all of you that I am come to give peace on earth? I tell you, Nay; but rather division:
ମୁଁ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି ବୋଲି କଅଣ ତୁମ୍ଭେମାନେ ମନେ କରୁଅଛ? ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, ବରଂ ଭେଦ କରିବାକୁ ଆସିଅଛି।
52 For from henceforth there shall be five in one house divided, three against two, and two against three.
କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ।
53 The father shall be divided against the son, and the son against the father; the mother against the daughter, and the daughter against the mother; the mother in law against her daughter in law, and the daughter in law against her mother in law.
ପୁତ୍ର ବିରୁଦ୍ଧରେ ପିତା, ପିତା ବିରୁଦ୍ଧରେ ପୁତ୍ର, କନ୍ୟା ବିରୁଦ୍ଧରେ ମାତା, ମାତା ବିରୁଦ୍ଧରେ କନ୍ୟା, ବୋହୂ ବିରୁଦ୍ଧରେ ଶାଶୁ ଓ ଶାଶୁ ବିରୁଦ୍ଧରେ ବୋହୂ ଭିନ୍ନ ହେବେ।”
54 And he said also to the people, When all of you see a cloud rise out of the west, immediately all of you say, There comes a shower; and so it is.
ପୁଣି, ସେ ଲୋକମାନଙ୍କୁ ମଧ୍ୟ କହିଲେ, “ପଶ୍ଚିମ ଦିଗରେ ମେଘ ଉଠୁଥିବା ଦେଖିଲେ ସେହିକ୍ଷଣି ତୁମ୍ଭେମାନେ କୁହ, ବର୍ଷା ଆସୁଅଛି, ଆଉ ସେହିପରି ଘଟେ;
55 And when all of you see the south wind blow, all of you say, There will be heat; and it comes to pass.
ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି, ତାହା ଘଟେ।
56 All of you hypocrites, all of you can discern the face of the sky and of the earth; but how is it that all of you do not discern this time?
ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ?”
57 Yea, and why even of yourselves judge all of you not what is right?
“ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ ଯେ ଉଚିତ୍ କଅଣ?
58 When you go with your adversary to the magistrate, as you are in the way, give diligence that you may be delivered from him; lest he hale you to the judge, and the judge deliver you to the officer, and the officer cast you into prison.
କାରଣ ତୁମ୍ଭର ବିବାଦୀ ସହିତ ଶାସନକର୍ତ୍ତାଙ୍କ ଛାମୁକୁ ଯାଉଥିବା ସମୟରେ ପଥ ମଧ୍ୟରେ ତାହାଠାରୁ ମୁକ୍ତ ହେବା ପାଇଁ ଚେଷ୍ଟା କର, କାଳେ ସେ ତୁମ୍ଭକୁ ବିଚାରକର୍ତ୍ତାଙ୍କ ନିକଟକୁ ଟାଣି ନେଇଯିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ଉଚ୍ଚପଦସ୍ଥ କର୍ମଚାରୀଙ୍କ ହସ୍ତରେ ସମର୍ପଣ କରିବେ, ଆଉ ଉଚ୍ଚପଦସ୍ଥ କର୍ମଚାରୀ ତୁମ୍ଭକୁ କାରାଗାରରେ ପକାଇବ।
59 I tell you, you shall not depart thence, till you have paid the very last mite.
ମୁଁ ତୁମ୍ଭକୁ କହୁଅଛି, ତୁମ୍ଭେ ଶେଷ କଉଡ଼ିଟି ନ ସୁଝିବା ପର୍ଯ୍ୟନ୍ତ ସେହି ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।”

< Luke 12 >