< Genesis 25 >

1 Abraham took another wife, and her name was Keturah.
ଅବ୍ରହାମ କଟୂରା ନାମ୍ନୀ ଆଉ ଗୋଟିଏ ସ୍ତ୍ରୀ ବିବାହ କରିଥିଲେ।
2 She bore him Zimran, Jokshan, Medan, Midian, Ishbak, and Shuah.
ସେ ତାଙ୍କ ନିମନ୍ତେ ସିମ୍ରନ୍‍, ଯକ୍‍ଷନ୍‍, ମଦାନ୍‍, ମିଦୀୟନ, ଯିଶ୍‍ବକ ଓ ଶୂହ, ଏମାନଙ୍କୁ ଜନ୍ମ କଲା।
3 Jokshan became the father of Sheba, and Dedan. The sons of Dedan were Asshurim, Letushim, and Leummim.
ସେହି ଯକ୍‍ଷନ୍‍ ଶିବା ଓ ଦଦାନକୁ ଜାତ କଲା। ଦଦାନ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।
4 The sons of Midian: Ephah, Epher, Hanoch, Abida, and Eldaah. All these were the children of Keturah.
ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ।
5 And Abraham gave all that he owned to his son Isaac,
ଏଥିଉତ୍ତାରେ ଅବ୍ରହାମ ଇସ୍‌ହାକକୁ ଆପଣାର ସର୍ବସ୍ୱ ଦେଲେ।
6 and to the sons of Abraham's secondary wives, Abraham gave gifts. He sent them away from Isaac his son, while he was still living, eastward, to the east country.
ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‌ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।
7 This was the length of Abraham's life: one hundred seventy-five years.
ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ।
8 Abraham breathed his last, and died in a good old age, an old man and satisfied, and was gathered to his people.
ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।
9 Isaac and Ishmael, his sons, buried him in the cave of Machpelah, in the field of Ephron, the son of Zohar the Hethite, which is near Mamre,
ଆଉ ତାଙ୍କର ପୁତ୍ର ଇସ୍‌ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍‍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।
10 the field which Abraham purchased from the sons of Heth. Abraham was buried there with Sarah, his wife.
ଯେହେତୁ ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା।
11 It happened after the death of Abraham that God blessed Isaac, his son. Isaac lived by Beer Lahai Roi.
ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପରମେଶ୍ୱର ତାଙ୍କର ପୁତ୍ର ଇସ୍‌ହାକଙ୍କୁ ଆଶୀର୍ବାଦ କଲେ; ପୁଣି, ଇସ୍‌ହାକ ବେର-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ।
12 Now these are the generations of Ishmael, Abraham's son, whom Hagar the Egyptian, Sarah's servant, bore to Abraham.
ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାୟେଲର ବଂଶାବଳୀ।
13 These are the names of the sons of Ishmael, by their names, according to the order of their birth: the firstborn of Ishmael, Nebaioth, then Kedar, Adbeel, Mibsam,
ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାୟେଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାୟେଲର ଜ୍ୟେଷ୍ଠ ପୁତ୍ର ନବାୟୋତ୍‍; ତାହା ଉତ୍ତାରେ କେଦାର ଓ ଅଦ୍‍ବେଲ ଓ ମିବ୍‍ସମ୍‍,
14 Mishma, Dumah, Massa,
ମିଶ୍ମା ଓ ଦୂମା ଓ ମସା,
15 Hadad, Tema, Jetur, Naphish, and Kedemah.
ଓ ହଦଦ୍‍ ଓ ତେମା ଓ ଯିଟୁର ଓ ନାଫୀଶ୍‍ ଓ କେଦମା।
16 These are the sons of Ishmael, and these are their names, by their villages, and by their encampments: twelve princes, according to their clans.
ଏହି ସମସ୍ତେ ଇଶ୍ମାୟେଲର ସନ୍ତାନ, ପୁଣି, ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି-ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ୱାଦଶ ଅଧିପତି ଥିଲେ।
17 These are the years of the life of Ishmael: one hundred thirty-seven years. He breathed his last and died, and was gathered to his people.
ଇଶ୍ମାୟେଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା।
18 They lived from Havilah to Shur, which is near Egypt, all the way to Asshur. He settled near all his kinsmen.
ଏଥିଉତ୍ତାରେ ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା।
19 These are the generations of Isaac, Abraham's son. Abraham became the father of Isaac.
ଅବ୍ରହାମଙ୍କର ପୁତ୍ର ଇସ୍‌ହାକଙ୍କର ବଂଶାବଳୀ। ଅବ୍ରହାମ ଇସ୍‌ହାକଙ୍କୁ ଜାତ କଲେ;
20 Isaac was forty years old when he took Rebekah, the daughter of Bethuel the Aramean of Paddan Aram, the sister of Laban the Aramean, to be his wife.
ସେହି ଇସ୍‌ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍‍ ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍‍, ଅରାମୀୟ ଲାବନର ଭଗିନୀ ରିବିକାକୁ ବିବାହ କଲେ।
21 Isaac prayed for his wife, because she was barren. And God was moved by his prayer, and Rebekah his wife conceived.
ଇସ୍‌ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।
22 The children struggled together within her. She said, "If all is well, why am I like this?" She went to inquire of God.
ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, “ମୋହର ଏପରି କାହିଁକି ହେଲା? ଏପରି କି ହୋଇଥାଏ?” ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।
23 And he said to her, "Two nations are in your womb. Two peoples will be separated from your body. The one people will be stronger than the other people. The elder will serve the younger."
ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”
24 When the time came for her to give birth, look, there were twins in her womb.
ଏଥିଉତ୍ତାରେ ପ୍ରସବକାଳ ସମ୍ପୂର୍ଣ୍ଣ ହୁଅନ୍ତେ, ତାହାର ଗର୍ଭରୁ ଯାଆଁଳା ପୁତ୍ର ଜନ୍ମିଲେ।
25 The first came out red all over, like a hairy garment. They named him Esau.
ତାହାର ଜ୍ୟେଷ୍ଠ ରକ୍ତବର୍ଣ୍ଣ ଓ ସର୍ବାଙ୍ଗ ଲୋମଶ ବସ୍ତ୍ର ପରି ଥିଲା; ଏହେତୁ ତାହାର ନାମ ଏଷୌ ଦିଆଗଲା।
26 After that, his brother came out, and his hand had hold on Esau's heel. He was named Jacob. Isaac was sixty years old when she bore them.
ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍‌ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।
27 The boys grew. Esau was a skillful hunter, a man of the field. Jacob was a quiet man, living in tents.
ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁ ମନୁଷ୍ୟ ଓ ତମ୍ବୁବାସୀ ହେଲା।
28 And Isaac loved Esau, because he had a taste for wild animals, but Rebekah loved Jacob.
ଇସ୍‌ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା।
29 Now Jacob was cooking stew, and Esau came in from the field, and he was famished.
ଏକ ଦିନ ଯାକୁବ ଡାଲି ରାନ୍ଧୁଥିଲା, ସେହି ସମୟରେ ଏଷୌ କ୍ଳାନ୍ତ ହୋଇ କ୍ଷେତ୍ରରୁ ଆସିଲା;
30 Esau said to Jacob, "Please feed me with that same red stew, for I am famished." Therefore his name was called Edom.
ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍‍ (ରଙ୍ଗା) ଖ୍ୟାତ ହେଲା।
31 Jacob said, "First, sell me your birthright."
ସେତେବେଳେ ଯାକୁବ କହିଲା, “ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର।”
32 Esau said, "Look, I am about to die. What good is the birthright to me?"
ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ?”
33 Jacob said, "Swear to me first." So he swore to him, and he sold his birthright to Jacob.
ଯାକୁବ କହିଲା, “ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।
34 Jacob gave Esau bread and stew of lentils. He ate and drank, rose up, and went his way. So Esau despised his birthright.
ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା।

< Genesis 25 >