< Matthew 24 >

1 Yeshua went out from the temple, and was going on his way. His disciples came to him to show him the buildings of the temple.
ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ପାଇଁ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ସେ ସେମାନଙ୍କୁ କହିଲେ,
2 But answering, he said to them, "Do you not see all of these things? Truly I tell you, there will not be left here one stone on another, that will not be thrown down."
“ତୁମ୍ଭେମାନେ କଅଣ ଏହି ସମସ୍ତ ଦେଖୁ ନାହଁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”
3 As he sat on the Mount of Olives, the disciples came to him privately, saying, "Tell us, when will these things be? And what will be the sign of your coming, and of the end of the age?" (aiōn g165)
ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ। (aiōn g165)
4 Yeshua answered them, "Be careful that no one leads you astray.
ସେଥିରେ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।
5 For many will come in my name, saying, 'I am the Meshikha,' and will lead many astray.
କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।
6 You will hear of wars and rumors of wars. See that you are not troubled, for this must happen, but the end is not yet.
ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ। କାରଣ ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗାନ୍ତ ନୁହେଁ।
7 For nation will rise against nation, and kingdom against kingdom; and there will be famines and plagues and earthquakes in various places.
କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ।
8 But all these things are the beginning of birth pains.
କିନ୍ତୁ ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।
9 Then they will deliver you up to oppression, and will kill you. You will be hated by all of the nations for my name's sake.
ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ।
10 Then many will stumble, and will deliver up one another, and will hate one another.
ସେତେବେଳେ ଅନେକେ ବିଘ୍ନ ପାଇବେ, ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ,
11 Many false prophets will arise, and will lead many astray.
ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ,
12 And because lawlessness is multiplied, the love of many will grow cold.
ପୁଣି, ଅଧର୍ମ ବୃଦ୍ଧି ପାଇବାରୁ ଅଧିକାଂଶ ଲୋକଙ୍କର ପ୍ରେମ ଶୀତଳ ହୋଇଯିବ।
13 But he who endures to the end, the same will be saved.
ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
14 This Good News of the Kingdom will be preached in the whole world for a testimony to all the nations, and then the end will come.
ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ।
15 "When, therefore, you see the abomination of desolation, which was spoken of through Daniel the prophet, standing in the holy place (let the reader understand),
ଏଣୁ ତୁମ୍ଭେମାନେ ଯେତେବେଳେ ଦାନିୟେଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ),
16 then let those who are in Yehuda flee to the mountains.
ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ;
17 Let him who is on the housetop not go down to take out things that are in his house.
ଯେ ଛାତ ଉପରେ ଥାଏ, ସେ ଆପଣା ଘର ଭିତରୁ ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ;
18 Let him who is in the field not return back to take his coat.
ପୁଣି, ଯେ କ୍ଷେତରେ ଥାଏ, ସେ ଆପଣା ବସ୍ତ୍ର ନେଇଯିବା ପାଇଁ ଲେଉଟି ନ ଯାଉ।
19 But woe to those who are with child and to nursing mothers in those days.
ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର,
20 Pray that your flight will not be in the winter, nor on a Sabbath,
କିନ୍ତୁ ତୁମ୍ଭମାନଙ୍କର ପଳାୟନ ଯେପରି ଶୀତକାଳରେ କିମ୍ବା ବିଶ୍ରାମବାର ଦିନରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର।
21 for then there will be great oppression, such as has not been from the beginning of the world until now, no, nor ever will be.
କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ।
22 Unless those days had been shortened, no flesh would have been saved. But for the sake of the chosen ones, those days will be shortened.
ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ।
23 "Then if anyone tells you, 'Look, here is the Meshikha,' or, 'There,' do not believe it.
ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେ’ କିମ୍ବା ‘ସେଠାରେ’, କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ।
24 For there will arise false meshikhas, and false prophets, and they will show great signs and wonders, so as to lead astray, if possible, even the chosen ones.
କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।
25 "See, I have told you beforehand.
ଦେଖ, ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ଜଣାଇଲି।
26 If therefore they tell you, 'Look, he is in the wilderness,' do not go out; 'Look, he is in the inner chambers,' do not believe it.
ଅତଏବ, ‘ଦେଖ, ସେ ପ୍ରାନ୍ତରରେ ଅଛନ୍ତି,’ ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; ‘ଦେଖ, ସେ ଗୁପ୍ତ କୋଠରୀରେ ଅଛନ୍ତି,’ ଯଦି ଏହା କହିବେ, ତେବେ ତାହା ବିଶ୍ୱାସ କର ନାହିଁ।
27 For as the lightning flashes from the east, and is seen even to the west, so will be the coming of the Son of Man.
କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ।
28 Wherever the carcass is, there is where the vultures gather together.
ଯେଉଁଠାରେ ଶବ ପଡ଼ିଥାଏ, ସେହିଠାରେ ଶାଗୁଣାଗୁଡ଼ାକ ଏକାଠି ହେବେ।”
29 But immediately after the oppression of those days, the sun will be darkened, the moon will not give its light, the stars will fall from heaven, and the powers of the heavens will be shaken;
“ମାତ୍ର ସେହି ସମୟର କଷ୍ଟ ପରେ ‘ହଠାତ୍‍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ।’
30 and then the sign of the Son of Man will appear in the sky. Then all the tribes of the earth will mourn, and they will see the Son of Man coming on the clouds of the sky with power and great glory.
ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି, ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।
31 He will send out his angels with a loud trumpet call, and they will gather together his chosen ones from the four winds, from one end of the sky to the other.
ଆଉ, ସେ ମହାତୂରୀଧ୍ୱନୀ ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”
32 "Now from the fig tree learn this parable. When its branch has now become tender, and puts forth its leaves, you know that the summer is near.
“ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା କୋମଳ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;
33 Even so you also, when you see all these things, know that it is near, even at the doors.
ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଦେଖିଲେ ସେ ଦ୍ୱାରର ସନ୍ନିକଟ, ଏହା ଜାଣ।
34 Truly I tell you, this generation will not pass away, until all these things are accomplished.
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ।
35 Heaven and earth will pass away, but my words will not pass away.
ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”
36 But no one knows of that day and hour, not even the angels of heaven, nor the Son, but my Father only.
“କିନ୍ତୁ ସେହି ଦିନ ଓ ଦଣ୍ଡ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗର ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ମାତ୍ର ପିତା ଜାଣନ୍ତି।
37 "As the days of Nukh were, so will be the coming of the Son of Man.
ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କର ଆଗମନ ସମୟରେ ସେପ୍ରକାର ଘଟିବ।
38 For as in those days before the flood they were eating and drinking, marrying and giving in marriage, until the day that Nukh entered into the box-shaped ship,
କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ବ୍ୟସ୍ତ ଥିଲେ,
39 and they did not know until the flood came, and took them all away, so will be the coming of the Son of Man.
ପୁଣି, ଜଳପ୍ଳାବନ ଆସି ସମସ୍ତଙ୍କୁ ଭସାଇ ନ ନେବା ପର୍ଯ୍ୟନ୍ତ ଯେପରି ଜାଣି ନ ଥିଲେ, ମନୁଷ୍ୟପୁତ୍ରଙ୍କର ଆଗମନ ମଧ୍ୟ ସେହି ପ୍ରକାର ହେବ।
40 Then two will be in the field; one will be taken and the other left.
ସେତେବେଳେ ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ;
41 Two will be grinding grain with a mill; one will be taken and the other left.
ଦୁଇ ଜଣ ସ୍ତ୍ରୀ ଚକି ପେଷୁଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ।
42 Watch therefore, for you do not know on what day your Lord comes.
ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭମାନଙ୍କ ପ୍ରଭୁ କେଉଁ ଦିନ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ।
43 But know this, that if the master of the house had known in what watch of the night the thief was coming, he would have watched, and would not have allowed his house to be broken into.
କିନ୍ତୁ ଏହା ଜାଣିଥାଅ, କେଉଁ ପ୍ରହରରେ ଚୋର ଆସିବ, ଏହା ଗୃହକର୍ତ୍ତା ଯଦି ଜାଣନ୍ତେ, ତାହାହେଲେ ସେ ଜାଗ୍ରତ ଥାଇ ଆପଣା ଗୃହରେ ପ୍ରବେଶ କରିବାକୁ ଦିଅନ୍ତେ ନାହିଁ।
44 Therefore also be ready, for in an hour that you do not expect, the Son of Man will come.
ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।”
45 "Who then is the faithful and wise servant, whom his lord has set over his household, to give them their food in due season?
“ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ?
46 Blessed is that servant whom his lord finds doing so when he comes.
ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ।
47 Truly I tell you that he will set him over all that he has.
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସର୍ବସ୍ୱ ଉପରେ ନିଯୁକ୍ତ କରିବେ।
48 But if that evil servant should say in his heart, 'My lord is delayed,'
କିନ୍ତୁ ଯଦି ସେହି ଦୁଷ୍ଟ ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି
49 and begins to beat his fellow servants, and eat and drink with the drunkards,
ଆପଣା ସହଦାସମାନଙ୍କୁ ପ୍ରହାର କରିବାକୁ ଲାଗେ, ଆଉ ମଦୁଆମାନଙ୍କ ସହିତ ଭୋଜନପାନ କରେ,
50 the lord of that servant will come in a day when he does not expect it, and in an hour when he does not know it,
ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ସମୟ ସେ ଜାଣି ନ ଥିବ, ସେହି ଦିନ ସେହି ସମୟରେ ତାହାର ପ୍ରଭୁ ଆସିବେ,
51 and will cut him in pieces, and appoint his portion with the hypocrites. There is where the weeping and grinding of teeth will be.
ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।”

< Matthew 24 >