< Luke 9 >

1 He called the twelve together, and gave them power and authority over all demons, and to cure diseases.
ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ।
2 He sent them forth to proclaim the kingdom of God, and to heal the sick.
ଆଉ ସେ ସେମାନଙ୍କୁ ଈଶ୍ବରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ।
3 And he said to them, "Take nothing for your journey—neither staff, nor pack, nor bread, nor money; neither have two tunics.
ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୁଟି କି ଟଙ୍କା କିଛି ହିଁ ନିଅ ନାହିଁ, କିମ୍ବା ଦୁଇଟି ଅଙ୍ଗରଖା ସାଙ୍ଗରେ ରଖ ନାହିଁ।
4 Into whatever house you enter, stay there, and depart from there.
ଆଉ ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ନ ବାହାରିବା ପର୍ଯ୍ୟନ୍ତ ସେଠାରେ ରୁହ।
5 As many as do not receive you, when you depart from that city, shake off even the dust from your feet for a testimony against them."
ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ।”
6 They departed, and went throughout the villages, preaching the Good News, and healing everywhere.
ସେଥିରେ ସେମାନେ ଯାଇ ସବୁଆଡ଼େ ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ।
7 Now Herod the tetrarch heard of all that was done; and he was very perplexed, because it was said by some that John had risen from the dead,
ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ;
8 and by some that Elijah had appeared, and by others that one of the old prophets had risen again.
ପୁଣି, କେହି କେହି ଏଲୀୟ ଦେଖା ଦେଇଅଛନ୍ତି ବୋଲି ଏବଂ ଅନ୍ୟମାନେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି ବୋଲି କହୁଥିଲେ।
9 Herod said, "John I beheaded, but who is this, about whom I hear such things?" He sought to see him.
କିନ୍ତୁ ହେରୋଦ କହିଲେ, ଯୋହନଙ୍କ ମସ୍ତକ ଆମ୍ଭେ ତ କାଟିଅଛୁ, ମାତ୍ର ଯାହାଙ୍କ ବିଷୟରେ ଆମ୍ଭେ ଏପ୍ରକାର କଥା ଶୁଣୁଅଛୁ, ଏ କିଏ? ଆଉ ସେ ତାହାଙ୍କୁ ଦେଖିବା ନିମନ୍ତେ ଚେଷ୍ଟା କରୁଥିଲେ।
10 The apostles, when they had returned, told him what things they had done. He took them, and withdrew apart to a city called Bethsaida.
ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହିସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ। ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥ୍‌ସାଇଦା ନାମକ ନଗରକୁ ଚାଲିଗଲେ।
11 But the crowds, perceiving it, followed him. He welcomed them, and spoke to them of the kingdom of God, and he cured those who needed healing.
କିନ୍ତୁ ଲୋକସମୂହ ତାହା ଜାଣି ତାହାଙ୍କର ପଛେ ପଛେ ଗଲେ; ପୁଣି, ସେ ସଦୟ ହୋଇ ସେମାନଙ୍କୁ ଗ୍ରହଣ କରି ଈଶ୍ବରଙ୍କ ରାଜ୍ୟ ବିଷୟ ସେମାନଙ୍କୁ କହିବାକୁ ଲାଗିଲେ, ଆଉ ଯେଉଁମାନଙ୍କର ସୁସ୍ଥ ହେବାର ଆବଶ୍ୟକ ଥିଲା, ସେମାନଙ୍କୁ ସୁସ୍ଥ କଲେ।
12 The day began to wear away; and the twelve came, and said to him, "Send the crowd away, that they may go into the surrounding villages and farms, and lodge, and get food, for we are here in a deserted place."
ଇତିମଧ୍ୟରେ ସନ୍ଧ୍ୟା ହେବାକୁ ଲାଗିଲା; ସେଥିରେ ବାର ଜଣ ଶିଷ୍ୟ ତାହାଙ୍କ ନିକଟକୁ ଆସି କହିଲେ, ଲୋକସମୂହ ଯେପରି ଚାରିପାଖ ଗ୍ରାମ ଓ ପଲ୍ଳୀଗୁଡ଼ିକୁ ଯାଇ ବସା ଓ ଖାଦ୍ୟ ପାଇ ପାରନ୍ତି, ସେଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ, କାରଣ ଆମ୍ଭେମାନେ ଏଠାରେ ଜନଶୂନ୍ୟ ସ୍ଥାନରେ ଅଛୁ।
13 But he said to them, "You give them something to eat." They said, "We have no more than five loaves and two fish, unless we should go and buy food for all these people."
କିନ୍ତୁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” ସେମାନେ କହିଲେ, ଆମ୍ଭମାନଙ୍କ ପାଖରେ ପାଞ୍ଚୋଟି ରୁଟି ଓ ଦୁଇଟି ମାଛରୁ ଅଧିକ ନାହିଁ; ତାହାହେଲେ ଆମ୍ଭେମାନେ କଅଣ ଯାଇ ଏହି ସମସ୍ତ ଲୋକଙ୍କ ନିମନ୍ତେ ଖାଦ୍ୟ କିଣିବା?
14 For they were about five thousand men. He said to his disciples, "Make them sit down in groups of about fifty each."
କାରଣ ସେମାନେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ। ଆଉ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ।”
15 They did so, and made them all sit down.
ସେଥିରେ ସେମାନେ ସେହିପରି ସମସ୍ତଙ୍କୁ ବସାଇଲେ।
16 He took the five loaves and the two fish, and looking up to the sky, he blessed them, and broke them, and gave them to the disciples to set before the crowd.
ଆଉ, ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଅନାଇ କରି ସେହିସବୁ ଆଶୀର୍ବାଦ କଲେ, ପୁଣି, ଭାଙ୍ଗି ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ।
17 They ate, and were all filled. They gathered up twelve baskets of broken pieces that were left over.
ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ଶିଷ୍ୟମାନେ ଆପଣା ନିକଟରେ ବଳିଥିବା ଭଙ୍ଗାଯାଇଥିବା ରୁଟିର ବାର ଟୋକେଇ ଉଠାଇ ନେଲେ।
18 It happened, as he was praying alone, that the disciples were with him, and he asked them, "Who do the crowds say that I am?"
ଥରେ ସେ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ ବୋଲି ଲୋକସମୂହ କଅଣ କହନ୍ତି?”
19 They answered, "'John the Baptist,' but others say, 'Elijah,' and others, that one of the old prophets is risen again."
ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲୀୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି।
20 He said to them, "But who do you say that I am?" Peter answered, "The Christ of God."
ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ଉତ୍ତର ଦେଲେ, ଆପଣ “ଈଶ୍ବରଙ୍କ ଖ୍ରୀଷ୍ଟ।”
21 But he warned them, and commanded them to tell this to no one,
ସେଥିରେ ସେ ଏହା କାହାକୁ ନ କହିବା ପାଇଁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ,
22 saying, "The Son of Man must suffer many things, and be rejected by the elders, chief priests, and scribes, and be killed, and the third day be raised up."
“ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ପୁନରୁତ୍ଥାନ ନିଶ୍ଚୟ ହେବ।”
23 He said to all, "If anyone desires to come after me, let him deny himself, take up his cross daily, and follow me.
ସେତେବେଳେ ସେ ସମସ୍ତଙ୍କୁ କହିଲେ, “କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।
24 For whoever desires to save his life will lose it, but whoever will lose his life for my sake, the same will save it.
କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ।
25 For what does it profit a person if he gains the whole world, and loses or forfeits his own self?
ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣାକୁ ବିନାଶ କରେ ବା ହରାଏ, ତେବେ ତାହାର କି ଲାଭ?
26 For whoever will be ashamed of me and of my words, of him will the Son of Man be ashamed, when he comes in his glory, and the glory of the Father, and of the holy angels.
ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି, ପବିତ୍ର ଦୂତମାନଙ୍କର ମହିମାରେ ଆସିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ।
27 But I tell you the truth: There are some of those who stand here, who will in no way taste of death, until they see the kingdom of God."
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦନ ପାଇବେ ନାହିଁ।”
28 It happened about eight days after these sayings, that he took with him Peter, John, and James, and went up onto the mountain to pray.
ଏହି ସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ।
29 As he was praying, the appearance of his face was altered, and his clothing became white and dazzling.
ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା।
30 And look, two men were talking with him, who were Moses and Elijah,
ଆଉ ଦେଖ, ମୋଶା ଓ ଏଲୀୟ, ଏହି ଦୁଇ ବ୍ୟକ୍ତି ତାହାଙ୍କ ସହିତ କଥାବାର୍ତ୍ତା କରିବାକୁ ଲାଗିଲେ;
31 who appeared in glory, and spoke of his departure, which he was about to accomplish at Jerusalem.
ସେମାନେ ଗୌରବରେ ଦର୍ଶନ ଦେଇ, ସେ ଯିରୂଶାଲମ ସହରରେ ଯେଉଁ ମହାପ୍ରସ୍ଥାନ କରିବାକୁ ଉଦ୍ୟତ ଥିଲେ, ସେ ବିଷୟରେ କହିଲେ।
32 Now Peter and those who were with him were heavy with sleep, but when they were fully awake, they saw his glory, and the two men who stood with him.
ସେତେବେଳେ ପିତର ଓ ତାହାଙ୍କ ସଙ୍ଗୀମାନେ ନିଦ୍ରାରେ ଭାରାକ୍ରାନ୍ତ ଥିଲେ; କିନ୍ତୁ ସେମାନେ ନିଦ୍ରାରୁ ଉଠନ୍ତେ ତାହାଙ୍କ ଗୌରବ ଓ ତାହାଙ୍କ ସହିତ ଠିଆ ହୋଇଥିବା ସେହି ଦୁଇ ଜଣ ବ୍ୟକ୍ତିଙ୍କୁ ଦେଖିଲେ।
33 It happened, as they were parting from him, that Peter said to Jesus, "Master, it is good for us to be here. Let us make three tents: one for you, and one for Moses, and one for Elijah," not knowing what he said.
ପୁଣି, ସେମାନେ ତାହାଙ୍କଠାରୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିବାକୁ ଲାଗିଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ। କିନ୍ତୁ ସେ କଅଣ କହୁଅଛନ୍ତି, ତାହା ଜାଣିଲେ ନାହିଁ।
34 While he said these things, a cloud came and overshadowed them, and they were afraid as they entered into the cloud.
ସେ ଏହା କହୁ କହୁ ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେମାନେ ମେଘରେ ପ୍ରବେଶ କରିବା ସମୟରେ ଭୟ କଲେ।
35 A voice came out of the cloud, saying, "This is my Son, my Chosen One. Listen to him."
ପୁଣି, ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପୁତ୍ର, ଆମ୍ଭର ମନୋନୀତ, ଏହାଙ୍କ ବାକ୍ୟ ଶୁଣ।
36 When the voice came, Jesus was found alone. They were silent, and told no one in those days any of the things which they had seen.
ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ। ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେ ସମୟରେ କାହାକୁ କହିଲେ ନାହିଁ।
37 It happened on the next day, when they had come down from the mountain, that a large crowd met him.
ତହିଁ ଆରଦିନ ସେମାନେ ପର୍ବତରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ସାକ୍ଷାତ କଲେ।
38 And look, a man from the crowd called out, saying, "Teacher, I beg you to look at my son, for he is my only child.
ଆଉ ଦେଖ, ଲୋକସମୂହ ମଧ୍ୟରୁ ଜଣେ ଉଚ୍ଚସ୍ୱରରେ କହିଲା, ହେ ଗୁରୁ ମୁଁ ଆପଣଙ୍କୁ ନିବେଦନ କରୁଅଛି ମୋʼ ପୁଅ ପ୍ରତି ଦୟା କରନ୍ତୁ, କାରଣ ସେ ମୋହର ଗୋଟିଏ ବୋଲି ପିଲା;
39 And look, a spirit seizes him, and all at once he cries out, and it convulses him so that he foams, and it hardly departs from him, bruising him severely.
ଦେଖନ୍ତୁ, ତାହାକୁ ଗୋଟିଏ ଭୂତ ଧରେ, ଆଉ ସେ ହଠାତ୍‍ ଚିତ୍କାର କରି ଉଠେ, ପୁଣି, ସେ ତାହାକୁ ଏପରି ମୋଡ଼ିପକାଏ ଯେ ତାହାର ପାଟିରୁ ଫେଣ ବାହାରେ, ପୁଣି, ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ।
40 I begged your disciples to cast it out, and they could not."
ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ନିବେଦନ କରିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ।
41 Jesus answered, "Faithless and perverse generation, how long must I be with you and put up with you? Bring your son here."
ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି? ତୁମ୍ଭର ପୁଅକୁ ଏଠିକି ନେଇଆସ।”
42 While he was still coming, the demon threw him down and convulsed him violently. But Jesus rebuked the unclean spirit, and healed the boy, and gave him back to his father.
ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ।
43 They were all astonished at the majesty of God. But while all were marveling at all the things which Jesus did, he said to his disciples,
ସେଥିରେ ସମସ୍ତେ ଈଶ୍ବରଙ୍କର ମହାଶକ୍ତି ସକାଶେ ଆଶ୍ଚର୍ଯ୍ୟ ହେଲେ। ମାତ୍ର ସେ କରିଥିବା ସମସ୍ତ କାର୍ଯ୍ୟ ସକାଶେ ସମସ୍ତେ ଚକିତ ହେଉଥିବା ସମୟରେ ସେ ଆପଣା ଶିଷ୍ୟମାନଙ୍କୁ କହିଲେ,
44 "Let these words sink into your ears, for the Son of Man will be delivered up into the hands of men."
“ଏହି ସମସ୍ତ କଥା ତୁମ୍ଭମାନଙ୍କ କାନରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି।”
45 But they did not understand this saying. It was concealed from them, that they should not perceive it, and they were afraid to ask him about this saying.
କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନେ ବୁଝିପାରିବେ ନାହିଁ, ପୁଣି, ସେମାନେ ସେହି କଥା ବିଷୟରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।
46 There arose an argument among them about which of them was the greatest.
ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା।
47 Jesus, knowing the reasoning of their hearts, took a little child, and set him by his side,
କିନ୍ତୁ ଯୀଶୁ ସେମାନଙ୍କ ମନର ତର୍କବିତର୍କ ଜାଣି ଗୋଟିଏ ସାନ ପିଲାକୁ ନେଇ ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ,
48 and said to them, "Whoever receives this little child in my name receives me. Whoever receives me receives him who sent me. For whoever is least among you all, this one is great."
“ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ।”
49 John answered, "Master, we saw someone casting out demons in your name, and we forbade him, because he does not follow with us."
ସେଥିରେ ଯୋହନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ସାଙ୍ଗରେ ଆପଣଙ୍କ ଅନୁଗାମୀ ନ ହେବାରୁ ତାହାକୁ ମନା କଲୁ।
50 Jesus said to him, "Do not forbid him, for he who is not against you is for you."
କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ମନା କର ନାହିଁ, କାରଣ ଯେ ତୁମ୍ଭମାନଙ୍କର ବିପକ୍ଷ ନୁହେଁ, ସେ ତୁମ୍ଭମାନଙ୍କର ସପକ୍ଷ।”
51 It came to pass, when the days were near that he should be taken up, he intently set his face to go to Jerusalem,
ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନକୁ ଦୃଢ଼ କରି,
52 and sent messengers before his face. They went, and entered into a village of the Samaritans, so as to prepare for him.
ନିଜ ଆଗେ ଦୂତମାନଙ୍କୁ ପଠାଇଲେ, ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ;
53 But they did not receive him, because he was traveling with his face set towards Jerusalem.
କିନ୍ତୁ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।
54 When his disciples, James and John, saw this, they said, "Lord, do you want us to command fire to come down from the sky, and consume them?"
ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, [ଏଲୀୟ ମଧ୍ୟ ଯେପରି କରିଥିଲେ, ସେହିପରି] ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କଅଣ ଆପଣଙ୍କର ଇଚ୍ଛା?
55 And he turned and rebuked them, and said, "You do not realize what kind of Spirit you belong to.
କିନ୍ତୁ ସେ ବୁଲିପଡ଼ି ସେମାନଙ୍କୁ ଅନୁଯୋଗ କଲେ ଏବଂ କହିଲେ, ତୁମ୍ଭେମାନେ କେଉଁ ପ୍ରକାର ଆତ୍ମାର ଲୋକ, ଏହା ଜାଣୁ ନାହଁ। ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କର ପ୍ରାଣ ବିନାଶ କରିବାକୁ ନ ଆସି ବରଂ ରକ୍ଷା କରିବାକୁ ଆସିଅଛନ୍ତି।
56 For the Son of Man did not come to destroy people's lives, but to save them." And they went to another village.
ତାହା ପରେ ସେମାନେ ଆଉ ଗୋଟିଏ ଗ୍ରାମକୁ ଗଲେ।
57 As they went on the way, a certain man said to him, "I want to follow you wherever you go."
ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।
58 And Jesus said to him, "The foxes have holes, and the birds of the sky have nests, but the Son of Man has no place to lay his head."
ଯୀଶୁ ତାହାଙ୍କୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”
59 He said to another, "Follow me." But he said, "Lord, allow me first to go and bury my father."
ପୁଣି, ସେ ଆଉ ଜଣକୁ କହିଲେ, “ମୋହର ଅନୁଗମନ କର।” କିନ୍ତୁ ସେ କହିଲେ, ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ।
60 But Jesus said to him, "Leave the dead to bury their own dead, but you go and announce the kingdom of God."
ମାତ୍ର ସେ ତାହାଙ୍କୁ କହିଲେ, “ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ, କିନ୍ତୁ ତୁମ୍ଭେ ଯାଇ ଈଶ୍ବରଙ୍କ ରାଜ୍ୟ ପ୍ରଚାର କର।”
61 Another also said, "I want to follow you, Lord, but first allow me to bid farewell to those who are at my house."
ଆଉ ଜଣେ ମଧ୍ୟ କହିଲେ, ପ୍ରଭୁ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ।
62 But Jesus said to him, "No one, having put his hand to the plow, and looking back, is fit for the kingdom of God."
କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ବରଙ୍କ ରାଜ୍ୟର ଯୋଗ୍ୟ ନୁହେଁ।”

< Luke 9 >