< 1 Yochanan 3 >

1 See what kind of love the Father has bestowed on us, that we should be called children of God; and we are. For this reason the world does not know us, because it did not know him.
ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।
2 Beloved, now we are children of God, and it is not yet revealed what we will be. We know that, when he is revealed, we will be like him; for we will see him just as he is.
ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।
3 Everyone who has this hope set on him purifies himself, even as he is pure.
ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ।
4 Everyone who sins also commits lawlessness. Sin is lawlessness.
ଯେ କେହି ପାପ କରେ, ସେ ମଧ୍ୟ ବ୍ୟବସ୍ଥା ଲଙ୍ଘନ କରେ, କାରଣ ବ୍ୟବସ୍ଥା ଲଙ୍ଘନ ହିଁ ପାପ।
5 You know that he was revealed to take away sins, and in him is no sin.
ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ।
6 Whoever remains in him does not sin. Whoever sins hasn't seen him, neither knows him.
ଯେ କେହି ତାହାଙ୍କଠାରେ ରହେ, ସେ ପାପ କରେ ନାହିଁ; ଯେ କେହି ପାପ କରେ, ସେ ତାହାଙ୍କୁ ଦେଖି ନାହିଁ, କିଅବା ତାହାଙ୍କୁ ଜାଣି ନାହିଁ।
7 Children, let no one lead you astray. He who does righteousness is righteous, even as he is righteous.
ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;
8 He who sins is of the devil, for the devil has been sinning from the beginning. To this end the Son of God was revealed, to destroy the works of the devil.
ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।
9 Whoever is born of God does not commit sin, because his seed remains in him; and he cannot sin, because he is born of God.
ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ବରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ବରଙ୍କଠାରୁ ଜାତ ହେବାରୁ ପାପ କରିପାରେ ନାହିଁ।
10 In this the children of God are revealed, and the children of the devil. Whoever does not do righteousness is not of God, neither is he who does not love his brother.
ଏଥିରେ କିଏ ଈଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କଠାରୁ ଜାତ ନୁହେଁ।
11 For this is the message which you heard from the beginning, that we should love one another;
କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;
12 unlike Cain, who was of the evil one, and killed his brother. Why did he kill him? Because his works were evil, and his brother's righteous.
ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା।
13 Therefore do not be surprised, brothers, if the world hates you.
ହେ ଭାଇମାନେ, ଜଗତ ତୁମ୍ଭମାନଙ୍କୁ ଘୃଣା କଲେ, ଆଶ୍ଚର୍ଯ୍ୟଜ୍ଞାନ କର ନାହିଁ।
14 We know that we have passed out of death into life, because we love the brothers. He who does not love remains in death.
ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ।
15 Whoever hates his brother is a murderer, and you know that no murderer has everlasting life remaining in him. (aiōnios g166)
ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ। (aiōnios g166)
16 By this we know love, because he laid down his life for us. And we ought to lay down our lives for the brothers.
ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ।
17 But whoever has the world's goods, and sees his brother in need, and closes his heart of compassion against him, how does the love of God remain in him?
କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ?
18 Little children, let us not love in word only, neither with the tongue only, but in deed and truth.
ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।
19 And by this we will know that we are of the truth, and persuade our heart before him,
ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା,
20 because if our heart condemns us, God is greater than our heart, and knows all things.
ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରିପାରିବା; କାରଣ ଈଶ୍ବର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।
21 Beloved, if our hearts do not condemn us, we have confidence before God;
ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,
22 and whatever we ask, we receive from him, because we keep his commandments and do the things that are pleasing in his sight.
ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।
23 This is his commandment, that we should believe in the name of his Son, Jesus (the) Messiah, and love one another, even as he commanded us.
ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା।
24 He who keeps his commandments remains in him, and he in him. By this we know that he remains in us, by the Spirit which he gave us.
ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ।

< 1 Yochanan 3 >