< 1 Thessalonians 3 >

1 Therefore, when we could not stand it any longer, we thought it good to be left behind at Athens alone,
ଅତଏବ ଆମ୍ଭେମାନେ ଆଉ ସହି ନ ପାରିବାରୁ ଆଥିନୀ ସହରରେ ଏକାକୀ ପଛରେ ରହିବା ପାଇଁ ସ୍ଥିର କଲୁ;
2 and sent Timothy, our brother and God's fellow worker in the gospel of Messiah, to establish you, and to comfort you concerning your faith;
ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ବରଙ୍କ ସହକର୍ମୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,
3 that no one be moved by these afflictions. For you know that we are appointed to this task.
ଯେପରି କେହି ଏହି ସମସ୍ତ କ୍ଲେଶ ମଧ୍ୟରେ ବିଚଳିତ ନ ହୁଏ। କାରଣ ଆମ୍ଭେମାନେ ଏଥିନିମନ୍ତେ ନିରୂପିତ ବୋଲି ତୁମ୍ଭେମାନେ ତ ଜାଣ।
4 For truly, when we were with you, we told you beforehand that we are to suffer affliction, even as it happened, and you know.
ଆମ୍ଭମାନଙ୍କୁ ଯେ କ୍ଲେଶ ଭୋଗ କରିବାକୁ ହେବ, ଏହା ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ତୁମ୍ଭମାନଙ୍କୁ ପୂର୍ବରୁ ଥରକୁଥର କହିଥିଲୁ, ପୁଣି, ସେହିପରି ଘଟିଅଛି, ତୁମ୍ଭେମାନେ ତାହା ଜାଣ।
5 For this cause I also, when I could not stand it any longer, sent that I might know your faith, for fear that by any means the tempter had tempted you, and our labor would have been in vain.
ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।
6 But when Timothy came just now to us from you, and brought us glad news of your faith and love, and that you have good memories of us always, longing to see us, even as we also long to see you;
କିନ୍ତୁ ଏବେ ତୀମଥି ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କ ନିକଟକୁ ଫେରିଆସି ତୁମ୍ଭମାନଙ୍କ ବିଶ୍ୱାସ ଓ ପ୍ରେମ ସମ୍ବନ୍ଧରେ, ପୁଣି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛୁ, ସେହିପରି ତୁମ୍ଭେମାନେ ସର୍ବଦା ଆମ୍ଭମାନଙ୍କୁ ସ୍ମରଣରେ ରଖି ଯେ ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛ, ଏହି ବିଷୟରେ ଆମ୍ଭମାନଙ୍କୁ ସୁସମାଚାର ଦେଇଅଛନ୍ତି;
7 for this cause, brothers, we were comforted over you in all our distress and affliction through your faith.
ଏଥିନିମନ୍ତେ, ହେ ଭାଇମାନେ, ତୁମ୍ଭମାନଙ୍କ ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଆମ୍ଭମାନଙ୍କ ସମସ୍ତ ସଙ୍କଟ ଓ କ୍ଲେଶ ଭୋଗରେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ;
8 For now we live, since you stand firm in the Lord.
କାରଣ ଆମ୍ଭେମାନେ ଏବେ ଜୀବିତ ଯଦି ତୁମ୍ଭେମାନେ ପ୍ରଭୁଙ୍କଠାରେ ସୁସ୍ଥିର ହୋଇଥାଅ।
9 For what thanksgiving can we render again to God for you, for all the joy with which we rejoice for your sakes before our God;
ହଁ, ଆମ୍ଭମାନଙ୍କ ଈଶ୍ବରଙ୍କ ଛାମୁରେ ତୁମ୍ଭମାନଙ୍କ ପାଇଁ ଆମ୍ଭେମାନେ ଯେ, ସମସ୍ତେ ଆନନ୍ଦରେ ଆନନ୍ଦିତ ହେଉଅଛୁ, ସେଥିର ପ୍ରତିଦାନ ସ୍ୱରୂପେ ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ କିପରି ଧନ୍ୟବାଦ ଦେଇପାରୁ?
10 night and day praying exceedingly that we may see your face, and may perfect that which is lacking in your faith?
ତୁମ୍ଭମାନଙ୍କ ବିଶ୍ୱାସର ଯାହା କିଛି ଉଣା ଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଯେପରି ସାକ୍ଷାତ କରିପାରୁ, ଏଥିପାଇଁ ଦିବାରାତ୍ର ପ୍ରାର୍ଥନା କରୁଅଛୁ।
11 Now may our God and Father himself, and our Lord Jesus, direct our way to you;
ଆମ୍ଭମାନଙ୍କ ଈଶ୍ବର ଓ ପିତା ନିଜେ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ନିକଟକୁ ଆମ୍ଭମାନଙ୍କ ଆଗମନର ପଥ ସୁଗମ କରନ୍ତୁ;
12 and the Lord make you to increase and abound in love for one another and for all, even as we also do toward you,
ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେହିପରି ପରସ୍ପର ସହିତ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ପ୍ରେମ ପ୍ରଭୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ।
13 to the end he may establish your hearts blameless in holiness before our God and Father, at the coming of our Lord Jesus with all his saints.
ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ।

< 1 Thessalonians 3 >