< 1 Timothy 2 >

1 I exhort therefore, first of all, that petitions, prayers, intercessions, and thanksgivings, be made for all people:
ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ବରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ,
2 for kings and all who are in high places; that we may lead a tranquil and quiet life in all godliness and reverence.
ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି।
3 For this is good and acceptable in the sight of God our Savior;
ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ;
4 who desires all people to be saved and come to full knowledge of the truth.
ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି।
5 For there is one God, and one mediator between God and humanity, a human, Messiah Jesus,
କାରଣ ଏକମାତ୍ର ଈଶ୍ବର ଅଛନ୍ତି, ଆଉ ଈଶ୍ବର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;
6 who gave himself as a ransom for all; the testimony in its own times;
ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି।
7 to which I was appointed a preacher and an apostle (I am telling the truth, I am not lying), a teacher of the non-Jews in faith and truth.
ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୁଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ।
8 I desire therefore that the men in every place pray, lifting up holy hands without anger and doubting.
ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।
9 In the same way, that women also adorn themselves in decent clothing, with modesty and propriety; not just with braided hair, gold, pearls, or expensive clothing;
ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି
10 but (which becomes women professing godliness) with good works.
ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ।
11 Let a woman learn in quietness with all subjection.
ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନୀରବରେ ଶିକ୍ଷା ଗ୍ରହଣ କରୁ।
12 But I do not permit a woman to teach, nor to exercise authority over a man, but to be in quietness.
ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନୀରବରେ ରହୁ।
13 For Adam was first formed, then Eve.
କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା;
14 Adam was not deceived, but the woman, being deceived, has fallen into disobedience;
ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ;
15 but she will be delivered through the childbirth, if they continue in faith and love and holiness, with self-control.
କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବେ।

< 1 Timothy 2 >