< 2 Thessalonians 2 >

1 Now, brothers, concerning the coming of our Lord Jesus (the) Messiah, and our gathering together to him, we ask you
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ବିଷୟରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
2 not to be quickly shaken in your mind, nor yet be troubled, either by spirit, or by word, or by letter as from us, saying that the day of the Lord had come.
ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ୱାରା ଲେଖାଯାଇଅଛି ବୋଲି ମନେ କରି କୌଣସି ପତ୍ର ଦ୍ୱାରା ଶୀଘ୍ର ବିଚଳିତ ଓ ଉଦ୍‍ବିଗ୍ନ ନ ହୁଅ;
3 Let no one deceive you in any way. For it will not be, unless the rebellion comes first, and the man of lawlessness is revealed, the son of destruction,
କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେବ ନାହିଁ।
4 he who opposes and exalts himself against all that is called God or that is worshiped; so that he sits in the temple of God, setting himself up as God.
ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଈଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ବର ବୋଲି ଦେଖାଏ।
5 Do you not remember that, when I was still with you, I told you these things?
ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହିସବୁ ବିଷୟ ଯେ ତୁମ୍ଭମାନଙ୍କୁ କହିଥିଲି, ତାହା କଅଣ ତୁମ୍ଭମାନଙ୍କର ମନେ ନାହିଁ?
6 Now you know what is restraining him, to the end that he may be revealed in his own season.
ଆଉ ସେ ନିରୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କଅଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ।
7 For the mystery of lawlessness already works. Only there is one who restrains now, until he is taken out of the way.
କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ।
8 Then the lawless one will be revealed, whom the Lord Jesus will kill with the breath of his mouth, and destroy by the manifestation of his coming;
ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ।
9 even he whose coming is according to the working of Satan with all power and signs and lying wonders,
ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
10 and with all deception of wickedness for those who are perishing, because they did not receive the love of the truth, that they might be saved.
କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟର ପ୍ରେମକୁ ତୁଚ୍ଛ ମନେ କଲେ।
11 And because of this, God sends them a strong delusion, that they should believe the lie,
ଆଉ, ଏଥିପାଇଁ ସେମାନେ ଯେପରି ମିଥ୍ୟାରେ ବିଶ୍ୱାସ କରନ୍ତି, ସେଥିନିମନ୍ତେ ଈଶ୍ବର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପଠାଇଅଛନ୍ତି,
12 in order that all might be judged who did not believe the truth, but had pleasure in unrighteousness.
ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହେବେ।
13 But we are bound to always give thanks to God for you, brothers loved by the Lord, because God chose you from the beginning for salvation through sanctification of the Spirit and belief in the truth;
କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ବରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ବର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;
14 to which he called you through our gospel, for the obtaining of the glory of our Lord Jesus (the) Messiah.
ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି।
15 So then, brothers, stand firm, and hold the traditions which you were taught by us, whether by word, or by letter.
ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହିସବୁ ଧରି ରଖ।
16 Now our Lord Jesus (the) Messiah himself, and God our Father, who loved us and gave us everlasting comfort and good hope through grace, (aiōnios g166)
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି, (aiōnios g166)
17 comfort your hearts and establish you in every good work and word.
ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ।

< 2 Thessalonians 2 >