< 2 Timothy 3 >

1 But know this, that in the last days terrible times will come.
କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ;
2 For people will be lovers of self, lovers of money, boastful, arrogant, blasphemers, disobedient to parents, unthankful, unholy,
କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଙ୍କାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,
3 unloving, unforgiving, slanderers, without self-control, brutal, hateful of good,
ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ,
4 treacherous, reckless, conceited, lovers of pleasure rather than lovers of God;
ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ବରପ୍ରିୟ ନ ହୋଇ ବରଂ ବିଳାସ-ପ୍ରିୟ ହେବେ;
5 holding a form of godliness, but having denied the power thereof. Turn away from these, also.
ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ।
6 For among them are those who crawl into households and take captive weak-willed women weighed down with sins, led away by various passions and pleasures,
କାରଣ ଏମାନଙ୍କ ମଧ୍ୟରେ ଏପରି ଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରାନ୍ତ ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି;
7 always learning, and never able to come to the knowledge of the truth.
ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ମଧ୍ୟ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ।
8 Even as Jannes and Jambres opposed Moses, so do these also oppose the truth; people corrupted in mind, disapproved concerning the faith.
ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି।
9 But they will proceed no further. For their folly will be evident to all, as theirs also was.
କିନ୍ତୁ ସେମାନେ ଆଉ ଅଧିକ ଆଗକୁ ଯିବେ ନାହିଁ; କାରଣ ସେହି ଦୁଇ ଜଣଙ୍କର ମୂର୍ଖତା ଯେପରି ପ୍ରକାଶ ପାଇଥିଲା, ସେହିପରି ଏମାନଙ୍କର ମଧ୍ୟ ସମସ୍ତଙ୍କ ନିକଟରେ ଜଣାପଡ଼ିବ।
10 But you did follow my teaching, conduct, purpose, faith, patience, love, steadfastness,
କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର-ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ, ଧୈର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ।
11 persecutions, and sufferings: those things that happened to me at Antioch, Iconium, and Lystra. I endured those persecutions. Out of them all the Lord delivered me.
ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରା ସହରମାନଙ୍କରେ ମୋʼ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ।
12 Yes, and all who desire to live godly in Messiah Jesus will suffer persecution.
ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧାର୍ମିକ ଜୀବନଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ।
13 But evil people and impostors will grow worse and worse, deceiving and being deceived.
କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।
14 But you remain in the things which you have learned and have been assured of, knowing from whom you have learned them.
କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ;
15 From infancy, you have known the holy Scriptures which are able to make you wise for salvation through faith, which is in Messiah Jesus.
ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।
16 All Scripture is God-breathed and profitable for teaching, for reproof, for correction, and for training in righteousness,
ସମସ୍ତ ଶାସ୍ତ୍ର ଈଶ୍ବର ନିଶ୍ଵସିତ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ,
17 that the person of God may be complete, thoroughly equipped for every good work.
ଯେପରି ଈଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।

< 2 Timothy 3 >