< Yochanan 14 >

1 "Do not let your heart be troubled. Believe in God. Believe also in me.
“ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।
2 In my Father's house are many mansions. If it weren't so, I would have told you; for I go to prepare a place for you.
ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି;
3 And if I go and prepare a place for you, I will come again, and will receive you to myself; that where I am, you may be there also.
ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।
4 And you know the way where I am going."
ପୁଣି, ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତାହାର ପଥ ତୁମ୍ଭେମାନେ ଜାଣ।”
5 Thomas said to him, "Lord, we do not know where you are going. How can we know the way?"
ଥୋମା ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ?
6 Jesus said to him, "I am the way, the truth, and the life. No one comes to the Father except through me.
ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
7 If you know me, you will know my Father also. From now on you do know him and have seen him."
ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ।”
8 Philip said to him, "Lord, show us the Father, and that will be enough for us."
ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।
9 Jesus said to him, "Have I been with you all this time, and still you do not know me, Philip? He who has seen me has seen the Father. How can you say, 'Show us the Father?'
ଯୀଶୁ ତାହାଙ୍କୁ କହିଲେ, “ଫିଲିପ୍ପ, ଏତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ?
10 Do you not believe that I am in the Father, and the Father is in me? The words that I say to you I do not speak from myself; but the Father who lives in me does his works.
ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ଏ କଥା କଅଣ ବିଶ୍ୱାସ କରୁ ନାହଁ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହିସବୁ ମୋʼ ନିଜରୁ କହେ ନାହିଁ, କିନ୍ତୁ ପିତା ମୋʼ ଠାରେ ଥାଇ ଆପଣା କର୍ମ କରୁଅଛନ୍ତି।
11 Believe me that I am in the Father, and the Father is in me; or else believe because of the works themselves.
ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ମୋହର ଏହି କଥା ବିଶ୍ୱାସ କର, ନତୁବା କର୍ମ ଯୋଗୁଁ ହେଲେ ବିଶ୍ୱାସ କର।
12 Truly, truly, I tell you, he who believes in me, the works that I do, he will do also; and he will do greater works than these, because I am going to the Father.
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋʼ ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହିସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ‍ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି।
13 And whatever you ask in my name, this I will do, that the Father may be glorified in the Son.
ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।
14 If you ask me anything in my name, I will do it.
ଯଦି ତୁମ୍ଭେମାନେ ମୋʼ ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି।”
15 If you love me, you will keep my commandments.
“ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ।
16 I will pray to the Father, and he will give you another Helper, that he may be with you forever, — (aiōn g165)
ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ, (aiōn g165)
17 the Spirit of truth, whom the world cannot receive; because it neither sees him nor knows him; but you know him, for he lives with you, and will be in you.
ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରିପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ।
18 I will not leave you orphans. I will come to you.
ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି।
19 Yet a little while, and the world will see me no more; but you will see me. Because I live, you will live also.
ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ।
20 In that day you will know that I am in my Father, and you in me, and I in you.
ମୁଁ ଯେ ମୋହର ପିତାଙ୍କଠାରେ ପୁଣି, ତୁମ୍ଭେମାନେ ଯେ ମୋʼ ଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେ ଦିନ ତୁମ୍ଭେମାନେ ଜାଣିବ।
21 The one who has my commandments and keeps them is the one who loves me. And the one who loves me will be loved by my Father, and I will love him, and will reveal myself to him."
ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି।”
22 Judas (not Iscariot) said to him, "Lord, what has happened that you are about to reveal yourself to us, and not to the world?"
ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କଅଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି?
23 Jesus answered and said to him, "If anyone loves me, he will keep my word; and my Father will love him, and we will come to him and make our dwelling place with him.
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।
24 He who does not love me does not keep my words. The word which you hear is not mine, but the Father's who sent me.
ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର।
25 All this I have spoken to you while I am still with you.
ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଥାଉ ଥାଉ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଲି।
26 But the Helper, the Holy Spirit, whom the Father will send in my name, he will teach you all things, and will remind you of all that I said to you.
କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍‍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।
27 Peace I leave with you. My peace I give to you. I do not give to you as the world gives. Do not let your heart be troubled, neither let it be afraid.
ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।
28 You heard how I told you, 'I am going away, and I will come to you.' If you loved me, you would rejoice that I am going to the Father; for the Father is greater than I.
ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି ଆସୁଅଛି, ମୋହର ଏହି କଥା ତ ଶୁଣିଅଛ। ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋʼଠାରୁ ମହାନ।
29 Now I have told you before it happens so that, when it happens, you may believe.
ଆଉ, ତାହା ଘଟିବା ସମୟରେ ତୁମ୍ଭେମାନେ ଯେପରି ବିଶ୍ୱାସ କରିବ, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ଏବେ ତୁମ୍ଭମାନଙ୍କୁ କହିଅଛି।
30 I will not speak with you much longer, for the ruler of this world is coming, and he has no hold on me.
ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋʼ ଠାରେ ତାହାର କିଛି ହିଁ ନାହିଁ;
31 But that the world may know that I love the Father, and as the Father commanded me, so I do. Arise, let us go from here.
କିନ୍ତୁ ମୁଁ ଯେ ପିତାଙ୍କୁ ପ୍ରେମ କରେ ଓ ପିତାଙ୍କ ଆଜ୍ଞାନୁସାରେ କର୍ମ କରେ, ଏହା ଯେପରି ଜଗତ ଜାଣି ପାରେ, ଏଥିନିମନ୍ତେ ଏପରି ଘଟୁଅଛି। ଉଠ, ଆମ୍ଭେମାନେ ଏହି ସ୍ଥାନରୁ ଚାଲିଯାଉ।”

< Yochanan 14 >