< Luke 17 >

1 He said to the disciples, "It is impossible that no occasions of stumbling should come, but woe to him through whom they come.
ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର;
2 It would be better for him if a millstone were hung around his neck, and he were thrown into the sea, rather than that he should cause one of these little ones to stumble.
ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାଆନ୍ତା।
3 Watch yourselves. If your brother sins, rebuke him. If he repents, forgive him.
ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ-ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ।
4 And if he sins against you seven times in the day, and seven times returns to you, saying, 'I repent,' you must forgive him."
ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ-ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର।”
5 The apostles said to the Lord, "Increase our faith."
ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ।
6 The Lord said, "If you had faith like a grain of mustard seed, you would tell this mulberry tree, 'Be uprooted, and be planted in the sea,' and it would obey you.
ପ୍ରଭୁ କହିଲେ, “ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳି ଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ।”
7 But who is there among you, having a servant plowing or keeping sheep, that will say, when he comes in from the field, 'Come immediately and sit down at the table'?
“କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ?
8 But will he not say to him, 'Prepare my supper, clothe yourself properly, and serve me, while I eat and drink, and afterward you can eat and drink'?
ସେ କଅଣ ବରଂ ତାହାକୁ କହିବ ନାହିଁ, ମୋହର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋହର ସେବା କର, ତାହା ପରେ ତୁ ଖିଆପିଆ କରିବୁ?
9 Does he thank that servant because he did the things that were commanded?
ଦାସ ଆଦେଶ ଅନୁସାରେ କାମ କରିବାରୁ ସେ କଅଣ ତାହାକୁ ଧନ୍ୟବାଦ ଦିଏ?
10 Even so you also, when you have done all the things that are commanded you, say, 'We are unworthy servants. We have done our duty.'"
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ‘ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ।’”
11 It happened as he was on his way to Jerusalem, that he was passing along the borders of Samaria and Galilee.
ସେ ଯିରୂଶାଲମ ସହରକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ।
12 As he entered into a certain village, ten men who were lepers met him, who stood at a distance.
ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠରୋଗୀ ତାହାଙ୍କ ସହିତ ସାକ୍ଷାତ କଲେ;
13 They lifted up their voices, saying, "Jesus, Master, have mercy on us."
ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ।
14 When he saw them, he said to them, "Go and show yourselves to the priests." It happened that as they went, they were cleansed.
ପୁଣି, ସେ ସେମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।” ଆଉ ସେମାନେ ଯାଉ ଯାଉ ଶୁଚି ହେଲେ।
15 One of them, when he saw that he was healed, turned back, glorifying God with a loud voice.
କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି,
16 He fell on his face at Jesus' feet, giving him thanks; and he was a Samaritan.
ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।
17 Jesus answered, "Weren't the ten cleansed? But where are the nine?
ସେଥିରେ ଯୀଶୁ ଉତ୍ତର ଦେଲେ, “ଦଶ ଜଣ କଅଣ ଶୁଚି ହେଲେ ନାହିଁ?
18 Were there none found who returned to give glory to God, except this stranger?"
ତେବେ ଆଉ ନଅ ଜଣ କାହାନ୍ତି? ଈଶ୍ବରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୁଦୀ ଲୋକଟି ଛଡ଼ା କଅଣ ଆଉ କେହି ଫେରିଆସି ନାହିଁ?”
19 Then he said to him, "Get up, and go your way. Your faith has healed you."
ପୁଣି, ସେ ତାହାକୁ କହିଲେ, “ଉଠିଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।”
20 Being asked by the Pharisees when the Kingdom of God would come, he answered them, "The Kingdom of God does not come with observation;
ଈଶ୍ବରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବରଙ୍କ ରାଜ୍ୟ ଦୃଶ୍ୟ ଭାବରେ ଆସେ ନାହିଁ;
21 neither will they say, 'Look, here.' or, 'Look, there.' for the Kingdom of God is within you."
କିମ୍ବା ଦେଖ, ଏଠାରେ ବା ସେଠାରେ ବୋଲି ଲୋକ କହିବେ ନାହିଁ; କାରଣ ଦେଖ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେ ଅଛି।”
22 He said to the disciples, "The days will come, when you will desire to see one of the days of the Son of Man, and you will not see it.
କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, “ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ, କିନ୍ତୁ ଦେଖିବ ନାହିଁ।
23 And they will tell you, 'Look, there.' or 'Look, here.' Do not go away, nor follow after them,
ଦେଖ, ଏଠାରେ ବା ସେଠାରେ ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ବା ସେମାନଙ୍କର ଅନୁସରଣ କର ନାହିଁ।
24 for as the lightning, when it flashes out of the one part under the sky, shines to the other part under the sky; so will the Son of Man be in his day.
କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର ଆପଣା ଦିନରେ ସେହିପରି ହେବେ।
25 But first, he must suffer many things and be rejected by this generation.
ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ୱାରା ଅଗ୍ରାହ୍ୟ ହେବାକୁ ହେବ।
26 As it happened in the days of Noah, even so will it be also in the days of the Son of Man.
ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ;
27 They ate, they drank, they married, they were given in marriage, until the day that Noah entered into the box-shaped ship, and the flood came, and destroyed them all.
ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକମାନେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ବ୍ୟସ୍ତ ଥିଲେ, ପୁଣି, ଜଳପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା।
28 Likewise, even as it happened in the days of Lot: they ate, they drank, they bought, they sold, they planted, they built;
ଲୋଟଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିଥିଲା, ଲୋକମାନେ ଖିଆପିଆ, କିଣାବିକା, ଗଛ ଲଗାଇବା ଓ ଘର ତିଆରି କରିବାରେ ବ୍ୟସ୍ତ ଥିଲେ,
29 but in the day that Lot went out from Sodom, it rained fire and sulfur from the sky, and destroyed them all.
କିନ୍ତୁ ଲୋଟ ସଦୋମରୁ ବାହାରିଯିବା ଦିନ ଆକାଶରୁ ଅଗ୍ନି ଓ ଗନ୍ଧକ ଆସି ସମସ୍ତଙ୍କୁ ବିନାଶ କଲା।
30 It will be the same way in the day that the Son of Man is revealed.
ମନୁଷ୍ୟପୁତ୍ର ପ୍ରକାଶିତ ହେବା ଦିନ ସେହି ପ୍ରକାର ଘଟିବ।
31 In that day, he who will be on the housetop, and his goods in the house, let him not go down to take them away. Let him who is in the field likewise not turn back.
ସେହି ଦିନ ଯେ ଛାତ ଉପରେ ଥିବ, ସେ ଘର ଭିତରେ ଥିବା ଆପଣା ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ; ସେହିପରି ଯେ କ୍ଷେତରେ ଥିବ, ସେ ଫେରି ନ ଯାଉ।
32 Remember Lot's wife.
ଲୋଟଙ୍କ ସ୍ତ୍ରୀଙ୍କର କଥା ମନେ ପକାଅ।
33 Whoever seeks to keep his life will lose it, but whoever loses it will preserve it.
ଯେ କେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେ କେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ।
34 I tell you, in that night there will be two people in one bed. The one will be taken, and the other will be left.
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତିରେ ଦୁଇ ଜଣ ଗୋଟିଏ ଖଟରେ ଶୋଇଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।
35 Two will be grinding grain together; one will be taken and the other left.
ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।
[ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।]”
37 They, answering, asked him, "Where, Lord?" He said to them, "Where the body is, there will the vultures also be gathered together."
ସେଥିରେ ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, କେଉଁଠାରେ? ସେ ସେମାନଙ୍କୁ କହିଲେ, “ଯେଉଁଠାରେ ଶବ, ସେହିଠାରେ ଶାଗୁଣାଗୁଡ଼ାକ ମଧ୍ୟ ଏକାଠି ହେବେ।”

< Luke 17 >