< Luke 23 >

1 The whole company of them rose up and brought him before Pilate.
ପରେ ସଭାରେ ସମସ୍ତେ ଉଠି ପୀଲାତଙ୍କ ନିକଟକୁ ଯୀଶୁଙ୍କୁ ଘେନିଗଲେ।
2 They began to accuse him, saying, "We found this man subverting our nation, forbidding paying taxes to Caesar, and saying that he himself is the Messiah, a king."
ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଓ ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି।
3 Pilate asked him, "Are you the King of the Jews?" He answered him, "You say so."
ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”
4 Pilate said to the chief priests and the crowds, "I find no basis for a charge against this man."
ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ।
5 But they insisted, saying, "He stirs up the people, teaching throughout all Judea, beginning from Galilee even to this place."
କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ଏ ତ ଗାଲିଲୀ ପ୍ରଦେଶଠାରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ଶିକ୍ଷା ଦେଇ ଲୋକସାଧାରଣଙ୍କୁ ମତାଉଅଛି।
6 But when Pilate heard it, he asked if the man was a Galilean.
କିନ୍ତୁ ପୀଲାତ ଏହା ଶୁଣି ପଚାରିଲେ, ଏ ଲୋକଟା କଅଣ ଜଣେ ଗାଲିଲୀୟ?
7 When he found out that he was in Herod's jurisdiction, he sent him to Herod, who was also in Jerusalem during those days.
ପୁଣି, ସେ ଯେ ହେରୋଦଙ୍କ ଅଧିକାର ଅଧୀନରେ ଅଛନ୍ତି, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମ ସହରରେ ଥିଲେ।
8 Now when Herod saw Jesus, he was exceedingly glad, for he had wanted to see him for a long time, because he had heard about him. He hoped to see some miracle done by him.
ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟନ୍ତ ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି, ତାହାଙ୍କ ଦ୍ୱାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ।
9 He questioned him with many words, but he gave no answers.
ଏଣୁ ସେ ତାହାଙ୍କୁ ଅନେକ କଥା ପଚାରିବାକୁ ଲାଗିଲେ, କିନ୍ତୁ ସେ ତାହାଙ୍କୁ କୌଣସି ଉତ୍ତର ଦେଲେ ନାହିଁ।
10 The chief priests and the scribes stood, vehemently accusing him.
ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ର ଭାବରେ ଅଭିଯୋଗ କରୁଥିଲେ।
11 Herod with his soldiers treated him with contempt and mocked him. Dressing him in luxurious clothing, they sent him back to Pilate.
ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ।
12 Herod and Pilate became friends with each other that very day, for before that they were enemies with each other.
ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା।
13 Pilate called together the chief priests and the rulers and the people,
ଏଥିଉତ୍ତାରେ ପୀଲାତ ପ୍ରଧାନ ଯାଜକ, ଅଧ୍ୟକ୍ଷ ଓ ଜନସାଧାରଣଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହିଲେ,
14 and said to them, "You brought this man to me as one that subverts the people, and see, I have examined him before you, and found no basis for a charge against this man concerning those things of which you accuse him.
ଏ ଲୋକସାଧାରଣଙ୍କୁ ବିଦ୍ରୋହୀ କରୁଅଛି ବୋଲି ତୁମ୍ଭେମାନେ ଏହାକୁ ଆମ୍ଭ ନିକଟକୁ ଆଣିଥିଲ; ଆଉ ଦେଖ, ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ଏହାକୁ ପ୍ରଶ୍ନ କରି, ତାହା ବିରୁଦ୍ଧରେ ତୁମ୍ଭେମାନେ ଯେ ସମସ୍ତ ଅଭିଯୋଗ କରୁଅଛ, ସେପରି କୌଣସି ଦୋଷ ଏହାଠାରେ ପାଇଲୁ ନାହିଁ।
15 Neither has Herod, for he sent him back to us, and see, nothing worthy of death has been done by him.
ହେରୋଦ ମଧ୍ୟ ପାଇ ନାହାନ୍ତି କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି ପଠାଇଦେଲେ; ଆଉ ଦେଖ, ଏହି ବ୍ୟକ୍ତି ପ୍ରାଣଦଣ୍ଡ ଯୋଗ୍ୟ କୌଣସି କର୍ମ କରି ନାହିଁ;
16 I will therefore chastise him and release him."
ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ
17 (Now he had to release one prisoner to them at the feast.)
[ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାହାଙ୍କୁ ଜଣେ ବନ୍ଦୀକୁ ମୁକ୍ତ କରିବାକୁ ହେଉଥିଲା।]
18 But they all shouted out together, saying, "Away with this man. Release to us Barabbas"
ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର।
19 (one who was thrown into prison for a certain revolt in the city, and for murder.)
ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଳବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା।
20 Then Pilate spoke to them again, wanting to release Jesus,
ମାତ୍ର ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ସେମାନଙ୍କୁ ପୁନର୍ବାର ବୁଝାଇଲେ।
21 but they shouted, saying, "Crucify. Crucify him."
କିନ୍ତୁ ସେମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ତାହାକୁ କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ।
22 He said to them the third time, "Why? What evil has this man done? I have found no capital crime in him. I will therefore chastise him and release him."
ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା।
23 But they were urgent with loud voices, asking that he might be crucified. And their voices, and those of the chief priests, prevailed.
ମାତ୍ର ସେ କ୍ରୁଶରେ ଚଢ଼ାଯାଉ ବୋଲି ଦାବି କରି ସେମାନେ ବଡ଼ ପାଟିରେ ଜିଦ୍ କରିବାକୁ ଲାଗିଲେ, ଆଉ ସେମାନଙ୍କ କୋଳାହଳର ଜୟ ହେଲା।
24 Pilate decreed that what they asked for should be done.
ପୁଣି, ସେମାନଙ୍କର ଦାବି ଅନୁସାରେ କରାଯାଉ ବୋଲି ପୀଲାତ ଆଦେଶ ଦେଲେ;
25 He released him who had been thrown into prison for insurrection and murder, for whom they asked, but he delivered Jesus up to their will.
କିନ୍ତୁ ବିପ୍ଳବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧୀନରେ ସମର୍ପଣ କଲେ।
26 When they led him away, they grabbed one Simon of Cyrene, coming from the country, and placed on him the cross, to carry it after Jesus.
ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀରୁ ଆସୁଥିବା ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ।
27 A large crowd of the people followed him, including women who also mourned and lamented him.
ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହାଜନତା ତାହାଙ୍କର ପଶ୍ଚାଦ୍‍ଗମନ କରୁଥିଲେ।
28 But Jesus, turning to them, said, "Daughters of Jerusalem, do not weep for me, but weep for yourselves and for your children.
କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, “ଗୋ ଯିରୂଶାଲମ ସହରର କନ୍ୟାମାନେ, ମୋʼ ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;
29 For look, the days are coming in which they will say, 'Blessed are the barren, the wombs that never bore, and the breasts that never nursed.'
କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାନ୍ତି ଓ ସ୍ତନ୍ୟପାନ କରାଇ ନାହାନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି।
30 Then they will begin to say to the mountains, 'Fall on us,' and to the hills, 'Cover us.'
ସେତେବେଳେ ‘ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼,’ ‘ଆଉ ଉପପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ।’
31 For if they do these things in the green tree, what will be done in the dry?"
କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କଅଣ ନ ଘଟିବ?”
32 There were also others, two criminals, led with him to be put to death.
ପୁଣି, ପ୍ରାଣଦଣ୍ଡ ଭୋଗିବା ନିମନ୍ତେ ଦୁଇ ଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ।
33 When they came to the place that is called The Skull, they crucified him there with the criminals, one on the right and the other on the left.
ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ।
34 And Jesus said, "Father, forgive them, for they do not know what they are doing." Dividing his garments among them, they cast lots.
ସେତେବେଳେ ଯୀଶୁ କହିଲେ, “ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।” ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।
35 The people stood watching. The rulers also scoffed at him, saying, "He saved others. Let him save himself, if this is the Messiah of God, his Chosen One."
ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ। ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ବରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ।
36 The soldiers also mocked him, coming to him and offering him vinegar,
ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଳରସ ଯାଚି ତାହାଙ୍କୁ ପରିହାସ କରି କହିଲେ,
37 and saying, "If you are the King of the Jews, save yourself."
ତୁ ଯଦି ଯିହୁଦୀମାନଙ୍କର ରାଜା, ତାହାହେଲେ ନିଜକୁ ରକ୍ଷା କର।
38 An inscription was also written above him: "THIS IS THE KING OF THE JEWS."
ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, “ଏ ଯିହୁଦୀମାନଙ୍କର ରାଜା।”
39 One of the criminals who hung there insulted him, saying, "Are you not the Messiah? Save yourself and us."
ଆଉ କ୍ରୁଶରେ ଚଢ଼ାଯାଇଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କଅଣ ଖ୍ରୀଷ୍ଟ ନୋହୁଁ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର।
40 But the other answered, and rebuking him said, "Do you not even fear God, seeing you are under the same condemnation?
କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ବରଙ୍କୁ କଅଣ ଭୟ ମଧ୍ୟ କରୁ ନାହୁଁ?
41 And we indeed justly, for we receive the due reward for our deeds; but this man has done nothing wrong."
ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାନ୍ତି।
42 And he said, "Jesus, remember me when you come into your Kingdom."
ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ।
43 And he said to him, "Assuredly I tell you, today you will be with me in Paradise."
ସେଥିରେ ସେ ତାହାକୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ।”
44 And it was now about noon, and darkness came over the whole land until three in the afternoon,
ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା,
45 for the sun's light failed. And the veil of the temple was torn in two.
ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା।
46 And Jesus, crying with a loud voice, said, "Father, into your hands I commit my spirit." Having said this, he breathed his last.
ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି।” ଏହା କହି ସେ ପ୍ରାଣତ୍ୟାଗ କଲେ।
47 When the centurion saw what was done, he glorified God, saying, "Certainly this was a righteous man."
ଶତ-ସେନାପତି ଏହି ଘଟଣା ଦେଖି ଈଶ୍ବରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ।
48 All the crowds that came together to see this, when they saw the things that were done, returned home beating their breasts.
ପୁଣି, ଯେଉଁ ଲୋକସମୂହ ଦେଖିବାକୁ ଏକତ୍ରିତ ହୋଇଥିଲେ, ସେମାନେ ସମସ୍ତେ ସେହିସବୁ ଘଟଣା ଦେଖି ବକ୍ଷାଘାତ କରୁ କରୁ ବାହୁଡ଼ି ଯିବାକୁ ଲାଗିଲେ।
49 All his acquaintances, and the women who followed with him from Galilee, stood at a distance, watching these things.
କିନ୍ତୁ ତାହାଙ୍କର ପରିଚିତ ସମସ୍ତେ ଓ ଗାଲିଲୀରୁ ଏକତ୍ର ମିଳି ତାହାଙ୍କ ପଛେ ପଛେ ଆସିଥିବା ସ୍ତ୍ରୀଲୋକମାନେ ଦୂରରେ ଠିଆ ହୋଇ ଏହିସବୁ ଦେଖୁଥିଲେ।
50 And look, a man named Joseph, who was a member of the council, a good and righteous man
ଆଉ ଦେଖ, ଯିହୂଦିୟା ପ୍ରଦେଶରେ ହାରାମାଥୀୟା ନଗରର ଯୋଷେଫ ନାମକ ଜଣେ ବ୍ୟକ୍ତି ଯିହୁଦୀମାନଙ୍କର ମହାସଭାର ସଭ୍ୟ ଥିଲେ; ସେ ଜଣେ ଉତ୍ତମ ଓ ଧାର୍ମିକ ଲୋକ,
51 (he had not consented to their counsel and deed), from Arimathea, a city of the Judeans, who was also waiting for the Kingdom of God:
ଆଉ ସେମାନଙ୍କର ମନ୍ତ୍ରଣା ଓ କର୍ମରେ ସମ୍ମତ ହୋଇ ନ ଥିଲେ ପୁଣି, ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ।
52 this man went to Pilate, and asked for the body of Jesus.
ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ,
53 He took it down, and wrapped it in a linen cloth, and placed him in a tomb that was cut in stone, where no one had ever been placed.
ପୁଣି, ତାହା ଓହ୍ଲାଇ ଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖାଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧି-ସ୍ଥାନରେ ତାହାଙ୍କୁ ଥୋଇଲେ।
54 It was the day of the Preparation, and the Sabbath was drawing near.
ସେହି ଦିନ ଆୟୋଜନ ଦିନ ଥିଲା, ପୁଣି, ବିଶ୍ରାମବାର ନିକଟ ହୋଇ ଆସୁଥିଲା
55 The women, who had come with him out of Galilee, followed after, and saw the tomb, and how his body was placed.
ଆଉ ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧି ସ୍ଥଳ ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ,
56 They returned, and prepared spices and ointments. On the Sabbath they rested according to the commandment.
ପୁଣି, ସେମାନେ ବାହୁଡ଼ିଯାଇ ସୁଗନ୍ଧିଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ।

< Luke 23 >