< Matthew 16 >

1 The Pharisees and Sadducees came, and testing him, asked him to show them a sign from heaven.
ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ।
2 But he answered and said to them, "When it is evening, you say, 'It will be fair weather, for the sky is red.'
କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ‘ଭଲ ପାଗ ହେବ, କାରଣ ଆକାଶ ଲାଲ୍ ହୋଇଅଛି।’
3 In the morning, 'It will be foul weather today, for the sky is red and threatening.' You know how to discern the appearance of the sky, but you cannot discern the signs of the times.
ଆଉ ପ୍ରାତଃକାଳରେ କହିଥାଅ, ‘ଆଜି ଝଡ଼ ହେବ, କାରଣ ଆକାଶ ଲାଲ୍ ଓ ମେଘୁଆ ହୋଇଅଛି।’ ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ?
4 An evil and adulterous generation seeks after a sign, and there will be no sign given to it, except the sign of Jonah." He left them, and departed.
ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।” ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ଚାଲିଗଲେ।
5 The disciples came to the other side and had forgotten to take bread.
ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୁଟି ନେବାକୁ ପାସୋରି ଯାଇଅଛନ୍ତି।
6 Jesus said to them, "Watch out and guard yourselves against the yeast of the Pharisees and Sadducees."
ଯୀଶୁ ସେମାନଙ୍କୁ କହିଲେ, “ସତର୍କ ହୁଅ, ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ।”
7 They reasoned among themselves, saying, "We brought no bread."
ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି।
8 But Jesus, becoming aware of this, said, "You of little faith, why are you discussing among yourselves about having no bread?
କିନ୍ତୁ ଯୀଶୁ ତାହା ଜାଣି କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ?
9 Do you still not understand? Do you not remember the five loaves for the five thousand, and how many baskets you took up?
ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକେଇ ଉଠାଇଲ,
10 Nor the seven loaves for the four thousand, and how many baskets you took up?
କିମ୍ବା ସେହି ଚାରି ହଜାର ଲୋକଙ୍କ ସାତୋଟି ରୁଟି, ପୁଣି, କେତେ ଟୋକେଇ ଉଠାଇଲ, ସେହିସବୁ କି ତୁମ୍ଭର ମନେ ନାହିଁ?
11 Why is it that you do not understand that I did not speak to you concerning bread? But beware of the yeast of the Pharisees and Sadducees."
ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ।”
12 Then they understood that he did not tell them to beware of the yeast of bread, but of the teaching of the Pharisees and Sadducees.
ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ।
13 Now when Jesus came into the parts of Caesarea Philippi, he asked his disciples, saying, "Who do people say that the Son of Man is?"
ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି?”
14 They said, "Some say John the Baptist, some, Elijah, and others, Jeremiah, or one of the prophets."
ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲୀୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ।
15 He said to them, "But who do you say that I am?"
ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?”
16 Simon Peter answered, "You are the Messiah, the Son of the living God."
ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ବରଙ୍କ ପୁତ୍ର।
17 And Jesus answered him, "Blessed are you, Simon Bar Jonah, for flesh and blood has not revealed this to you, but my Father who is in heaven.
ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ଈଶ୍ବର ପ୍ରକାଶ କରିଅଛନ୍ତି।
18 I also tell you that you are Peter, and on this Rock I will build my church, and the gates of hell will not prevail against it. (Hadēs g86)
ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ। (Hadēs g86)
19 I will give to you the keys of the kingdom of heaven, and whatever you bind on earth will be bound in heaven, and whatever you loose on earth will be loosed in heaven."
ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର ଚାବି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ।”
20 Then he commanded the disciples that they should tell no one that he is the Messiah.
ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ।
21 From that time, Jesus began to show his disciples that he must go to Jerusalem and suffer many things from the elders, chief priests, and scribes, and be killed, and the third day be raised up.
ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମ ସହରକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ପୁନରୁତ୍ଥାନ ହେବାକୁ ହେବ।
22 Peter took him aside, and began to rebuke him, saying, "Far be it from you, Lord. This will never be done to you."
ସେଥିରେ ପିତର ତାହାଙ୍କୁ ଅନ୍ୟ ଆଡ଼କୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ବର ଆପଣଙ୍କୁ ଦୟା କରନ୍ତୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ।
23 But he turned, and said to Peter, "Get behind me, Satan. You are a stumbling block to me, for you are not setting your mind on the things of God, but on the things of humans."
କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋହର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।”
24 Then Jesus said to his disciples, "If anyone desires to come after me, let him deny himself, and take up his cross, and follow me.
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।
25 For whoever desires to save his life will lose it, and whoever will lose his life for my sake will find it.
କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ।
26 For what will it profit a person, if he gains the whole world, and forfeits his life? Or what will a person give in exchange for his life?
ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?
27 For the Son of Man will come in the glory of his Father with his angels, and then he will render to everyone according to his deeds.
ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।
28 Truly I tell you, there are some standing here who will in no way taste of death, until they see the Son of Man coming in his Kingdom."
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ।”

< Matthew 16 >