< Matthew 22 >

1 Jesus answered and spoke again in parables to them, saying,
ପୁଣି ଥରେ ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଉତ୍ତର ଦେଲେ,
2 "The kingdom of heaven is like a certain king, who made a marriage feast for his son,
“ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ,
3 and sent out his servants to call those who were invited to the marriage feast, but they would not come.
ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ।
4 Again he sent out other servants, saying, 'Tell those who are invited, "Look, I have made ready my dinner. My cattle and my fatlings are killed, and all things are ready. Come to the marriage feast."'
ପୁଣି, ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ, ‘ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇଅଛି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ,’
5 But they made light of it, and went their ways, one to his own farm, another to his merchandise,
କିନ୍ତୁ ସେମାନେ ତାହା ଲଘୁ ଜ୍ଞାନ କରି କେହି ଆପଣା କ୍ଷେତକୁ, ଆଉ କେହି ଆପଣା ବାଣିଜ୍ୟ ବ୍ୟବସାୟକୁ ଚାଲିଗଲେ,
6 and the rest grabbed his servants, and treated them shamefully, and killed them.
ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ।
7 The king was enraged, and sent his armies, destroyed those murderers, and burned their city.
କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍‍ କଲେ।
8 "Then he said to his servants, 'The wedding is ready, but those who were invited weren't worthy.
ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ।
9 Go therefore to the intersections of the highways, and as many as you may find, invite to the marriage feast.'
ଏଣୁ ତୁମ୍ଭେମାନେ ରାଜଦାଣ୍ଡଗୁଡ଼ିକର ଛକେ ଛକେ ଯାଇ ଯେତେ ଲୋକଙ୍କର ଦେଖା ପାଅ, ସେମାନଙ୍କୁ ବିବାହ-ଉତ୍ସବକୁ ନିମନ୍ତ୍ରଣ କର।
10 And those servants went out into the highways, and gathered together all they found, both bad and good, and the wedding was filled with those reclining.
ସେଥିରେ ସେହି ଦାସମାନେ ରାଜଦାଣ୍ଡଗୁଡ଼ିକୁ ବାହାରିଯାଇ ଦୁଷ୍ଟ ଓ ସନ୍ଥ ଯେତେ ଲୋକ ଦେଖାପାଇଲେ, ସେ ସମସ୍ତଙ୍କୁ ସଂଗ୍ରହ କରି ଆଣିଲେ, ଆଉ ନିମନ୍ତ୍ରିତ ଅତିଥି ଲୋକଙ୍କ ଦ୍ୱାରା ବିବାହଗୃହ ପରିପୂର୍ଣ୍ଣ ହେଲା।
11 But when the king came in to see the guests, he saw there a man who did not have on wedding clothing,
କିନ୍ତୁ ରାଜା ନିମନ୍ତ୍ରିତ ଅତିଥିମାନଙ୍କୁ ଦେଖିବା ପାଇଁ ଭିତରକୁ ଆସି ସେଠାରେ ବିବାହ-ବସ୍ତ୍ର ପରିଧାନ କରି ନ ଥିବା ଜଣେ ଲୋକକୁ ଦେଖି ତାହାକୁ କହିଲେ,
12 and he said to him, 'Friend, how did you come in here not wearing wedding clothing?' He was speechless.
ହେ ବନ୍ଧୁ, ତୁମ୍ଭେ ବିବାହ-ବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ? ମାତ୍ର ସେ ନିରୁତ୍ତର ହୋଇ ରହିଲା।
13 Then the king said to the servants, 'Bind him hand and foot, and throw him into the outer darkness; there is where the weeping and grinding of teeth will be.'
ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ‘ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।
14 For many are called, but few chosen."
କାରଣ ଅନେକ ଆହୂତ, କିନ୍ତୁ ଅଳ୍ପ ମନୋନୀତ।’”
15 Then the Pharisees went and took counsel how they might entrap him in his talk.
ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ।
16 They sent their disciples to him, along with the Herodians, saying, "Teacher, we know that you are honest, and teach the way of God in truth, no matter whom you teach, for you are not partial to anyone.
ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ।
17 Tell us therefore, what do you think? Is it lawful to pay taxes to Caesar, or not?"
ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କଅଣ? କାଇସର ସମ୍ରାଟଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ?
18 But Jesus perceived their wickedness, and said, "Why do you test me, you hypocrites?
କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, “ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?”
19 Show me the tax money." They brought to him a denarius.
“ସେହି କରର ମୁଦ୍ରା ମୋତେ ଦେଖାଅ।” ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ମୁଦ୍ରା ଆଣିଲେ।
20 He asked them, "Whose is this image and inscription?"
ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର?
21 They said to him, "Caesar's." Then he said to them, "Give therefore to Caesar the things that are Caesar's, and to God the things that are God's."
ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, “ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।”
22 When they heard it, they were astonished, and left him, and went away.
ସେମାନେ ଏହା ଶୁଣି ଚମତ୍କୃତ ହୋଇ ତାହାଙ୍କୁ ଛାଡ଼ି ଚାଲିଗଲେ।
23 On that day Sadducees came to him, the ones saying that there is no resurrection. And they asked him,
ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ,
24 saying, "Teacher, Moses said, 'If a man dies, having no children, his brother is to marry his wife, and raise up offspring for his brother.'
ହେ ଗୁରୁ, ମୋଶା କହିଅଛନ୍ତି ଯେ, ଯଦି କେହି ନିଃସନ୍ତାନ ହୋଇ ମରେ, ତେବେ ତାହାର ଭାଇ ତାହାର ଭାର୍ଯ୍ୟାକୁ ବିବାହ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।
25 Now there were with us seven brothers. The first married and died, and having no offspring, left his wife to his brother.
ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି, ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା;
26 In like manner the second also, and the third, to the seventh.
ଦ୍ୱିତୀୟ, ତୃତୀୟ ଆଦି ସପ୍ତମ ଜଣ ପର୍ଯ୍ୟନ୍ତ ମଧ୍ୟ ସେହି ପ୍ରକାର କଲେ।
27 After them all, the woman died.
ସମସ୍ତଙ୍କ ଶେଷରେ ସ୍ତ୍ରୀଟି ମରିଗଲା।
28 In the resurrection therefore, whose wife will she be of the seven? For they all had her."
ତେବେ ପୁନରୁତ୍ଥାନରେ ସେହି ସାତ ଜଣଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସମସ୍ତେ ତ ତାହାକୁ ବିବାହ କରିଥିଲେ।
29 But Jesus answered them, "You are mistaken, not knowing the Scriptures, nor the power of God.
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ।
30 For in the resurrection they neither marry, nor are given in marriage, but are like the angels in heaven.
କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ, କିମ୍ବା ବିବାହିତ ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି।
31 But concerning the resurrection of the dead, have you not read that which was spoken to you by God, saying,
ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ବର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ?
32 'I am the God of Abraham, and the God of Isaac, and the God of Jacob?' God is not the God of the dead, but of the living."
‘ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର।’ ସେ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।”
33 When the crowds heard it, they were astonished at his teaching.
ଲୋକମାନେ ଏହା ଶୁଣି ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ।
34 But the Pharisees, when they heard that he had silenced the Sadducees, gathered themselves together.
ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ,
35 One of them, a Law scholar, asked him a question, testing him.
ଆଉ ସେମାନଙ୍କ ମଧ୍ୟରୁ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ,
36 "Teacher, which is the greatest commandment in the law?"
ହେ ଗୁରୁ, ମୋଶାଙ୍କ ବ୍ୟବସ୍ଥା ମଧ୍ୟରେ କି ପ୍ରକାର ଆଜ୍ଞା ଶ୍ରେଷ୍ଠ?
37 He said to him, "'You are to love the Lord your God with all your heart, with all your soul, and with all your mind.'
ସେ ତାହାଙ୍କୁ କହିଲେ, “‘ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ବରଙ୍କୁ ପ୍ରେମ କର।’
38 This is the great and first commandment.
ଏହା ହିଁ ଶ୍ରେଷ୍ଠ ଓ ପ୍ରଥମ ଆଜ୍ଞା।
39 A second likewise is this, 'You are to love your neighbor as yourself.'
ଦ୍ୱିତୀୟଟି ଏହାର ସଦୃଶ, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’
40 The whole Law and the Prophets depend on these two commandments."
ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ।”
41 Now while the Pharisees were gathered together, Jesus asked them a question,
ଫାରୂଶୀମାନେ ଏକତ୍ର ହୋଇଥିବା ସମୟରେ ଯୀଶୁ ସେମାନଙ୍କୁ ପଚାରିଲେ,
42 saying, "What do you think of the Messiah? Whose son is he?" They said to him, "Of David."
“ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ମତ କଅଣ? ସେ କାହାର ସନ୍ତାନ? ସେମାନେ ତାହାଙ୍କୁ କହିଲେ, ଦାଉଦଙ୍କର।”
43 He said to them, "How then does David in the Spirit call him Lord, saying,
ଯୀଶୁ ସେମାନଙ୍କୁ କହିଲେ, “ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି?
44 'The Lord said to my Lord, sit on my right hand, until I make your enemies the footstool of your feet'?
‘ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’
45 "If then David calls him Lord, how is he his son?"
ଅତଏବ, ଦାଉଦ ଯଦି ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?”
46 No one was able to answer him a word, neither did anyone dare ask him any more questions from that day forth.
ସେଥିରେ କେହି ତାହାଙ୍କୁ ପଦେ ହେଲେ ଉତ୍ତର ଦେଇ ପାରିଲେ ନାହିଁ, ପୁଣି, ସେହି ଦିନଠାରୁ କେହି ତାହାଙ୍କୁ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।

< Matthew 22 >