< Matthew 26 >

1 And it happened, when Jesus had finished all these words, that he said to his disciples,
ଯୀଶୁ ଏହି ସମସ୍ତ କଥା ଶେଷ କରି ଆପଣା ଶିଷ୍ୟମାନଙ୍କୁ କହିଲେ,
2 "You know that after two days the Passover is coming, and the Son of Man will be delivered up to be crucified."
“ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ।”
3 Then the chief priests and the scribes and the elders of the people gathered together in the court of the high priest, who was called Caiaphas.
ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,
4 They took counsel together that they might take Jesus by deceit, and kill him.
ଆଉ ଯୀଶୁଙ୍କୁ ଛଳରେ ଧରି ବଧ କରିବା ନିମନ୍ତେ ମନ୍ତ୍ରଣା କଲେ;
5 But they said, "Not during the feast, lest a riot occur among the people."
କିନ୍ତୁ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।
6 Now when Jesus was in Bethany, in the house of Simon the leper,
ଯୀଶୁ ବେଥନୀୟାରେ କୁଷ୍ଠରୋଗରୁ ସୁସ୍ଥ ପାଇଥିବା ଶିମୋନଙ୍କ ଗୃହରେ ଥିବା ସମୟରେ,
7 a woman came to him having an alabaster jar of very expensive ointment, and she poured it on his head as he sat at the table.
ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ସୁଗନ୍ଧି ତୈଳ ନେଇ ତାହାଙ୍କ ନିକଟକୁ ଆସିଲେ ଏବଂ ସେ ଭୋଜନରେ ବସିଥିବା ସମୟରେ ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।
8 But when the disciples saw this, they were indignant, saying, "Why this waste?
କିନ୍ତୁ ତାହା ଦେଖି ଶିଷ୍ୟମାନେ ବିରକ୍ତ ହୋଇ କହିଲେ, ଏତେ ଅପବ୍ୟୟ କାହିଁକି?
9 For this ointment might have been sold for much, and given to the poor."
ଏହା ତ ଅନେକ ଟଙ୍କାରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାଆନ୍ତା।
10 However, knowing this, Jesus said to them, "Why do you trouble the woman? Because she has done a good work for me.
ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, “କାହିଁକି ସ୍ତ୍ରୀଲୋକଟିକୁ କଷ୍ଟ ଦେଉଅଛ? ସେ ତ ମୋ ପ୍ରତି ଉତ୍ତମ କର୍ମ କରିଅଛି।
11 For you always have the poor with you; but you do not always have me.
ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ପାଖରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ପାଖରେ ନ ଥିବି।
12 For in pouring this ointment on my body, she did it to prepare me for burial.
ଆଉ, ସେ ମୋହର ସମାଧି-କ୍ରିୟାସ୍ୱରୂପେ ମୋହର ଶରୀରରେ ଏହି ତୈଳ ଢାଳିଦେଇଅଛି।
13 Truly I tell you, wherever this gospel is preached in the whole world, what this woman has done will also be spoken of as a memorial of her."
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ଏହି ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।”
14 Then one of the twelve, who was called Judas Iscariot, went to the chief priests,
ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ପ୍ରଧାନ ଯାଜକମାନଙ୍କ ପାଖକୁ ଯାଇ କହିଲା,
15 and said, "What are you willing to give me, that I should deliver him to you?" They weighed out for him thirty pieces of silver.
ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟ-ମୁଦ୍ରା ତୌଲି କରିଦେଲେ।
16 From that time he sought opportunity to betray him.
ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା।
17 Now on the first day of unleavened bread, the disciples came to Jesus, saying, "Where do you want us to prepare for you to eat the Passover?"
ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?
18 He said, "Go into the city to a certain person, and tell him, 'The Teacher says, "My time is near. I will keep the Passover at your house with my disciples."'"
ଯୀଶୁ କହିଲେ, “ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି।”
19 The disciples did as Jesus commanded them, and they prepared the Passover.
ସେଥିରେ ଶିଷ୍ୟମାନେ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କରି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।
20 Now when evening had come, he was reclining at the table with the twelve.
ପରେ ସନ୍ଧ୍ୟା ହୁଅନ୍ତେ, ସେ ଦ୍ୱାଦଶ ଶିଷ୍ୟମାନଙ୍କ ସହିତ ଭୋଜନରେ ବସିଲେ।
21 As they were eating, he said, "Truly I tell you that one of you will betray me."
ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”
22 And they were greatly distressed, and each one began to ask him, "It is not me, is it, Lord?"
ସେଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହୋଇ ପ୍ରତ୍ୟେକେ ତାହାଙ୍କୁ ପଚାରିବାକୁ ଲାଗିଲେ, ପ୍ରଭୁ, ସେ କଅଣ ମୁଁ?
23 He answered, "He who dipped his hand with me in the dish, the same will betray me.
ସେ ଉତ୍ତର ଦେଲେ, “ଯେ ମୋ ସହିତ ପାତ୍ରରେ ହାତ ବୁଡ଼ାଇଲା, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।
24 The Son of Man goes, even as it is written of him, but woe to that man through whom the Son of Man is betrayed. It would be better for that man if he had not been born."
ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”
25 Judas, who betrayed him, answered, "It is not me, is it, Rabbi?" He said to him, "You said it."
ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କଅଣ ମୁଁ? ସେ ତାହାକୁ କହିଲେ, “ତୁମ୍ଭେ କହିଅଛ।”
26 As they were eating, Jesus took bread, gave thanks for it, and broke it. He gave to the disciples, and said, "Take, eat; this is my body."
ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ନେଇ ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, “ନିଅ, ଭୋଜନ କର, ଏହା ମୋହର ଶରୀର।”
27 He took a cup, gave thanks, and gave to them, saying, "All of you drink it,
ପୁଣି, ସେ ପାନପାତ୍ର ନେଇ ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ,
28 for this is my blood of the new covenant, which is poured out for many for the forgiveness of sins.
“ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।
29 But I tell you that I will not drink of this fruit of the vine from now on, until that day when I drink it anew with you in my Father's Kingdom."
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ।”
30 When they had sung the hymn, they went out to the Mount of Olives.
ପୁଣି, ସେମାନେ ସ୍ତବଗାନ କଲା ପରେ ଜୀତପର୍ବତକୁ ବାହାରିଗଲେ।
31 Then Jesus said to them, "All of you will be made to stumble because of me tonight, for it is written, 'I will strike the shepherd, and the sheep of the flock will be scattered.'
ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋʼଠାରେ ବିଘ୍ନ ପାଇବ, କାରଣ ଲେଖାଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।
32 But after I am raised up, I will go before you into Galilee."
ମାତ୍ର ମୁଁ ଉଠିବା ପରେ ତୁମ୍ଭମାନଙ୍କ ଆଗେ ଆଗେ ଗାଲିଲୀକୁ ଯିବି।”
33 But Peter answered him, "Even if all will be made to stumble because of you, I will never be made to stumble."
କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ।
34 Jesus said to him, "Truly I tell you that tonight, before the rooster crows, you will deny me three times."
ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଏହି ରାତିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”
35 Peter said to him, "Even if I must die with you, I will not deny you." All of the disciples also said likewise.
ପିତର ତାହାଙ୍କୁ କହିଲେ, ଯଦ୍ୟପି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ସମସ୍ତ ଶିଷ୍ୟ ମଧ୍ୟ ସେହି ପ୍ରକାରେ କହିଲେ।
36 Then Jesus came with them to a place called Gethsemane, and said to his disciples, "Sit here, while I go there and pray."
ଏହାପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଗେଥ୍‌ଶିମାନୀ ନାମକ ଗୋଟିଏ ସ୍ଥାନକୁ ଯାଇ ସେମାନଙ୍କୁ କହିଲେ, “ମୁଁ ସେଠାକୁ ଯାଇ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ।”
37 He took with him Peter and the two sons of Zebedee, and began to be sorrowful and severely troubled.
ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ।
38 Then he said to them, "My soul is exceedingly sorrowful, even to death. Stay here, and watch with me."
ସେତେବେଳେ ସେ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ।”
39 He went forward a little, fell on his face, and prayed, saying, "My Father, if it is possible, let this cup pass away from me; nevertheless, not what I desire, but what you desire."
ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, “ହେ ମୋହର ପିତା, ଯଦି ହୋଇପାରେ, ତେବେ ଏହି ଦୁଃଖର ପାତ୍ର ମୋʼଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।”
40 He came to the disciples, and found them sleeping, and said to Peter, "What, could you not watch with me for one hour?
ଆଉ, ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, “ତୁମ୍ଭେମାନେ କି ମୋ ସାଙ୍ଗରେ ଅଳ୍ପ ସମୟ ହେଲେ ଜାଗି ପାରିଲ ନାହିଁ?
41 Watch and pray, that you do not enter into temptation. The spirit indeed is willing, but the flesh is weak."
ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।”
42 Again, a second time he went away, and prayed, saying, "My Father, if this cannot pass away unless I drink it, your desire be done."
ପୁଣି, ଥରେ ସେ ଦ୍ୱିତୀୟ ଥର ଯାଇ ପ୍ରାର୍ଥନା କରି କହିଲେ, “ହେ ମୋହର ପିତା, ପାନ ନ କଲେ ଏହି ପାତ୍ର ଯଦି ମୋʼଠାରୁ ଦୂର ହୋଇ ନ ପାରେ, ତେବେ ତୁମ୍ଭର ଇଚ୍ଛା ସଫଳ ହେଉ।”
43 He came again and found them sleeping, for their eyes were heavy.
ପୁଣି, ସେ ଆସି ପୁନର୍ବାର ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କର ଆଖି ମାଡ଼ିପଡ଼ୁଥିଲା।
44 He left them again, went away, and prayed a third time, saying the same words.
ସେଥିରେ ସେ ସେମାନଙ୍କୁ ପରିତ୍ୟାଗ କରି ପୁଣି, ଥରେ ଯାଇ ଆଉ ଥରେ ସେହି କଥା କହି ତୃତୀୟ ଥର ପ୍ରାର୍ଥନା କଲେ।
45 Then he came to the disciples, and said to them, "Sleep on now, and take your rest. Look, the hour is near, and the Son of Man is betrayed into the hands of sinners.
ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଅଳ୍ପ ସମୟ ଶୋଇ କରି ବିଶ୍ରାମ କର, ଦେଖ, ସେହି ସମୟ ସନ୍ନିକଟ ହେଲାଣି, ପୁଣି, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।
46 Arise, let us be going. Look, he who betrays me is near."
ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।”
47 While he was still speaking, look, Judas, one of the twelve, came, and with him a large crowd with swords and clubs, from the chief priests and elders of the people.
ସେ କଥା କହୁଥିବା ସମୟରେ, ଦେଖ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗଙ୍କଠାରୁ ପ୍ରେରିତ ବହୁସଂଖ୍ୟକ ଲୋକ ଖଡ୍ଗ ଓ ଯଷ୍ଟି ଧରି ଆସିଲେ।
48 Now he who betrayed him gave them a sign, saying, "Whoever I kiss, he is the one. Seize him."
ଆଉ, ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି, ତାହାଙ୍କୁ ଧରିବ।
49 Immediately he came to Jesus, and said, "Greetings, Rabbi." and kissed him.
ଆଉ, ସେ ସେହିକ୍ଷଣି ଯୀଶୁଙ୍କ ନିକଟକୁ ଆସି, ହେ ଗୁରୁ, ନମସ୍କାର, ଏହା କହି ତାହାଙ୍କୁ ବହୁତ ଚୁମ୍ବନ କଲା।
50 Jesus said to him, "Friend, why are you here?" Then they came and laid hands on Jesus, and took him.
କିନ୍ତୁ ଯୀଶୁ ତାହାକୁ କହିଲେ, “ହେ ବନ୍ଧୁ, ଯାହା କରିବା ନିମନ୍ତେ ଆସିଅଛ, ତାହା କର।” ସେଥିରେ ସେମାନେ ପାଖକୁ ଆସି ଯୀଶୁଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ।
51 And look, one of those who were with Jesus stretched out his hand, and drew his sword, and struck the servant of the high priest, and struck off his ear.
ଆଉ ଦେଖ, ଯୀଶୁଙ୍କ ସାଙ୍ଗରେ ଥିବା ଲୋକଙ୍କ ମଧ୍ୟରୁ ଜଣେ ହାତ ବଢ଼ାଇ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କର ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ।
52 Then Jesus said to him, "Put your sword back into its place, for all those who take the sword will die by the sword.
ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭର ଖଡ୍ଗ ପୁଣି, ଥରେ ଆପଣା ସ୍ଥାନରେ ରଖ, କାରଣ ଯେଉଁମାନେ ଖଡ୍ଗ ଧାରଣ କରନ୍ତି, ସେ ସମସ୍ତେ ଖଡ୍ଗ ଦ୍ୱାରା ବିନଷ୍ଟ ହେବେ।
53 Or do you think that I could not ask my Father, and he would even now send me more than twelve legions of angels?
ଅଥବା ତୁମ୍ଭେ କଅଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରିପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ?
54 How then would the Scriptures be fulfilled that it must be so?"
ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ?”
55 In that hour Jesus said to the crowds, "Have you come out as against a robber with swords and clubs to seize me? I sat daily in the temple teaching, and you did not arrest me.
ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ନେଇ ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ;
56 But all this has happened, that the Scriptures of the prophets might be fulfilled." Then all the disciples left him, and fled.
ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି।” ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।
57 Those who had taken Jesus led him away to Caiaphas the high priest, where the scribes and the elders were gathered together.
ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ନେଇଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ।
58 But Peter followed him from a distance, to the court of the high priest, and entered in and sat with the officers, to see the end.
କିନ୍ତୁ ପିତର ଦୂରରେ ରହି ମହାଯାଜକଙ୍କ ପ୍ରାଙ୍ଗଣ ପର୍ଯ୍ୟନ୍ତ ତାହାଙ୍କ ପଛେ ପଛେ ଗଲେ, ଆଉ ଶେଷରେ କଅଣ ଘଟିବ, ତାହା ଦେଖିବା ନିମନ୍ତେ ସେ ଭିତରକୁ ଯାଇ ପଦାତିକମାନଙ୍କ ସହିତ ବସି ରହିଲେ।
59 Now the chief priests and the whole council sought false testimony against Jesus so they could put him to death;
ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଖୋଜିବାକୁ ଲାଗିଲେ,
60 and they found none, even though many false witnesses came forward. But afterward two came forward,
ଆଉ ଅନେକ ମିଥ୍ୟା ସାକ୍ଷୀ ବାହାରିଲେ ସୁଦ୍ଧା ସେମାନେ କିଛି ପାଇଲେ ନାହିଁ। ଶେଷରେ ଦୁଇ ଜଣ ବାହାରି କହିଲେ,
61 and said, "This man said, 'I am able to destroy the temple of God, and to build it in three days.'"
ଏହି ଲୋକଟା କହିଥିଲା, ମୁଁ ଈଶ୍ବରଙ୍କ ମନ୍ଦିରକୁ ଭାଙ୍ଗି ତାହା ତିନି ଦିନ ମଧ୍ୟରେ ତୋଳି ଦେଇ ପାରେ।
62 The high priest stood up, and said to him, "Have you no answer? What is this that these testify against you?"
ସେଥିରେ ମହାଯାଜକ ଉଠି ତାହାଙ୍କୁ କହିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ଏହା କଅଣ?
63 But Jesus held his peace. The high priest answered him, "I adjure you by the living God, that you tell us whether you are the Messiah, the Son of God."
କିନ୍ତୁ ଯୀଶୁ ମୌନ ହୋଇ ରହିଲେ। ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ବରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ?
64 Jesus said to him, "You have said it. Nevertheless, I tell you, after this you will see the Son of Man sitting at the right hand of Power, and coming on the clouds of the sky."
ଯୀଶୁ ତାହାଙ୍କୁ କହିଲେ, “ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।”
65 Then the high priest tore his clothing, saying, "He has spoken blasphemy. Why do we need any more witnesses? See, now you have heard his blasphemy.
ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ବର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ଆବଶ୍ୟକ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ବର ନିନ୍ଦା ଶୁଣିଲେ,
66 What do you think?" They answered, "He is worthy of death."
ଆପଣମାନଙ୍କର ମତ କଅଣ? ଏଥିରେ ସେମାନେ ଉତ୍ତର ଦେଲେ, ସେ ପ୍ରାଣଦଣ୍ଡର ଯୋଗ୍ୟ।
67 Then they spit in his face and beat him with their fists, and some slapped him,
ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ,
68 saying, "Prophesy to us, you Messiah. Who hit you?"
ରେ ଖ୍ରୀଷ୍ଟ, ତୁ ପରା ଭାବବାଦୀ, ଆମ୍ଭମାନଙ୍କୁ କହ ତ, କିଏ ତୋତେ ମାଇଲା?
69 Now Peter was sitting outside in the courtyard, and a servant girl came to him, saying, "You were also with Jesus, the Galilean."
ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ।
70 But he denied it before them all, saying, "I do not know what you are talking about."
କିନ୍ତୁ ସେ ସମସ୍ତଙ୍କ ଆଗରେ ଅସ୍ୱୀକାର କରି କହିଲେ, ତୁମ୍ଭେ କଅଣ କହୁଅଛ, ମୁଁ ଜାଣେ ନାହିଁ।
71 And when he had gone out onto the porch, another girl saw him, and said to those who were there, "This man also was with Jesus the Nazorean."
ପୁଣି, ସେ ଦାଣ୍ଡଦ୍ୱାରକୁ ବାହାରି ଯାଆନ୍ତେ ଆଉ ଜଣେ ଦାସୀ ତାହାଙ୍କୁ ଦେଖି ସେହି ସ୍ଥାନର ଲୋକମାନଙ୍କୁ କହିଲା, ଏ ନାଜରିତୀୟ ଯୀଶୁ ସାଙ୍ଗରେ ଥିଲା।
72 Again he denied it with an oath, "I do not know the man."
ପୁଣି, ସେ ଶପଥ ନେଇ ପୁନର୍ବାର ଅସ୍ୱୀକାର କରି କହିଲେ, ମୁଁ ସେ ଲୋକକୁ ଜାଣେ ନାହିଁ।
73 After a little while those who stood by came and said to Peter, "Surely you are also one of them, for your accent makes you known."
ଅଳ୍ପ କ୍ଷଣ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ତୁମ୍ଭେ ମଧ୍ୟ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭ କଥାରୁ ତ ଜଣାପଡ଼ୁଅଛି।
74 Then he began to curse and to swear, "I do not know the man." Immediately the rooster crowed.
ସେଥିରେ ସେ ଅଭିଶାପ ଦେଇ ରାଣ ପକାଇ କହିବାକୁ ଲାଗିଲେ, ମୁଁ ସେ ଲୋକକୁ ଜାଣେ ନାହିଁ।
75 Peter remembered the word which Jesus had said, "Before the rooster crows, you will deny me three times." He went out and wept bitterly.
ସେହିକ୍ଷଣି କୁକୁଡ଼ା ରାବିଲା। ଏଥିରେ “କୁକୁଡ଼ା ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ।

< Matthew 26 >