< Revelation 6 >

1 I saw when the Lamb opened one of the seven seals, and I heard one of the four living creatures saying, as with a voice of thunder, "Come."
ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣକୁ ବଜ୍ର ପରି ସ୍ୱରରେ ଏହା କହୁଥିବା ଶୁଣିଲି, ଆସ।
2 And I looked, and suddenly there was a white horse, and he who sat on it had a bow. A crown was given to him, and he came forth conquering, and to conquer.
ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ୱ, ପୁଣି, ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦିଆ ହେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ।
3 When he opened the second seal, I heard the second living creature saying, "Come."
ମେଷଶାବକ ଯେତେବେଳେ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ୱିତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ।
4 Another came forth, a fiery red horse. To him who sat on it was given power to take peace from the earth, and that they should kill one another. There was given to him a great sword.
ସେଥିରେ ଆଉ ଗୋଟିଏ ଅଶ୍ୱ ବାହାରି ଆସିଲା, ତାହା ଲୋହିତବର୍ଣ୍ଣ; ଲୋକେ ଯେପରି ପରସ୍ପରକୁ ହତ୍ୟା କରନ୍ତି, ଏଥିନିମନ୍ତେ ପୃଥିବୀରୁ ଶାନ୍ତି ଦୂର କରିବା ନିମନ୍ତେ ତାହାର ଆରୋହୀକୁ କ୍ଷମତା ଦିଆଗଲା, ପୁଣି, ତାହାକୁ ଗୋଟିଏ ବୃହତ୍ ଖଡ୍ଗ ଦିଆଗଲା।
5 When he opened the third seal, I heard the third living creature saying, "Come." And I saw, and suddenly there was a black horse and he who sat on it had a balance in his hand.
ମେଷଶାବକ ଯେତେବେଳେ ତୃତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ତୃତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ ଏବଂ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ କଳା ରଙ୍ଗର ଅଶ୍ୱ, ପୁଣି, ତାହାର ଆରୋହୀର ହସ୍ତରେ ଗୋଟିଏ ତରାଜୁ।
6 I heard something like a voice in the midst of the four living creatures saying, "A choenix of wheat for a denarius, and three choenixes of barley for a denarius. Do not damage the oil and the wine."
ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ୱର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ।
7 When he opened the fourth seal, I heard the fourth living creature saying, "Come."
ମେଷଶାବକ ଯେତେବେଳେ ଚତୁର୍ଥ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଚତୁର୍ଥ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ।
8 And I looked, and suddenly there was a pale horse, and he who sat on it, his name was Death. Hell followed with him. Authority over one fourth of the earth, to kill with the sword, with famine, with death, and by the wild animals of the earth was given to him. (Hadēs g86)
ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ଡୁ‌ ବର୍ଣ୍ଣ ଅଶ୍ୱ, ତାହାର ଆରୋହୀ ନାମ ମୃତ୍ୟୁ, ପୁଣି, ପାତାଳ ତାହାର ପଶ୍ଚାଦ୍‍ଗମନ କରୁଥିଲା; ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟ-ପଶୁମାନଙ୍କ ଦ୍ୱାରା ବିନାଶ କରିବାକୁ ପୃଥିବୀର ଚାରି ଭାଗ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା। (Hadēs g86)
9 When he opened the fifth seal, I saw underneath the altar the souls of people who had been killed for the Word of God, and for the testimony which they had.
ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।
10 They called out with a loud voice, saying, "How long, Master, the holy and true, until you judge and avenge our blood on those who dwell on the earth?"
ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?
11 A long white robe was given to each of them. They were told that they should rest yet for a little longer, until their fellow servants and their brothers, who would also be killed even as they were, should complete their course.
ସେଥିରେ ସେମାନଙ୍କର ପ୍ରତ୍ୟେକ ଜଣକୁ ଧଳା ବସ୍ତ୍ର ଦିଆଗଲା, ପୁଣି, ସେମାନଙ୍କର ଯେଉଁ ସହଦାସ ଓ ଭ୍ରାତୃଗଣ ସେମାନଙ୍କ ପରି ମଧ୍ୟ ବଧ କରାଯିବେ, ସେମାନଙ୍କ ସଂଖ୍ୟା ପୂର୍ଣ୍ଣ ନ ହେବା ଯାଏ ଆଉ କିଛି କାଳ ବିଶ୍ରାମ କରିବାକୁ ସେମାନଙ୍କୁ କୁହାଗଲା।
12 I saw when he opened the sixth seal, and there was a great earthquake. The sun became black as sackcloth made of hair, and the whole moon became as blood.
ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଚଟବସ୍ତ୍ର ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ପରି ହେଲା,
13 The stars of the sky fell to the earth, like a fig tree dropping its unripe figs when it is shaken by a great wind.
ପ୍ରବଳ ବାୟୁ ଆଘାତରେ ଡିମ୍ବିରିବୃକ୍ଷରୁ ଯେପରି ଅପକ୍ୱ ଫଳସବୁ ପତିତ ହୁଏ, ସେହିପରି ଆକାଶର ନକ୍ଷତ୍ରସବୁ ପୃଥିବୀରେ ପତିତ ହେଲେ,
14 The sky was removed like a scroll when it is rolled up. Every mountain and island were moved out of their places.
ଆକାଶମଣ୍ଡଳ ଚର୍ମପୁସ୍ତକ ଗୁଡ଼ା ହେଲା ପରି ଗୁଡ଼ା ହୋଇ ଦୂରୀଭୂତ ହେଲା, ପୁଣି, ପର୍ବତ ଓ ଦ୍ୱୀପ ସମସ୍ତ ସ୍ଥାନାନ୍ତରିତ ହେଲେ।
15 The kings of the earth, the princes, the commanding officers, the rich, the strong, and every slave and free person, hid themselves in the caves and in the rocks of the mountains.
ଆଉ ପୃଥିବୀର ରାଜାମାନେ, ପାତ୍ର-ମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧୀନ ଓ ସ୍ୱାଧୀନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,
16 They told the mountains and the rocks, "Fall on us, and hide us from the face of him who sits on the throne, and from the wrath of the Lamb,
ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,
17 for the great day of their wrath has come; and who is able to stand?"
କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି ଆଉ କିଏ ଠିଆ ହୋଇପାରେ?

< Revelation 6 >