< Psalms 71 >

1 In you, LORD, I take refuge. Never let me be disappointed.
ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ।
2 Deliver me in your righteousness, and rescue me. Turn your ear to me, and save me.
ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋʼ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର।
3 Be to me a rock of refuge to which I may always go. Give the command to save me, for you are my rock and my fortress.
ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ।
4 Rescue me, my God, from the hand of the wicked, from the hand of the unrighteous and cruel man.
ହେ ମୋହର ପରମେଶ୍ୱର, ଦୁଷ୍ଟ ଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର।
5 For you are my hope, LORD; my confidence from my youth.
କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି।
6 I have relied on you from the womb. From my mother's womb you are my strength. I will always praise you.
ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ।
7 I am a marvel to many, but you are my strong refuge.
ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ।
8 My mouth shall be filled with your praise, with your honor all the day.
ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ।
9 Do not reject me in my old age. Do not forsake me when my strength fails.
ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ।
10 For my enemies talk about me. Those who watch for my soul conspire together,
କାରଣ ମୋହର ଶତ୍ରୁଗଣ ମୋʼ ବିଷୟରେ କଥା କହନ୍ତି ଓ ମୋʼ ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ,
11 saying, "God has forsaken him. Pursue and take him, for no one will rescue him."
ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ।
12 God, do not be far from me. My God, hurry to help me.
ହେ ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।
13 Let my accusers be put to shame and consumed. Let them be covered with disgrace and scorn who want to harm me.
ମୋʼ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ।
14 But I will always hope, and will add to all of your praise.
ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି, ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି।
15 My mouth will tell about your righteousness, and of your salvation all day, though I do not know its full measure.
ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।
16 I will come with the mighty acts of the Lord GOD. I will make mention of your righteousness, even of yours alone.
ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି। ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି।
17 God, you have taught me from my youth. Until now, I have declared your wondrous works.
ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ପ୍ରଚାର କରିଅଛି।
18 Yes, even when I am old and gray-haired, God, do not forsake me, until I have declared your strength to the next generation, your might to everyone who is to come.
ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁ ବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।
19 Your righteousness also, God, reaches to the heavens; you have done great things. God, who is like you?
ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି?
20 You, who have shown us many and bitter troubles, you will let me live. You will bring us up again from the depths of the earth.
ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।
21 Increase my honor, and comfort me again.
ତୁମ୍ଭେ ମୋହର ମହତ୍ତ୍ୱ ବଢ଼ାଅ ଓ ଫେରି ମୋତେ ସାନ୍ତ୍ୱନା ଦିଅ।
22 I will also praise you with the harp for your faithfulness, my God. I sing praises to you with the lyre, Holy One of Israel.
ହେ ମୋହର ପରମେଶ୍ୱର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, ଅର୍ଥାତ୍‍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମସ୍ୱରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
23 My lips shall shout for joy. My soul, which you have redeemed, sings praises to you.
ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ।
24 My tongue will also talk about your righteousness all day long, for they are disappointed, and they are confounded, who want to harm me.
ମୋହର ଜିହ୍ୱା ମଧ୍ୟ ସାରାଦିନ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି।

< Psalms 71 >