< Luke 14 >

1 And it happened, when he went into the house of one of the rulers of the Pharisees on a Sabbath to eat bread, that they were watching him.
ଥରେ ସେ ବିଶ୍ରାମବାର ଦିନରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ।
2 And look, a certain man who had dropsy was in front of him.
ଆଉ ଦେଖ, ତାହାଙ୍କ ସମ୍ମୁଖରେ ଜଣେ ଜଳୋଦର ରୋଗରେ ପୀଡ଼ିତ ଲୋକ ଥିଲେ।
3 Jesus, answering, spoke to the Law scholars and Pharisees, saying, "Is it lawful to heal on the Sabbath or not?"
ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, “ବିଶ୍ରାମବାର ଦିନରେ ସୁସ୍ଥ କରିବା ବିଧିସଙ୍ଗତ କି ନୁହେଁ? କିନ୍ତୁ ସେମାନେ ନୀରବ ରହିଲେ।”
4 But they were silent. He took him, and healed him, and let him go.
ପୁଣି, ସେ ତାହାକୁ ଧରି ସୁସ୍ଥ କଲେ ଓ ବିଦାୟ ଦେଲେ।
5 He answered them, "Which of you, if your son or an ox fell into a well, would not immediately pull him out on a Sabbath day?"
ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ମଧ୍ୟରୁ କେହି ଆପଣା ପୁଅ ବା ବଳଦ କୂଅରେ ପଡ଼ିଲେ କଅଣ ତାହାକୁ ବିଶ୍ରାମବାର ଦିନରେ ସେହିକ୍ଷଣି ଉଠାଇବ ନାହିଁ?”
6 But they could make no reply to this.
ଆଉ ସେମାନେ ଏହି ସମସ୍ତ କଥାର କୌଣସି ଉତ୍ତର ଦେଇ ପାରିଲେ ନାହିଁ।
7 He spoke a parable to those who were invited, when he noticed how they chose the best seats, and said to them,
ପୁଣି, ନିମନ୍ତ୍ରିତ ଲୋକମାନେ କେମିତି ପ୍ରଧାନ ପ୍ରଧାନ ଆସନ ବାଛୁଥିଲେ, ଏହା ଲକ୍ଷ୍ୟ କରି ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ,
8 "When you are invited by anyone to a marriage feast, do not sit in the best seat, since perhaps someone more honorable than you might be invited by him,
“ଯେତେବେଳେ ତୁମ୍ଭେ କୌଣସି ଲୋକ ଦ୍ୱାରା ବିବାହ ଭୋଜକୁ ନିମନ୍ତ୍ରିତ ହୁଅ, ସେତେବେଳେ ପ୍ରଧାନ ଆସନରେ ବସ ନାହିଁ, କାଳେ ତୁମ୍ଭଠାରୁ ଅଧିକ ମାନ୍ୟଗଣ୍ୟ ବ୍ୟକ୍ତି ତାହାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଥିବେ,
9 and he who invited both of you would come and tell you, 'Make room for this person.' Then you would begin, with shame, to take the lowest place.
ଆଉ ଯେ ତୁମ୍ଭକୁ ଓ ତାହାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ‘ଏହାଙ୍କୁ ସ୍ଥାନ ଦିଅ;’ ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ।
10 But when you are invited, go and sit in the lowest place, so that when he who invited you comes, he may tell you, 'Friend, move up higher.' Then you will be honored in the presence of all who sit at the table with you.
କିନ୍ତୁ ଯେତେବେଳେ ତୁମ୍ଭେ ନିମନ୍ତ୍ରିତ ହୁଅ, ସେତେବେଳେ ଯାଇ ନିମ୍ନତମ ସ୍ଥାନରେ ବସ, ଯେପରି ତୁମ୍ଭର ନିମନ୍ତ୍ରଣକାରୀ ବ୍ୟକ୍ତି ଆସି ତୁମ୍ଭକୁ କହିବେ, ‘ହେ ବନ୍ଧୁ, ଉଚ୍ଚତର ସ୍ଥାନକୁ ଆସ;’ ସେତେବେଳେ ତୁମ୍ଭ ସହିତ ଭୋଜନରେ ବସୁଥିବା ସମସ୍ତ ଲୋକଙ୍କ ଆଗରେ ତୁମ୍ଭର ଗୌରବ ହେବ।
11 For everyone who exalts himself will be humbled, and whoever humbles himself will be exalted."
କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”
12 He also said to the one who had invited him, "When you make a dinner or a supper, do not call your friends, nor your brothers, nor your kinsmen, nor rich neighbors, or perhaps they might also return the favor, and pay you back.
ପୁଣି, ସେ ଆପଣା ନିମନ୍ତ୍ରଣକାରୀଙ୍କୁ ମଧ୍ୟ କହିଲେ, “ଦିବସ ବା ରାତ୍ରିରେ ଭୋଜି ଦେଲେ ଆପଣା ବନ୍ଧୁ କି ଭାଇ କି ଆତ୍ମୀୟ କି ଧନୀ ପ୍ରତିବାସୀମାନଙ୍କୁ ନିମନ୍ତ୍ରଣ କର ନାହିଁ, କାଳେ ସେମାନେ ମଧ୍ୟ ଫେରି ତୁମ୍ଭକୁ ନିମନ୍ତ୍ରଣ କରିବେ ଓ ତୁମ୍ଭେ ପ୍ରତିଦାନ ପାଇବ।
13 But when you make a feast, ask the poor, the maimed, the lame, or the blind;
କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର;
14 and you will be blessed, because they do not have the resources to repay you. For you will be repaid in the resurrection of the righteous."
ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।”
15 Now when one of those who were reclining with him heard these things, he said to him, "Blessed is he who will eat bread in the Kingdom of God."
ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ବରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ।
16 But he said to him, "A certain man made a great supper, and he invited many people.
କିନ୍ତୁ ସେ ତାହାଙ୍କୁ କହିଲେ, “ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ;
17 And he sent his servant at the hour for supper to tell those who were invited, 'Come, for everything is ready now.'
ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ‘ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି।’
18 They all as one began to make excuses. "The first said to him, 'I have bought a field, and I must go and see it. Please have me excused.'
କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ। ପ୍ରଥମ ଜଣ ତାହାକୁ କହିଲେ, ‘ମୁଁ ଖଣ୍ଡେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।’
19 "Another said, 'I have bought five yoke of oxen, and I must go try them out. Please have me excused.'
ଆଉ ଜଣେ କହିଲା, ମୁଁ ପାଞ୍ଚ ହଳ ବଳଦ କିଣିଅଛି, ଆଉ ମୁଁ ସେମାନଙ୍କୁ ପରୀକ୍ଷା କରିବାକୁ ଯାଉଅଛି; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।
20 "Another said, 'I have married a wife, and therefore I cannot come.'
ଅନ୍ୟ ଜଣେ କହିଲା, ‘ମୁଁ ବିବାହ କରିଅଛି, ତେଣୁ ଯାଇ ପାରୁ ନାହିଁ।’
21 "That servant came, and told his lord these things. Then the master of the house, being angry, said to his servant, 'Go out quickly into the streets and lanes of the city, and bring in the poor, maimed, blind, and lame.'
ପୁଣି, ସେହି ଦାସ ଆସି ଆପଣା ପ୍ରଭୁଙ୍କୁ ସେହିସବୁ ଜଣାଇଲା। ସେଥିରେ ଗୃହକର୍ତ୍ତା ରାଗିଯାଇ ଆପଣା ଦାସକୁ କହିଲେ, ‘ଶୀଘ୍ର ନଗରର ଦାଣ୍ଡ ଓ ଗଳିଗୁଡ଼ିକୁ ଯାଇ ଦରିଦ୍ର, ପଙ୍ଗୁ, ଅନ୍ଧ ଓ ଖଞ୍ଜମାନଙ୍କୁ ଏଠାକୁ ନେଇଆସ।’
22 "The servant said, 'Lord, it is done as you commanded, and there is still room.'
ପରେ ସେହି ଦାସ କହିଲା, ହେ ପ୍ରଭୁ, ଆପଣଙ୍କ ଆଦେଶ ଅନୁସାରେ କରାଯାଇଅଛି, ତଥାପି ଆହୁରି ସ୍ଥାନ ଅଛି।
23 "The lord said to the servant, 'Go out into the highways and hedges, and compel them to come in, that my house may be filled.
ସେଥିରେ ପ୍ରଭୁ ସେହି ଦାସକୁ କହିଲେ, ‘ରାଜଦାଣ୍ଡ ଓ ବାଡ଼ ଆଡ଼କୁ ଯାଇ ଲୋକମାନଙ୍କୁ ଆସିବା ପାଇଁ କୁହ, ଯେପରି ମୋହର ଗୃହ ପୂର୍ଣ୍ଣ ହୁଏ।’
24 For I tell you that none of those individuals who were invited will taste of my supper.'"
ଯେଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ନିମନ୍ତ୍ରିତ ଲୋକମାନଙ୍କ ମଧ୍ୟରୁ କେହି ମୋହର ଭୋଜର ଆସ୍ୱାଦ ପାଇବ ନାହିଁ।”
25 Now large crowds were going with him. He turned and said to them,
ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ଯାଉଥିଲେ, ଆଉ ସେ ବୁଲିପଡ଼ି ସେମାନଙ୍କୁ କହିଲେ,
26 "If anyone comes to me, and does not hate his own father, mother, wife, children, brothers, and sisters, yes, and his own life also, he cannot be my disciple.
“କେହି ଯେବେ ମୋʼ ପାଖକୁ ଆସି ନିଜର ପିତା, ମାତା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ମୋʼଠାରୁ ଅଧିକ ପ୍ରିୟ ମନେ କରେ, ତେବେ ସେ ମୋହର ଶିଷ୍ୟ ହୋଇପାରେ ନାହିଁ।
27 Whoever does not bear his own cross, and come after me, cannot be my disciple.
ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।
28 For which of you, desiring to build a tower, does not first sit down and count the cost, to see if he has enough to complete it?
କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀ-ଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ?
29 Or perhaps, when he has laid a foundation, and is not able to finish, everyone who sees begins to mock him,
କାଳେ ସେ ମୂଳଦୁଆ ପଥର ବସାଇ ଶେଷ କରି ନ ପାରିଲେ, ଯେତେ ଲୋକ ତାହା ଦେଖିବେ, ସମସ୍ତେ ତାହାକୁ ପରିହାସ କରି କହିବାକୁ ଲାଗିବେ,
30 saying, 'This man began to build, and was not able to finish.'
ଏ ଲୋକଟା ତିଆରି କରିବାକୁ ଆରମ୍ଭ କରି ଶେଷ କରିପାରିଲା ନାହିଁ।
31 Or what king, as he goes to encounter another king in war, will not sit down first and consider whether he is able with ten thousand to meet him who comes against him with twenty thousand?
କିମ୍ବା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାହାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶ ହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ?
32 Or else, while the other is yet a great way off, he sends an envoy, and asks for conditions of peace.
ଯଦି ପାରନ୍ତି ନାହିଁ, ତେବେ ଅନ୍ୟ ରାଜା ଦୂରରେ ଥାଉ ଥାଉ ସେ ଦୂତ ପଠାଇ ସନ୍ଧି ପ୍ରାର୍ଥନା କରନ୍ତି।
33 So therefore whoever of you who does not renounce all that he has, he cannot be my disciple.
ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।”
34 Salt is good, but if the salt becomes flat and tasteless, with what do you season it?
“ଲବଣ ତ ଉତ୍ତମ; କିନ୍ତୁ ଲବଣ ମଧ୍ୟ ଯଦି ସ୍ୱାଦ ଦିଏ ନାହିଁ, ତେବେ ତାହା କାହିଁରେ ସ୍ୱାଦଯୁକ୍ତ କରାଯିବ?
35 It is fit neither for the soil nor for the manure pile. It is thrown out. He who has ears to hear, let him hear."
ତାହା ଭୂମି କିମ୍ବା ଖତଗଦା ନିମନ୍ତେ ଯୋଗ୍ୟ ନୁହେଁ; ଲୋକେ ତାହା ବାହାରେ ଫୋପାଡ଼ି ଦିଅନ୍ତି। ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”

< Luke 14 >