< Ezekiel 7 >

1 Moreover the word of the LORD came unto me, saying,
ଆହୁରି, ସଦାପ୍ରଭୁଙ୍କ ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
2 And thou, son of man, thus saith the Lord GOD unto the land of Israel, An end: the end is come upon the four corners of the land.
“ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଇସ୍ରାଏଲ ଦେଶ ପ୍ରତି କହନ୍ତି; ଅନ୍ତିମକାଳ, ଦେଶର ଚାରି କୋଣରେ ଅନ୍ତିମକାଳ ଉପସ୍ଥିତ ହୋଇଅଛି।
3 Now is the end upon thee, and I will send mine anger upon thee, and will judge thee according to thy ways; and I will bring upon thee all thine abominations.
ଏବେ ତୁମ୍ଭର ଅନ୍ତିମକାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ପ୍ରେରଣ କରିବା ଓ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।
4 And mine eye shall not spare thee, neither will I have pity: but I will bring thy ways upon thee, and thine abominations shall be in the midst of thee: and ye shall know that I am the LORD.
ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
5 Thus saith the Lord GOD: An evil, an only evil; behold, it cometh.
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଅମଙ୍ଗଳ ହିଁ ଅମଙ୍ଗଳ; ଦେଖ, ତାହା ଆସୁଅଛି।
6 An end is come, the end is come, it awaketh against thee; behold, it cometh.
ଅନ୍ତିମକାଳ ଉପସ୍ଥିତ, ସେହି ଅନ୍ତିମକାଳ ଉପସ୍ଥିତ, ତାହା ତୁମ୍ଭ ବିରୁଦ୍ଧରେ ଜାଗି ଉଠୁଅଛି; ଦେଖ, ତାହା ଆସୁଅଛି।
7 Thy doom is come unto thee, O inhabitant of the land: the time is come, the day is near; [a day of] tumult, and not [of] joyful shouting, upon the mountains.
ହେ ଦେଶ ନିବାସୀ ଲୋକ, ତୁମ୍ଭର ଶେଷ ବିଚାରାଜ୍ଞା ଉପସ୍ଥିତ, ସେହି ସମୟ ଉପସ୍ଥିତ, ସେହି ଦିନ ସନ୍ନିକଟ; ତାହା କୋଳାହଳର ଦିନ ଓ ପର୍ବତଗଣ ଉପରେ ଆନନ୍ଦ ଧ୍ୱନିର ଦିନ ନୁହେଁ।
8 Now will I shortly pour out my fury upon thee, and accomplish mine anger against thee, and will judge thee according to thy ways; and I will bring upon thee all thine abominations.
ଏବେ ଆମ୍ଭେ ଅବିଳମ୍ବରେ ଆମ୍ଭର କୋପ ତୁମ୍ଭ ଉପରେ ଢାଳି ଦେବା ଓ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ସଫଳ କରିବା, ଆଉ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା; ଆମ୍ଭେ ତୁମ୍ଭର ଘୃଣାଯୋଗ୍ୟ ସକଳ କ୍ରିୟାର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।
9 And mine eye shall not spare, neither will I have pity: I will bring upon thee according to thy ways, and thine abominations shall be in the midst of thee; and ye shall know that I the LORD do smite.
ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ।
10 Behold, the day, behold, it cometh: thy doom is gone forth; the rod hath blossomed, pride hath budded.
ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି।
11 Violence is risen up into a rod of wickedness; none of them [shall remain], nor of their multitude, nor of their wealth: neither shall there be eminency among them.
ଦୌରାତ୍ମ୍ୟ ବଢ଼ି ଉଠି ଦୁଷ୍ଟତାରୂପ ଯଷ୍ଟି ହୋଇଅଛି; ସେମାନଙ୍କର କେହି କିଅବା ସେମାନଙ୍କର ଲୋକସମୂହ କିଅବା ସେମାନଙ୍କର ଧନ ରହିବ ନାହିଁ; ଅଥବା ସେମାନଙ୍କ ମଧ୍ୟରେ ଶ୍ରେଷ୍ଠତା ରହିବ ନାହିଁ।
12 The time is come, the day draweth near: let not the buyer rejoice, nor the seller mourn: for wrath is upon all the multitude thereof.
ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ କୋପ ଉପସ୍ଥିତ।
13 For the seller shall not return to that which is sold, although they be yet alive: for the vision is touching the whole multitude thereof, none shall return; neither shall any strengthen himself in the iniquity of his life.
ଯେହେତୁ ସେମାନେ ଜୀବିତ ଥିଲେ ହେଁ ବିକ୍ରୟକାରୀ ବିକ୍ରୀତ ଅଧିକାରକୁ ଫେରିଯିବ ନାହିଁ; କାରଣ ଏହି ଦର୍ଶନ ସେହି ସ୍ଥାନସ୍ଥ ସମୁଦାୟ ଲୋକସମୂହ ବିଷୟକ ଅଟେ, କେହି ଫେରିଯିବେ ନାହିଁ; ପୁଣି, ଆପଣା ଜୀବନର ଅଧର୍ମରେ କେହି ଆପଣାକୁ ସବଳ କରିବେ ନାହିଁ।
14 They have blown the trumpet, and have made all ready; but none goeth to the battle: for my wrath is upon all the multitude thereof.
ସେମାନେ ତୂରୀ ବଜାଇ ସବୁ ପ୍ରସ୍ତୁତ କରିଅଛନ୍ତି; ମାତ୍ର କେହି ଯୁଦ୍ଧକୁ ଯାଏ ନାହିଁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ ଆମ୍ଭର କୋପ ଅଛି।
15 The sword is without, and the pestilence and the famine within: he that is in the field shall die with the sword; and he that is in the city, famine and pestilence shall devour him.
ବାହାରେ ଖଡ୍ଗ, ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି; ଯେଉଁ ଲୋକ କ୍ଷେତ୍ରରେ ଅଛି, ସେ ଖଡ୍ଗରେ ମରିବ ଓ ଯେ ନଗର ମଧ୍ୟରେ ଅଛି, ଦୁର୍ଭିକ୍ଷ ଓ ମହାମାରୀ ତାକୁ ଗ୍ରାସ କରିବ।
16 But they that escape of them shall escape, and shall be on the mountains like doves of the valleys, all of them mourning, every one in his iniquity.
ମାତ୍ର ସେମାନଙ୍କ ମଧ୍ୟରୁ ଯେଉଁମାନେ ପଳାନ୍ତି, ସେମାନେ ରକ୍ଷା ପାଇବେ ଓ ଉପତ୍ୟକାର ଘୁଘୁ ପରି ପର୍ବତରେ ସମସ୍ତେ ବିଳାପ କରିବେ, ପ୍ରତ୍ୟେକେ ଆପଣା ଆପଣା ଅଧର୍ମ ହେତୁ ବିଳାପ କରିବେ।
17 All hands shall be feeble, and all knees shall be weak as water.
ସମସ୍ତଙ୍କର ହସ୍ତ ଦୁର୍ବଳ ହେବ, ସମସ୍ତଙ୍କର ଆଣ୍ଠୁ ଜଳ ପରି ଦୁର୍ବଳ ହେବ।
18 They shall also gird themselves with sackcloth, and horror shall cover them; and shame shall be upon all faces, and baldness upon all their heads.
ମଧ୍ୟ ସେମାନେ କଟିଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ।
19 They shall cast their silver in the streets, and their gold shall be as an unclean thing; their silver and their gold shall not be able to deliver them in the day of the wrath of the LORD; they shall not satisfy their souls, neither fill their bowels: because it hath been the stumblingblock of their iniquity.
ସେମାନେ ଆପଣା ଆପଣା ରୂପା ଦାଣ୍ଡରେ ପକାଇଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ; ସଦାପ୍ରଭୁଙ୍କ କୋପର ଦିନରେ ସେମାନଙ୍କର ରୂପା ଓ ସୁନା ସେମାନଙ୍କୁ ରକ୍ଷା କରି ପାରିବ ନାହିଁ; ତାହା ସେମାନଙ୍କ ପ୍ରାଣକୁ ତୃପ୍ତ କିଅବା ଉଦର ପୂର୍ଣ୍ଣ କରିବ ନାହିଁ; କାରଣ ତାହା ହିଁ ସେମାନଙ୍କର ଅଧର୍ମଜନକ ବିଘ୍ନ ହୋଇଅଛି।
20 As for the beauty of his ornament, he set it in majesty: but they made the images of their abominations [and] their detestable things therein: therefore have I made it unto them as an unclean thing.
ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ୱରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ୱରୂପ କରିଅଛୁ।
21 And I will give it into the hands of the strangers for a prey, and to the wicked of the earth for a spoil; and they shall profane it.
ପୁଣି, ଆମ୍ଭେ ତାହା ମୃଗୟା ସ୍ୱରୂପେ ବିଦେଶୀମାନଙ୍କର ଓ ଲୁଟିତ ଦ୍ରବ୍ୟ ସ୍ୱରୂପେ ପୃଥିବୀର ଦୁଷ୍ଟମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ତାହା ଅପବିତ୍ର କରିବେ।
22 My face will I turn also from them, and they shall profane my secret [place]: and robbers shall enter into it, and profane it.
ଆହୁରି, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଫେରାଇବା, ତହିଁରେ ସେମାନେ ଆମ୍ଭର ନିଭୃତ ସ୍ଥାନ ଅପବିତ୍ର କରିବେ; ଆଉ, ଡକାୟତମାନେ ତହିଁ ମଧ୍ୟରେ ପ୍ରବେଶ କରି ତାହା ଅପବିତ୍ର କରିବେ।
23 Make the chain: for the land is full of bloody crimes, and the city is full of violence.
ଶିକୁଳି ପ୍ରସ୍ତୁତ କର; କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ଅଟେ।
24 Wherefore I will bring the worst of the heathen, and they shall possess their houses: I will also make the pride of the strong to cease; and their holy places shall be profaned.
ଏଥିପାଇଁ ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଦୁଷ୍ଟତମ ଲୋକଙ୍କୁ ଆଣିବା, ତହିଁରେ ସେମାନେ ଏମାନଙ୍କର ଗୃହସବୁ ଅଧିକାର କରିବେ; ମଧ୍ୟ ଆମ୍ଭେ ବଳବାନମାନଙ୍କର ଦର୍ପ ଚୂର୍ଣ୍ଣ କରିବା; ତହିଁରେ ସେମାନଙ୍କର ପବିତ୍ର ସ୍ଥାନସବୁ ଅପବିତ୍ର ହେବ।
25 Destruction cometh; and they shall seek peace, and there shall be none.
ବିନାଶ ଆସୁଅଛି; ସେମାନେ ଶାନ୍ତି ଅନ୍ଵେଷଣ କରିବେ; ପୁଣି, କିଛି ପାଇବେ ନାହିଁ।
26 Mischief shall come upon mischief, and rumour shall be upon rumour; and they shall seek a vision of the prophet; but the law shall perish from the priest, and counsel from the ancients.
ବିପଦ ଉପରେ ବିପଦ ଘଟିବ ଓ ଜନରବ ଉପରେ ଜନରବ ହେବ; ତହିଁରେ ସେମାନେ ଭବିଷ୍ୟଦ୍‍ବକ୍ତାର ନିକଟରେ ଦର୍ଶନର ଚେଷ୍ଟା କରିବେ; ମାତ୍ର ଯାଜକର ବ୍ୟବସ୍ଥା-ଜ୍ଞାନ ଓ ପ୍ରାଚୀନ ଲୋକମାନଙ୍କର ପରାମର୍ଶ ଲୋପ ପାଇବ।
27 The king shall mourn, and the prince shall be clothed with desolation, and the hands of the people of the land shall be troubled: I will do unto them after their way, and according to their deserts will I judge them; and they shall know that I am the LORD.
ରାଜା ଶୋକ କରିବ ଓ ଅଧିପତି ଉତ୍ସନ୍ନତାରୂପ ବସ୍ତ୍ରରେ ପରିହିତ ହେବ ଓ ଦେଶସ୍ଥ ଲୋକମାନଙ୍କର ହସ୍ତ କମ୍ପିତ ହେବ; ଆମ୍ଭେ ସେମାନଙ୍କର ଆଚରଣାନୁସାରେ ସେମାନଙ୍କ ପ୍ରତି ବ୍ୟବହାର କରିବା ଓ ସେମାନଙ୍କର ଯୋଗ୍ୟତାନୁସାରେ ସେମାନଙ୍କର ବିଚାର କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”

< Ezekiel 7 >