< Isaiah 46 >

1 Bel boweth down, Nebo stoopeth; their idols are upon the beasts, and upon the cattle: the things that ye carried about are made a load, a burden to the weary [beast].
ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି।
2 They stoop, they bow down together; they could not deliver the burden, but themselves are gone into captivity.
ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି।
3 Hearken unto me, O house of Jacob, and all the remnant of the house of Israel, which have been borne [by me] from the belly, which have been carried from the womb:
“ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;
4 and even to old age I am he, and even to hoar hairs will I carry [you]: I have made, and I will bear; yea, I will carry, and will deliver.
ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।
5 To whom will ye liken me, and make me equal, and compare me, that we may be like?
ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା?
6 Such as lavish gold out of the bag, and weigh silver in the balance, they hire a goldsmith, and he maketh it a god; they fall down, yea, they worship.
ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।
7 They bear him upon the shoulder, they carry him, and set him in his place, and he standeth; from his place shall he not remove: yea, one shall cry unto him, yet can he not answer, nor save him out of his trouble.
ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ।
8 Remember this, and shew yourselves men: bring it again to mind, O ye transgressors.
ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର।
9 Remember the former things of old: for I am God, and there is none else; [I am] God, and there is none like me;
ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ;
10 declaring the end from the beginning, and from ancient times things that are not [yet] done; saying, My counsel shall stand, and I will do all my pleasure:
ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’
11 calling a ravenous bird from the east, the man of my counsel from a far country; yea, I have spoken, I will also bring it to pass; I have purposed, I will also do it.
ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।
12 Hearken unto me, ye stouthearted, that are far from righteousness:
ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ।
13 I bring near my righteousness, it shall not be far off, and my salvation shall not tarry; and I will place salvation in Zion for Israel my glory,
ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।”

< Isaiah 46 >