< Joshua 22 >

1 Then Joshua called the Reubenites, and the Gadites, and the half tribe of Manasseh,
ଏଥିଉତ୍ତାରେ ଯିହୋଶୂୟ ରୁବେନୀୟ ଓ ଗାଦୀୟ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଡାକି ସେମାନଙ୍କୁ କହିଲେ,
2 and said unto them, Ye have kept all that Moses the servant of the LORD commanded you, and have hearkened unto my voice in all that I commanded you:
“ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେ ସବୁ ତୁମ୍ଭେମାନେ ପାଳନ କରିଅଛ; ପୁଣି ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଅଛୁ, ସେସବୁରେ ତୁମ୍ଭେମାନେ ଆମ୍ଭ ରବ ଶୁଣିଅଛ;
3 ye have not left your brethren these many days unto this day, but have kept the charge of the commandment of the LORD your God.
ତୁମ୍ଭେମାନେ ବହୁଦିନାବଧି ଆଜି ପର୍ଯ୍ୟନ୍ତ ଆପଣା ଆପଣା ଭ୍ରାତୃଗଣକୁ ତ୍ୟାଗ କରି ନାହଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞା ପାଳନ କରିଅଛ।
4 And now the LORD your God hath given rest unto your brethren, as he spake unto them: therefore now turn ye, and get you unto your tents, unto the land of your possession, which Moses the servant of the LORD gave you beyond Jordan.
ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭମାନଙ୍କ ଭ୍ରାତୃଗଣକୁ ବିଶ୍ରାମ ଦେଇଅଛନ୍ତି; ଏନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଯର୍ଦ୍ଦନ ସେପାରିରେ ତୁମ୍ଭମାନଙ୍କ ଯେଉଁ ଅଧିକାର ଦେଇଅଛନ୍ତି, ତୁମ୍ଭେମାନେ ଏବେ ଆପଣାମାନଙ୍କୁ ସେହି ଅଧିକୃତ ଦେଶକୁ ଓ ଆପଣା ଆପଣା ତମ୍ବୁକୁ ଫେରିଯାଅ।
5 Only take diligent heed to do the commandment and the law, which Moses the servant of the LORD commanded you, to love the LORD your God, and to walk in all his ways, and to keep his commandments, and to cleave unto him, and to serve him with all your heart and with all your soul.
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ ହୁଅ।”
6 So Joshua blessed them, and sent them away: and they went unto their tents.
ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଆଶୀର୍ବାଦ କରି ବିଦାୟ କଲେ, ତହିଁରେ ସେମାନେ ଆପଣା ଆପଣା ତମ୍ବୁକୁ ପ୍ରସ୍ଥାନ କଲେ।
7 Now to the one half tribe of Manasseh Moses had given [inheritance] in Bashan: but unto the other half gave Joshua among their brethren beyond Jordan westward. Moreover when Joshua sent them away unto their tents, he blessed them,
ମୋଶା ମନଃଶିର ଅର୍ଦ୍ଧ ବଂଶକୁ ବାଶନରେ ଅଧିକାର ଦେଇଥିଲେ; ମାତ୍ର ଅନ୍ୟ ଅର୍ଦ୍ଧ ବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ଅଧିକାର ଦେଲେ। ଆହୁରି ସେମାନଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ,
8 and spake unto them, saying, Return with much wealth unto your tents, and with very much cattle, with silver, and with gold, and with brass, and with iron, and with very much raiment: divide the spoil of your enemies with your brethren.
“ତୁମ୍ଭେମାନେ ପ୍ରଚୁର ସମ୍ପତ୍ତି ଓ ପଲ ପଲ ପଶୁ, ରୂପା, ସୁନା ଓ ପିତ୍ତଳ ଓ ଲୁହା ଓ ଅପାର ବସ୍ତ୍ର ସଙ୍ଗେ ନେଇ ଆପଣା ଆପଣା ତମ୍ବୁକୁ ଫେରିଯାଅ; ଆପଣା ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ବିଭାଗ କର।”
9 And the children of Reuben and the children of Gad and the half tribe of Manasseh returned, and departed from the children of Israel out of Shiloh, which is in the land of Canaan, to go unto the land of Gilead, to the land of their possession, whereof they were possessed, according to the commandment of the LORD by the hand of Moses.
ତହିଁରେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଶୀଲୋଠାରେ ଇସ୍ରାଏଲ-ସନ୍ତାନଗଣ ନିକଟରୁ ବିଦାୟ ନେଇ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଦତ୍ତ ଆଜ୍ଞାନୁସାରେ ସେମାନେ ଯହିଁର ଅଧିକାରୀ ହୋଇଥିଲେ, ଆପଣାମାନଙ୍କ ସେହି ଅଧିକୃତ ଗିଲୀୟଦ ଦେଶକୁ ଫେରିଗଲେ।
10 And when they came unto the region about Jordan, that is in the land of Canaan, the children of Reuben and the children of Gad and the half tribe of Manasseh built there an altar by Jordan, a great altar to see to.
ପୁଣି ଯେତେବେଳେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼।
11 And the children of Israel heard say, Behold, the children of Reuben and the children of Gad and the half tribe of Manasseh have built an altar in the forefront of the land of Canaan, in the region about Jordan, on the side that pertaineth to the children of Israel.
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ୱରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି।
12 And when the children of Israel heard of it, the whole congregation of the children of Israel gathered themselves together at Shiloh, to go up against them to war.
ତହୁଁ ଇସ୍ରାଏଲ-ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ସମଗ୍ର ମଣ୍ଡଳୀ ଶୀଲୋରେ ଏକତ୍ରିତ ହେଲେ।
13 And the children of Israel sent unto the children of Reuben, and to the children of Gad, and to the half tribe of Manasseh, into the land of Gilead, Phinehas the son of Eleazar the priest;
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସ୍‍କୁ
14 and with him ten princes, one prince of a fathers’ house for each of the tribes of Israel; and they were every one of them head of their fathers’ houses among the thousands of Israel.
ଓ ତାହା ସଙ୍ଗେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ଏକ ପିତୃଗୃହାଧିପତି, ଏରୂପେ ଦଶ ଅଧିପତି ଗିଲୀୟଦ ଦେଶକୁ ପଠାଇଲେ, ସେମାନେ ଇସ୍ରାଏଲର ସହସ୍ର ସହସ୍ର ମଧ୍ୟରେ ଆପଣା ଆପଣା ପିତୃଗୃହର ପ୍ରଧାନ ଥିଲେ।
15 And they came unto the children of Reuben, and to the children of Gad, and to the half tribe of Manasseh, unto the land of Gilead, and they spake with them, saying,
ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,
16 Thus saith the whole congregation of the LORD, What trespass is this that ye have committed against the God of Israel, to turn away this day from following the LORD, in that ye have builded you an altar, to rebel this day against the LORD?
“ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, ‘ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ-ଲଙ୍ଘନ କରିଅଛ, ଏ କʼଣ?
17 Is the iniquity of Peor too little for us, from which we have not cleansed ourselves unto this day, although there came a plague upon the congregation of the LORD,
ପିୟୋର ବିଷୟକ ଯେଉଁ ଅପରାଧ ସକାଶୁ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲେ ହେଁ ତହିଁରୁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ଆପଣାମାନଙ୍କୁ ପରିଷ୍କୃତ କରିପାରି ନାହୁଁ, ଏହା କି ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ,
18 that ye must turn away this day from following the LORD? and it will be, seeing ye rebel today against the LORD, that tomorrow he will be wroth with the whole congregation of Israel.
ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କ୍ରୋଧ କରିବେ।
19 Howbeit, if the land of your possession be unclean, then pass ye over unto the land of the possession of the LORD, wherein the LORD’S tabernacle dwelleth, and take possession among us: but rebel not against the LORD, nor rebel against us, in building you an altar besides the altar of the LORD our God.
ଯେବେ ତୁମ୍ଭମାନଙ୍କ ଅଧିକାର-ଦେଶ ଅଶୁଚି ହୁଏ, ତେବେ ପାର ହୋଇ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଆବାସ ବାସ କରେ, ସଦାପ୍ରଭୁଙ୍କ ସେହି ଅଧିକାର-ଦେଶକୁ ଆସ ଓ ଆମ୍ଭମାନଙ୍କ ମଧ୍ୟରେ ଅଧିକାର ଗ୍ରହଣ କର; ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଛଡ଼ା ଆପଣାମାନଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ନ ହୁଅ, କିଅବା ଆମ୍ଭମାନଙ୍କର ବିଦ୍ରୋହୀ ନ ହୁଅ।
20 Did not Achan the son of Zerah commit a trespass in the devoted thing, and wrath fell upon all the congregation of Israel? and that man perished not alone in his iniquity.
ସେରହର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କରନ୍ତେ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କି କ୍ରୋଧ ପଡ଼ିଲା ନାହିଁ? ଆଉ ସେ ବ୍ୟକ୍ତି ଆପଣା ଅପରାଧରେ ଏକାକୀ ବିନଷ୍ଟ ହେଲା ନାହିଁ?’”
21 Then the children of Reuben and the children of Gad and the half tribe of Manasseh answered, and spake unto the heads of the thousands of Israel,
ତହିଁରେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନଙ୍କୁ ଉତ୍ତର ଦେଇ କହିଲେ,
22 The LORD, the God of gods, the LORD, the God of gods, he knoweth, and Israel he shall know; if it be in rebellion, or if in trespass against the LORD, (save thou us not this day, )
“ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ସେ ଜାଣନ୍ତି ଓ ଇସ୍ରାଏଲ ମଧ୍ୟ ଜାଣିବ; ଯେବେ ଏହା ବିଦ୍ରୋହ ଭାବରେ, ଅବା ଯେବେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ ଭାବରେ ହୋଇଥାଏ, ତେବେ ତୁମ୍ଭେ ଆଜି ଆମ୍ଭମାନଙ୍କୁ ରକ୍ଷା ନ କର;
23 that we have built us an altar to turn away from following the LORD; or if to offer thereon burnt offering or meal offering, or if to offer sacrifices of peace offerings thereon, let the LORD himself require it;
ଯେବେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବା ପାଇଁ ଅବା ଏହି ଯଜ୍ଞବେଦି ଉପରେ ହୋମ କି ଭକ୍ଷ୍ୟ ନୈବେଦ୍ୟ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ତାହା ନିର୍ମାଣ କରିଥାଉ, ତେବେ ସଦାପ୍ରଭୁ ସ୍ୱୟଂ ତହିଁର ପ୍ରତିଫଳ ଦେଉନ୍ତୁ;
24 and if we have not [rather] out of carefulness done this, [and] of purpose, saying, In time to come your children might speak unto our children, saying, What have ye to do with the LORD, the God of Israel?
ବରଞ୍ଚ ଆମ୍ଭେମାନେ ଚିନ୍ତାଶୀଳ ହୋଇ ଓ ବିଚାର କରି ଏହା କରିଅଛୁ, ଆସନ୍ତା ସମୟରେ କେଜାଣି ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭମାନଙ୍କ ସନ୍ତାନମାନଙ୍କୁ କହିବେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସଙ୍ଗେ ତୁମ୍ଭମାନଙ୍କର କି ସମ୍ପର୍କ ଅଛି।
25 for the LORD hath made Jordan a border between us and you, ye children of Reuben and children of Gad; ye have no portion in the LORD: so shall your children make our children cease from fearing the LORD.
କାରଣ ହେ ରୁବେନ୍‍-ସନ୍ତାନଗଣ, ହେ ଗାଦ୍‍-ସନ୍ତାନଗଣ, ସଦାପ୍ରଭୁ ଆମ୍ଭ ଓ ତୁମ୍ଭ ମଧ୍ୟରେ ଯର୍ଦ୍ଦନକୁ ସୀମା କରିଅଛନ୍ତି; ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ;’ ଏରୂପେ ତୁମ୍ଭମାନଙ୍କ ସନ୍ତାନଗଣ କେଜାଣି ଆମ୍ଭମାନଙ୍କ ସନ୍ତାନଗଣକୁ ସଦାପ୍ରଭୁଙ୍କୁ ଭୟ କରିବାରୁ କ୍ଷାନ୍ତ କରାଇବେ;
26 Therefore we said, Let as now prepare to build us an altar, not for burnt offering, nor for sacrifice:
ଏହେତୁ ଆମ୍ଭେମାନେ କହିଲୁ, ‘ଆସ, ଆମ୍ଭେମାନେ ଏକ ବେଦି ନିର୍ମାଣ କରିବାକୁ ଉଦ୍‍ଯୋଗ କରୁ, ହୋମ କି ବଳିଦାନ ନିମନ୍ତେ ନୁହେଁ,
27 but it shall be a witness between us and you, and between our generations after us, that we may do the service of the LORD before him with our burnt offerings, and with our sacrifices, and with our peace offerings; that your children may not say to our children in time to come, Ye have no portion in the LORD.
ମାତ୍ର ଆମ୍ଭେମାନେ ଯେ ହୋମ ଓ ବଳି ଓ ମଙ୍ଗଳାର୍ଥକ ଉପହାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ସେବା କରି ପାରୁ, ଏଥିପାଇଁ ତାହା ତୁମ୍ଭମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ, ପୁଣି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷ ମଧ୍ୟରେ ଏକ ସାକ୍ଷୀ ହେବ; ତହିଁରେ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ, ଏପରି କଥା ଆସନ୍ତା କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆମ୍ଭମାନଙ୍କ ସନ୍ତାନଗଣକୁ କହି ପାରିବେ ନାହିଁ।’
28 Therefore said we, It shall be, when they so say to us or to our generations in time to come, that we shall say, Behold the pattern of the altar of the LORD, which our fathers made, not for burnt offering, nor for sacrifice; but it is a witness between us and you.
ଆହୁରି ଆମ୍ଭେମାନେ କହିଲୁ, ‘ସେମାନେ ଯେବେ ଆମ୍ଭମାନଙ୍କୁ କି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷକୁ ଏରୂପ କଥା କହିବେ, ତେବେ ଆମ୍ଭେମାନେ କହିବୁ, ସଦାପ୍ରଭୁଙ୍କ ଯଜ୍ଞବେଦିର ଆଦର୍ଶ ଦେଖ, ଏହା ଆମ୍ଭମାନଙ୍କ ପୂର୍ବପୁରୁଷମାନେ ନିର୍ମାଣ କରିଅଛନ୍ତି, ହୋମ କି ବଳିଦାନାର୍ଥେ ନୁହେଁ, ମାତ୍ର ଆମ୍ଭମାନଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଏହା ଏକ ସାକ୍ଷୀ ଅଟେ।’
29 God forbid that we should rebel against the LORD, and turn away this day from following the LORD, to build an altar for burnt offering, for meal offering, or for sacrifice, besides the altar of the LORD our God that is before his tabernacle.
ଆମ୍ଭେମାନେ ଯେ ହୋମ କି ଭକ୍ଷ୍ୟ ନୈବେଦ୍ୟ ଓ ବଳିଦାନ ନିମନ୍ତେ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଆବାସ-ସମ୍ମୁଖସ୍ଥିତ ତାହାଙ୍କ ଯଜ୍ଞବେଦି ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ହେବୁ, କି ଆଜି ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବୁ, ଏହା ଦୂରେ ଥାଉ।”
30 And when Phinehas the priest, and the princes of the congregation, even the heads of the thousands of Israel which were with him, heard the words that the children of Reuben and the children of Gad and the children of Manasseh spake, it pleased them well.
ସେତେବେଳେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶି-ସନ୍ତାନଗଣ ଯାହା କହିଲେ, ତାହା ଶୁଣି ପୀନହସ୍‍ ଯାଜକ ଓ ତାହାର ସଙ୍ଗୀ ମଣ୍ଡଳୀର ଅଧିପତିମାନେ ଓ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନେ ସନ୍ତୁଷ୍ଟ ହେଲେ।
31 And Phinehas the son of Eleazar the priest said unto the children of Reuben, and to the children of Gad, and to the children of Manasseh, This day we know that the LORD is in the midst of us, because ye have not committed this trespass against the LORD: now have ye delivered the children of Israel out of the hand of the LORD.
ପୁଣି ଇଲୀୟାସର ଯାଜକର ପୁତ୍ର ପୀନହସ୍‍ ରୁବେନ୍‍-ସନ୍ତାନଗଣକୁ ଓ ଗାଦ୍‍-ସନ୍ତାନଗଣକୁ ଓ ମନଃଶି-ସନ୍ତାନଗଣକୁ କହିଲା, “ସଦାପ୍ରଭୁ ଯେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ଆମ୍ଭେମାନେ ଆଜି ଜାଣିଲୁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ କରି ନାହଁ; ଏବେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ହସ୍ତରୁ ଉଦ୍ଧାର କଲ।”
32 And Phinehas the son of Eleazar the priest, and the princes, returned from the children of Reuben, and from the children of Gad, out of the land of Gilead, unto the land of Canaan, to the children of Israel, and brought them word again.
ତହୁଁ ଇଲୀୟାସର ଯାଜକର ପୁତ୍ର ପୀନହସ୍‍ ଓ ଅଧିପତିମାନେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ନିକଟରୁ ଗିଲୀୟଦ ଦେଶରୁ ବାହାରି କିଣାନ ଦେଶକୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଫେରିଯାଇ ସେମାନଙ୍କୁ ସମ୍ବାଦ ଦେଲେ।
33 And the thing pleased the children of Israel; and the children of Israel blessed God, and spake no more of going up against them to war, to destroy the land wherein the children of Reuben and the children of Gad dwelt.
ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି କଥାରେ ସନ୍ତୁଷ୍ଟ ହେଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପରମେଶ୍ୱରଙ୍କର ଧନ୍ୟବାଦ କଲେ, ଆଉ ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ବସତି-ଦେଶ ବିନାଶ କରିବା ପାଇଁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା କଥା ଆଉ କହିଲେ ନାହିଁ।
34 And the children of Reuben and the children of Gad called the altar [Ed]: For, [said they], it is a witness between us that the LORD is God.
ଏଉତ୍ତାରେ ରୁବେନ୍‍-ସନ୍ତାନମାନେ ଓ ଗାଦ୍‍-ସନ୍ତାନମାନେ ସେହି ବେଦିର ନାମ ଏଦ୍‍ ରଖିଲେ, କାରଣ ସେମାନେ କହିଲେ, “ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଆମ୍ଭମାନଙ୍କ ମଧ୍ୟରେ ଏଥିର ସାକ୍ଷୀ ଏହି।”

< Joshua 22 >