< Numbers 23 >

1 And Balaam said unto Balak, Build me here seven altars, and prepare me here seven bullocks and seven rams.
ଏଥିଉତ୍ତାରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
2 And Balak did as Balaam had spoken; and Balak and Balaam offered on every altar a bullock and a ram.
ତହିଁରେ ବାଲାକ ବିଲୀୟମ୍‍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍‍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
3 And Balaam said unto Balak, Stand by thy burnt offering, and I will go; peradventure the LORD will come to meet me: and whatsoever he sheweth me I will tell thee. And he went to a bare height.
ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚସ୍ଥାନକୁ ଗଲା।
4 And God met Balaam: and he said unto him, I have prepared the seven altars, and I have offered up a bullock and a ram on every altar.
ସେତେବେଳେ ପରମେଶ୍ୱର ବିଲୀୟମ୍‍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”
5 And the LORD put a word in Balaam’s mouth, and said, Return unto Balak, and thus thou shalt speak.
ସେତେବେଳେ ସଦାପ୍ରଭୁ ବିଲୀୟମ୍‍ର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଅ, ପୁଣି, ତାହାକୁ ଏହିପରି କୁହ।”
6 And he returned unto him, and, lo, he stood by his burnt offering, he, and all the princes of Moab.
ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)।
7 And he took up his parable, and said, From Aram hath Balak brought me, The king of Moab from the mountains of the East: Come, curse me Jacob, And come, defy Israel.
ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବଦିଗସ୍ଥିତ ପର୍ବତଶ୍ରେଣୀରୁ ମୋତେ ଆଣିଅଛି; ‘ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ;’ ପୁଣି, ‘ଆସ, ଇସ୍ରାଏଲକୁ ଅଭିଶପ୍ତ କର।’
8 How shall I curse, whom God hath not cursed? And how shall I defy, whom the LORD hath not defied?
ପରମେଶ୍ୱର ଯାହାକୁ ଅଭିଶାପ ଦେଇ ନାହାନ୍ତି, ମୁଁ କିପରି ତାହାକୁ ଅଭିଶାପ ଦେବି? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିପରି ତାହାକୁ ଅଭିଶପ୍ତ କରିବି?
9 For from the top of the rocks I see him, And from the hills I behold him: Lo, it is a people that dwell alone, And shall not be reckoned among the nations.
କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।
10 Who can count the dust of Jacob, Or number the fourth part of Israel? Let me die the death of the righteous, And let my last end be like his!
ଯାକୁବର ଧୂଳି କିଏ ଗଣିପାରେ ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହିପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ।”
11 And Balak said unto Balaam, What hast thou done unto me? I took thee to curse mine enemies, and, behold, thou hast blessed them altogether.
ଏଥିରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କି କଲ? ଆମ୍ଭର ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।”
12 And he answered and said, Must I not take heed to speak that which the LORD putteth in my mouth?
ତହିଁରେ ସେ ଉତ୍ତର ଦେଇ କହିଲା, “ସଦାପ୍ରଭୁ ମୋʼ ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ ନୁହେଁ?”
13 And Balak said unto him, Come, I pray thee, with me unto another place, from whence thou mayest see them; thou shalt see but the utmost part of them, and shalt not see them all: and curse me them from thence.
ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।”
14 And he took him into the field of Zophim, to the top of Pisgah, and built seven altars, and offered up a bullock and a ram on every altar.
ସେତେବେଳେ ବାଲାକ ତାହାକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍‍ କ୍ଷେତ୍ରକୁ ନେଇଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
15 And he said unto Balak, Stand here by thy burnt offering, while I meet [the LORD] yonder.
ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।”
16 And the LORD met Balaam, and put a word in his mouth, and said, Return unto Balak, and thus shalt thou speak.
ଏଥିରେ ସଦାପ୍ରଭୁ ବିଲୀୟମ୍‍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଇ ତାହାକୁ ଏହି କଥା କହିବ।”
17 And he came to him, and, lo, he stood by his burnt offering, and the princes of Moab with him. And Balak said unto him, What hath the LORD spoken?
ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, “ସଦାପ୍ରଭୁ କଅଣ କହିଅଛନ୍ତି?”
18 And he took up his parable, and said, Rise up, Balak, and hear; Hearken unto me, thou son of Zippor:
ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋʼ କଥାରେ କର୍ଣ୍ଣପାତ କର।
19 God is not a man, that he should lie; Neither the son of man, that he should repent: Hath he said, and shall he not do it? Or hath he spoken, and shall he not make it good?
ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?
20 Behold, I have received [commandment] to bless: And he hath blessed, and I cannot reverse it.
ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।
21 He hath not beheld iniquity in Jacob, Neither hath he seen perverseness in Israel: The LORD his God is with him, And the shout of a king is among them.
ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି।
22 God bringeth them forth out of Egypt; He hath as it were the strength of the wild-ox.
ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ।
23 Surely there is no enchantment with Jacob, Neither is there any divination with Israel: Now shall it be said of Jacob and of Israel, What hath God wrought!
ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ‘ପରମେଶ୍ୱର କି କର୍ମ କରିଅଛନ୍ତି!’
24 Behold, the people riseth up as a lioness, And as a lion doth he lift himself up: He shall not lie down until he eat of the prey, And drink the blood of the slain.
ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।”
25 And Balak said unto Balaam, Neither curse them at all, nor bless them at all.
ଏଥିଉତ୍ତାରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଅଭିଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ।”
26 But Balaam answered and said unto Balak, Told not I thee, saying, All that the LORD speaketh, that I must do?
ତହିଁରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କୁ କହିଲା, “ସଦାପ୍ରଭୁ ମୋତେ ଯାହା କିଛି କହିବେ, ତାହା ହିଁ ମୁଁ କରିବି; ଏହା କି ମୁଁ ତୁମ୍ଭକୁ କହି ନାହିଁ?”
27 And Balak said unto Balaam, Come now, I will take thee unto another place; peradventure it will please God that thou mayest curse me them from thence.
ତହୁଁ ବାଲାକ ବିଲୀୟମ୍‍କୁ କହିଲେ, “ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇଯିବା; ହୋଇପାରେ, ସେହି ସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦେବାର ପରମେଶ୍ୱରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ।”
28 And Balak took Balaam unto the top of Peor, that looketh down upon the desert.
ଏଣୁ ବାଲାକ ବିଲୀୟମ୍‍କୁ ମରୁଭୂମି ଅଭିମୁଖରେ ପିୟୋର ଶିଖରକୁ ନେଇଗଲେ।
29 And Balaam said unto Balak, Build me here seven altars, and prepare me here seven bullocks and seven rams.
ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
30 And Balak did as Balaam had said, and offered up a bullock and a ram on every altar.
ତହୁଁ ବାଲାକ ବିଲୀୟମ୍‍ର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।

< Numbers 23 >