< Psalms 139 >

1 For the Chief Musician. A Psalm of David. LORD, thou hast searched me, and known [me].
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ।
2 Thou knowest my downsitting and mine uprising, thou understandest my thought afar off.
ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ।
3 Thou searchest out my path and my lying down, and art acquainted with all my ways.
ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ।
4 For there is not a word in my tongue, but, lo, O LORD, thou knowest it altogether.
କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋʼ ଜିହ୍ୱାରେ ନାହିଁ।
5 Thou hast beset me behind and before, and laid thine hand upon me.
ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋʼ ଉପରେ ଆପଣା ହସ୍ତ ରଖିଅଛ।
6 [Such] knowledge is too wonderful for me; it is high, I cannot attain unto it.
ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ।
7 Whither shall I from thy spirit? or whither shall I flee from thy presence?
ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି?
8 If I ascend up into heaven, thou art there: if I make my bed in Sheol, behold, thou art there. (Sheol h7585)
ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ (Sheol h7585)
9 If I take the wings of the morning, and dwell in the uttermost parts of the sea;
ଯଦି ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରାନ୍ତସୀମାରେ ବାସ କରେ;
10 Even there shall thy hand lead me, and thy right hand shall hold me.
ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ।
11 If I say, Surely the darkness shall overwhelm me, and the light about me shall be night;
ଯଦି ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋʼ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ,
12 Even the darkness hideth not from thee, but the night shineth as the day: the darkness and the light are both alike [to thee].
ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ।
13 For thou hast possessed my reins: thou hast covered me in my mother’s womb.
କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।
14 I will give thanks unto thee; for I am fearfully and wonderfully made: wonderful are thy works; and that my soul knoweth right well.
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ।
15 My frame was not hidden from thee, when I was made in secret, and curiously wrought in the lowest parts of the earth.
ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।
16 Thine eyes did see mine unperfect substance, and in thy book were all [my members] written, which day by day were fashioned, when as yet there was none of them.
ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।
17 How precious also are thy thoughts unto me, O God! how great is the sum of them!
ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋʼ ପ୍ରତି କିପରି ବହୁମୂଲ୍ୟ! ତହିଁର ସଂଖ୍ୟା କିପରି ଅଧିକ!
18 If I should count them, they are more in number than the sand: when I awake, I am still with thee.
ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ।
19 Surely thou wilt slay the wicked, O God: depart from me therefore, ye bloodthirsty men.
ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ହତ୍ୟାକାରୀ ଲୋକମାନେ, ତୁମ୍ଭେମାନେ ମୋʼ ନିକଟରୁ ଦୂର ହୁଅ।
20 For they speak against thee wickedly, and thine enemies take [thy name] in vain.
କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି ଓ ତୁମ୍ଭ ଶତ୍ରୁମାନେ ବ୍ୟର୍ଥରେ ତୁମ୍ଭ ନାମ ଧରନ୍ତି।
21 Do not I hate them, O LORD, that hate thee? and am not I grieved with those that rise up against thee?
ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ?
22 I hate them with perfect hatred: I count them mine enemies.
ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ; ମୁଁ ସେମାନଙ୍କୁ ଆପଣାର ଶତ୍ରୁ ବୋଲି ଜ୍ଞାନ କରେ।
23 Search me, O God, and know my heart: try me and know my thoughts:
ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଂକଳ୍ପସବୁ ଜ୍ଞାତ ହୁଅ;
24 And see if there be any way of wickedness in me, and lead me in the way everlasting.
ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ଆଚରଣ ଅଛି କି ନାହିଁ, ଏହା ଦେଖ, ପୁଣି, ଅନନ୍ତ ପଥରେ ମୋତେ ଗମନ କରାଅ।

< Psalms 139 >