< Zechariah 4 >

1 And the angel that talked with me came again, and waked me, as a man that is wakened out of his sleep.
ଏଉତ୍ତାରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ।
2 And he said unto me, What seest thou? And I said, I have seen, and behold, a candlestick all of gold, with its bowl upon the top of it, and its seven lamps thereon; there are seven pipes to each of the lamps, which are upon the top thereof:
ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତୋଟି ନଳ ଅଛି।
3 and two olive trees by it, one upon the right side of the bowl, and the other upon the left side thereof.
ଆଉ, ତହିଁର ନିକଟରେ ଦୁଇ ଜୀତବୃକ୍ଷ ଅଛି, ପୁଣି ଗୋଟିଏ ତୈଳାଧାରର ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଗୋଟିଏ ତହିଁର ବାମ ପାର୍ଶ୍ୱରେ।”
4 And I answered and spake to the angel that talked with me, saying, What are these, my lord?
ତହିଁରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁର ଅର୍ଥ କʼଣ?”
5 Then the angel that talked with me answered and said unto me, Knowest thou not what these be? And I said, No, my lord.
ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, “ଏସବୁର ଅର୍ଥ କଅଣ, ତାହା କି ତୁମ୍ଭେ ଜାଣି ନାହଁ?” ପୁଣି, ତହିଁରେ ମୁଁ କହିଲି, “ହେ ମହାଶୟ, ଜାଣି ନାହିଁ।”
6 Then he answered and spake unto me, saying, This is the word of the LORD unto Zerubbabel, saying, Not by might, nor by power, but by my spirit, saith the LORD of hosts.
ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
7 Who art thou, O great mountain? before Zerubbabel [thou shalt become] a plain: and he shall bring forth the head stone with shoutings of Grace, grace, unto it.
ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍‍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ?”
8 Moreover the word of the LORD came unto me, saying,
ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
9 The hands of Zerubbabel have laid the foundation of this house; his hands shall also finish it; and thou shalt know that the LORD of hosts hath sent me unto you.
“ଯିରୁବ୍ବାବିଲ୍‍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।
10 For who hath despised the day of small things? for they shall rejoice, and shall see the plummet in the hand of Zerubbabel, even these seven, [which are] the eyes of the LORD; they run to and fro through the whole earth.
କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍‍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍‍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।”
11 Then answered I, and said unto him, What are these two olive trees upon the right side of the candlestick and upon the left side thereof?
ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, “ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ୱରେ ଓ ତହିଁର ବାମ ପାର୍ଶ୍ୱରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କʼଣ?”
12 And I answered the second time, and said unto him, What be these two olive branches, which are beside the two golden spouts, that empty the golden [oil] out of themselves?
ପୁଣି, ମୁଁ ଦ୍ୱିତୀୟ ଥର ତାଙ୍କୁ ଉତ୍ତର କରି କହିଲି, “ସୁବର୍ଣ୍ଣମୟ ଯେଉଁ ଦୁଇ ନଳ ଆପଣା ଆପଣା ମଧ୍ୟରୁ ସୁବର୍ଣ୍ଣମୟ ତୈଳ ନିର୍ଗତ କରେ, ତହିଁର ପାର୍ଶ୍ୱରେ ଜୀତବୃକ୍ଷର ଯେଉଁ ଦୁଇ ଶାଖା ଅଛି, ତାହା କʼଣ?”
13 And he answered me and said, Knowest thou not what these be? And I said, No, my lord.
ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏସବୁ କଅଣ, ଏହା କି ତୁମ୍ଭେ ଜାଣ ନାହିଁ?” ତହୁଁ ମୁଁ କହିଲି, “ହେ ମହାଶୟ, ଜାଣେ ନାହିଁ।”
14 Then said he, These are the two sons of oil, that stand by the Lord of the whole earth.
ତେବେ ସେ କହିଲେ, “ଏମାନେ ସମୁଦାୟ ଭୂମଣ୍ଡଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି।”

< Zechariah 4 >