< Ezekiel 32 >

1 And it came to pass, in the twelfth year, in the twelfth month on the first of the month, that the word of Yahweh came unto me, saying:
ଏଥିଉତ୍ତାରେ ଦ୍ୱାଦଶ ବର୍ଷର ଦ୍ୱାଦଶ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2 Son of man Take up a dirge over Pharaoh king of Egypt, and thou shalt say unto him. The young lion of the nations, thou didst deem thyself, - Whereas thou, wast like the crocodile in the seas, And didst cause thy streams to burst forth And didst trouble the waters with thy feet, And foul their rivers.
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ।
3 Thus saith My Lord, Yahweh, Therefore will I spread over thee my net, With a gathered host of many peoples, -And they shall bring thee up in my net;
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ।
4 And I will stretch thee out on the land, Over the face of the field, will I fling thee, - And will cause to settle upon thee all the birds of the heavens, And will satiate with thee the wild beasts of all the earth;
ପୁଣି, ଆମ୍ଭେ ତୁମ୍ଭକୁ ସ୍ଥଳରେ ଛାଡ଼ିଦେବା, ଆମ୍ଭେ ତୁମ୍ଭକୁ ପଦାରେ ପକାଇଦେବା ଓ ଆକାଶର ପକ୍ଷସକଳକୁ ତୁମ୍ଭ ଉପରେ ବସାଇବା ଓ ସମୁଦାୟ ପୃଥିବୀର ପଶୁଗଣକୁ ତୁମ୍ଭ ଦ୍ୱାରା ତୃପ୍ତ କରାଇବା।
5 And I will lay thy flesh on the mountains, — And fill the valleys, with thy blood;
ଆମ୍ଭେ ପର୍ବତଗଣର ଉପରେ ତୁମ୍ଭର ମାଂସ ପକାଇବା ଓ ତୁମ୍ଭର ଦୀର୍ଘ ଶବରେ ଉପତ୍ୟକାସକଳ ପୂର୍ଣ୍ଣ କରିବା।
6 And will soak the earth with thy blood, amongst the mountains, - And the channels shall be filled with thee.
ଆହୁରି, ତୁମ୍ଭେ ଯେଉଁ ଦେଶରେ ପହଁରୁଅଛ, ସେହି ଦେଶକୁ ପର୍ବତ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭ ରକ୍ତରେ ସିକ୍ତ କରିବା ଓ ଜଳପ୍ରଣାଳୀସକଳ ତୁମ୍ଭ ରକ୍ତରେ ପରିପୂର୍ଣ୍ଣ ହେବ।
7 And when I quench thee, I will cover the heavens, And obscure their stars, — The sun—with a cloud, will I cover, And the moon shall not shed her light;
ପୁଣି, ଆମ୍ଭେ ତୁମ୍ଭକୁ ନିର୍ବାଣ କରିବା ସମୟରେ ଆକାଶକୁ ଆଚ୍ଛନ୍ନ କରିବା ଓ ତହିଁର ନକ୍ଷତ୍ରଗଣକୁ ଅନ୍ଧକାରମୟ କରିବା; ଆମ୍ଭେ ସୂର୍ଯ୍ୟକୁ ମେଘାଚ୍ଛନ୍ନ କରିବା ଓ ଚନ୍ଦ୍ର ଆପଣାର ଜ୍ୟୋତ୍ସ୍ନା ଦେବ ନାହିଁ।
8 As for all the light-bearers in the heavens, I will obscure them over thee— And will stretch out darkness over thy land, Declareth My Lord Yahweh.
ଆକାଶର ସକଳ ଉଜ୍ଜ୍ୱଳ ଜ୍ୟୋତିକୁ ଆମ୍ଭେ ତୁମ୍ଭ ଉପରେ ଅନ୍ଧକାରମୟ କରିବା ଓ ତୁମ୍ଭ ଦେଶ ଉପରେ ଅନ୍ଧକାର ସ୍ଥାପନ କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
9 And I will aggrieve the heart of many peoples, - when I bring them who are broken off from thee among the nations, unto lands which thou hast not known.
ଆହୁରି ଆମ୍ଭେ ତୁମ୍ଭର ଅଜ୍ଞାତ ଦେଶସମୂହ ପର୍ଯ୍ୟନ୍ତ ନାନା ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ବିନାଶ ଘଟାଇବା ବେଳେ ଅନେକ ଗୋଷ୍ଠୀର ହୃଦୟ ବ୍ୟସ୍ତ କରିବା।
10 Yea I will cause amazement over thee unto many peoples And the hair of their kings shall stand on end over thee, when I brandish my sword over their faces, - And they shall tremble every moment every man for his own life, In the day of thy fall.
ହଁ, ଆମ୍ଭେ ଅନେକ ଗୋଷ୍ଠୀକୁ ତୁମ୍ଭର ବିଷୟରେ ଚମତ୍କୃତ କରାଇବା, ଆଉ ସେମାନଙ୍କ ରାଜାଗଣର ସାକ୍ଷାତରେ ଆମ୍ଭେ ଆପଣା ଖଡ୍ଗ ଚଳାଇବା ବେଳେ ସେମାନେ ଅତିଶୟ ଭୀତ ହେବେ; ଆଉ, ତୁମ୍ଭର ପତନ ଦିନ ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରାଣ ବିଷୟରେ ଭୟରେ କମ୍ପିତ ହେବେ।
11 For thus saith My Lord, Yahweh: -the sword of the king of Babylon shall reach thee.
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ବାବିଲ ରାଜାର ଖଡ୍ଗ ତୁମ୍ଭକୁ ଆକ୍ରମଣ କରିବ।
12 With the swords of mighty men, will I cause thy multitude to fall, Terrible ones of the nations all of them!-And they shall spoil the pride of Egypt, And all her multitude shall be destroyed,
ଆମ୍ଭେ ତୁମ୍ଭର ଲୋକ ସମସ୍ତଙ୍କୁ ବୀରଗଣର ଖଡ୍ଗ ଦ୍ୱାରା ନିପାତ କରିବା; ସେମାନେ ସମସ୍ତେ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଅଟନ୍ତି; ଆଉ, ସେମାନେ ମିସରର ଗର୍ବ ଚୂର୍ଣ୍ଣ କରିବେ ଓ ତହିଁର ଲୋକ ସମସ୍ତେ ବିନଷ୍ଟ ହେବେ।
13 And I will cause to perish all her beasts, from beside the many waters, — And the foot of man shall not trouble them any more, Nor shall hoof of beast, trouble them.
ଆହୁରି, ଆମ୍ଭେ ଅପାର ଜଳ ନିକଟରୁ ତହିଁର ସମସ୍ତ ପଶୁ ବିନାଶ କରିବା; ତହିଁରେ ମନୁଷ୍ୟର ଚରଣ ତାହା ଆଉ ହଲାଇବ ନାହିଁ, ଅବା ପଶୁଗଣର ଖୁରା ତାହା ଚହଲାଇବ ନାହିଁ।
14 Then, will I make their waters subside, And, their streams—like oil, will I cause to flow, — Declareth My Lord, Yahweh.
ସେତେବେଳେ ଆମ୍ଭେ ସେମାନଙ୍କର ଜଳ ନିର୍ମଳ କରିବା ଓ ସେମାନଙ୍କର ନଦୀସମୂହକୁ ତୈଳ ପରି ବହାଇବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
15 When I make the land of Egypt an astonishment A land laid bare of its fulness, When I cut off all that dwell therein, Then shall they know that, I am Yahweh.
ଯେତେବେଳେ ଆମ୍ଭେ ମିସର ଦେଶକୁ ଧ୍ୱଂସସ୍ଥାନ ଓ ଶୂନ୍ୟ କରିବା, ଯହିଁରେ ସେ ପରିପୂର୍ଣ୍ଣ ହୋଇଥିଲା, ସେହି ସବୁ ତହିଁରୁ ରହିତ କରିବା, ଯେତେବେଳେ ଆମ୍ଭେ ତନ୍ନିବାସୀ ସମସ୍ତଙ୍କୁ ଆଘାତ କରିବା, ସେତେବେଳେ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
16 A dirge, it is And they shall chant it, The daughters of the nations Shall chant it: Over Egypt and over all her multitude, Shall they chant it, Declareth My Lord, Yahweh.
ଏହି ବିଳାପ ଗୀତ ଲୋକେ ଗାନ କରିବେ; ଗୋଷ୍ଠୀୟମାନଙ୍କର କନ୍ୟାଗଣ ବିଳାପ କରି ଏହା ଗାନ କରିବେ; ମିସରର ଉଦ୍ଦେଶ୍ୟରେ ଓ ତାହାର ସକଳ ଲୋକସମୂହର ଉଦ୍ଦେଶ୍ୟରେ ବିଳାପ କରି ଗାନ କରିବେ ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
17 And it came to pass in the twelfth year on the fifteenth of the month, that the word of Yahweh came unto me saying:
ଦ୍ୱାଦଶ ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
18 Son of man Wail thou over the multitude of Egypt and cause it to descend—her and the daughters of the famous nations—into the earth below with them who descend into the pit.
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ଲୋକମାନଙ୍କ ବିଷୟରେ ହାହାକାର କର, ପୁଣି, ସେମାନଙ୍କୁ, ଅର୍ଥାତ୍‍, ତାହାକୁ ଓ ବିଖ୍ୟାତ ଗୋଷ୍ଠୀୟମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଅଧୋଭୁବନରେ ପକାଇଦିଅ।
19 Than whom, art thou more precious? Descend and be laid low with the uncircumcised:
ତୁମ୍ଭେ ସୌନ୍ଦର୍ଯ୍ୟରେ କାହା ଅପେକ୍ଷା ଅଧିକ? ତଳକୁ ଯାଅ ଓ ଅସୁନ୍ନତ ଲୋକମାନଙ୍କ ସହିତ ଶୟନ କର।
20 Into the midst of them who were thrust through by the sword, let them fall, -To the sword, hath she been delivered up, Lay ye hold of her and all her multitudes.
ସେମାନେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସେ ଖଡ୍ଗରେ ସମର୍ପିତ ହୋଇଅଛି; ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଟାଣି ନିଅ।
21 The chiefs of the mighty shall speak to him out of the midst of hades, with his helpers, - They have descended They have lain down. The uncircumcised! Thrust through by the sword. (Sheol h7585)
ବୀରଗଣ ମଧ୍ୟରେ ବଳବାନମାନେ ପାତାଳ ମଧ୍ୟରୁ ତାହାକୁ ଓ ତାହାର ସହାୟକାରୀମାନଙ୍କୁ କଥା କହିବେ; ସେମାନେ, ଅର୍ଥାତ୍‍, ଖଡ୍ଗ ଦ୍ୱାରା ହତ ଅସୁନ୍ନତ ଲୋକମାନେ ଓହ୍ଲାଇ ଯାଇଅଛନ୍ତି; ସେମାନେ ସ୍ଥିର ହୋଇ ଶୟନ କରନ୍ତି। (Sheol h7585)
22 There, is Assyria with all her gathered host, Round about him, are his graves, All of them thrust through, The fallen by the sword:
ଅଶୂର ଓ ତାହାର ସମସ୍ତ ଜନସମାଜ ସେଠାରେ ଅଛନ୍ତି; ତାହାର କବରସକଳ ତାହାର ଚତୁର୍ଦ୍ଦିଗରେ ଅଛି; ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି;
23 Whose graves have been set In the recesses of the pit, And so her gathered host is round about her grave, All of them thrust through. Fallen by the sword, Who caused terror in the land of the living.
ଗର୍ତ୍ତର ଶେଷ ସୀମାରେ ସେମାନଙ୍କୁ କବର ଦିଆଯାଇଅଛି ଓ ତାହାର ଜନସମାଜ ତାହାର କବରର ଚତୁର୍ଦ୍ଦିଗରେ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି।
24 There, is Persia with all her multitude, round about her grave, — All of them, thrust through The fallen by the sword Who have descended, uncircumcised into the earth below Who made themselves a terror in the land of the living, And so they have borne their confusion with them who descend into the pit:
ସେହି ସ୍ଥାନରେ ଏଲମ୍‍ ଓ ତାହାର କବରର ଚତୁର୍ଦ୍ଦିଗରେ ତାହାର ସମସ୍ତ ଲୋକସମୂହ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ, ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇ ଅସୁନ୍ନତ ଅବସ୍ଥାରେ ଅଧୋଭୁବନକୁ ଓହ୍ଲାଇ ଯାଇଅଛନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କ ଅପମାନ ଭୋଗ କରିଅଛନ୍ତି।
25 In the midst of them who were thrust through, have they have placed a couch for her with all her multitude, Round about it, are her graves, -All of them, uncircumcised. Thrust through with the sword. For that their terror was caused in the land of the living. And so they have borne their confusion, with them who descend into the pit, In the midst of them who were thrust through, hath it been placed.
ହତ ଲୋକମାନଙ୍କ ମଧ୍ୟରେ ସେମାନେ ତାହାର ଓ ତାହା ସହିତ ତାହାର ସମସ୍ତ ଜନସମାଜର ଶଯ୍ୟା ପାତିଅଛନ୍ତି, ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି; କାରଣ ସେମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ, ଏବେ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରିଅଛନ୍ତି; ସେ ହତ ଲୋକମାନଙ୍କ ମଧ୍ୟରେ ରଖାଯାଇଅଛି।
26 There, are Meshech-Tuba and all her multitude, Round about it, are her graves, — All of them uncircumcised, Who were thrust through with the sword, For that they made themselves a terror in the land of the living;
ସେହି ସ୍ଥାନରେ ମେଶକ୍‍, ତୁବଲ୍‍ ଓ ତାହାର ସମସ୍ତ ଜନସମାଜ ଅଛନ୍ତି; ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ୍ଗ ଦ୍ୱାରା ପତିତ ହେଲେ; କାରଣ ସେମାନେ ଜୀବିତ ଲୋକମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ।
27 Therefore shall they not lie with the mighty men The fallen ones from age-past times, Who descended into hades with their weapons of war And their swords were placed under their heads. But their iniquities have come upon their bones Because of the terror of the mighty in the land of the living. (Sheol h7585)
ପୁଣି, ଅସୁନ୍ନତ ଲୋକମାନଙ୍କ ମଧ୍ୟରୁ ଯେଉଁ ବୀରମାନେ ପତିତ ହୋଇଅଛନ୍ତି, ଯେଉଁମାନେ ଆପଣା ଆପଣା ଯୁଦ୍ଧାସ୍ତ୍ର ସହିତ ପାତାଳକୁ ଓହ୍ଲାଇ ଯାଇଅଛନ୍ତି ଓ ଆପଣା ଆପଣା ଖଡ୍ଗ ଆପଣା ଆପଣା ମସ୍ତକର ତଳେ ରଖିଅଛନ୍ତି ଓ ସେମାନଙ୍କ ଅଧର୍ମ ସେମାନଙ୍କ ଅସ୍ଥି ଉପରେ ଅଛି, ସେମାନଙ୍କ ସହିତ ଏମାନେ ଶୟନ କରିବେ ନାହିଁ; କାରଣ ସେମାନେ ଜୀବିତମାନଙ୍କ ଦେଶରେ ବୀରଗଣର ପ୍ରତି ଭୟର ବିଷୟ ହୋଇଥିଲେ। (Sheol h7585)
28 Thou, therefore in the midst of the uncircumcised, shalt be overthrown. And shalt lie low with them who were thrust through by the sword.
ମାତ୍ର ତୁମ୍ଭେ ଅସୁନ୍ନତମାନଙ୍କ ମଧ୍ୟରେ ଭଗ୍ନ ହେବ ଓ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଶୟନ କରିବ।
29 There, are Edom her kings and all her princes, Who have been delivered up in their might. With them who were thrust through by he sword, — They with the uncircumcised, shall lie low. Even with them who descend into the pit.
ସେହି ସ୍ଥାନରେ ଇଦୋମ, ତାହାର ରାଜାଗଣ ଓ ତାହାର ଅଧିପତିସକଳ ଅଛନ୍ତି, ସେମାନେ ଆପଣାମାନଙ୍କର ପରାକ୍ରମରେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ରଖା ଯାଇଅଛନ୍ତି; ସେମାନେ ଅସୁନ୍ନତ ଲୋକମାନଙ୍କ ଓ ଗର୍ତ୍ତଗାମୀମାନଙ୍କ ସହିତ ଶୟନ କରିବେ।
30 There, are the princes of the North, all of them, and all the Zidonians, Who have descended with them who were thrust through. By reason of the terror they caused, of their might, are they ashamed, So they have lain down uncircumcised. With them who were thrust through by the sword, And they have bowed their confusion with them who descend into the pit.
ସେହି ସ୍ଥାନରେ ଉତ୍ତର ଦେଶୀୟ ଅଧିପତିମାନେ, ସେମାନଙ୍କର ସମସ୍ତେ ଓ ଯାବତୀୟ ସୀଦୋନୀୟ ଲୋକ ଅଛନ୍ତି, ସେମାନେ ହତ ଲୋକମାନଙ୍କ ସହିତ ଓହ୍ଲାଇ ଯାଇଅଛନ୍ତି; ସେମାନେ ଆପଣାମାନଙ୍କର ପରାକ୍ରମ ଦ୍ୱାରା ଯେଉଁ ଭୟ ଜନ୍ମାଇଲେ, ତହିଁ ବିଷୟରେ ଲଜ୍ଜିତ ହୋଇଅଛନ୍ତି; ଆଉ, ଅସୁନ୍ନତ ଅବସ୍ଥାରେ ସେମାନେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଶୟନ କରନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରନ୍ତି।
31 Them, shall Pharaoh see, and be grieved over all his multitude, — Thrust through with the sword, shall be Pharaoh and all his army! Declareth My Lord, Yahweh.
ଫାରୋ ସେମାନଙ୍କୁ ଦେଖିବ ଓ ଆପଣାର ଲୋକସମୂହ ସମସ୍ତର ବିଷୟରେ ସାନ୍ତ୍ୱନା ପାଇବ; ହଁ, ଫାରୋ ଓ ତାହାର ସମସ୍ତ ସୈନ୍ୟ ଖଡ୍ଗ ଦ୍ୱାରା ହତ ହୋଇଅଛନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
32 For I have suffered his terror to be in the land of the living, Therefore shall be laid low In the midst of the uncircumcised With them who were thrust through by the sword, Pharaoh and all his multitude! Declareth My Lord, Yahweh.
କାରଣ ଆମ୍ଭେ ଜୀବିତମାନଙ୍କ ଦେଶରେ ତାହା ବିଷୟରେ ଭୟ ଜନ୍ମାଇଅଛୁ; ଆଉ ସେ, ଅର୍ଥାତ୍‍, ଫାରୋ ଓ ତାହାର ଲୋକସମୂହ ସମସ୍ତେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ରଖାଯିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

< Ezekiel 32 >