< Hosea 7 >

1 When I would have brought healing to Israel, then was disclosed the iniquity of Ephraim, and the wicked doings of Samaria, for they have wrought falsehood, —when, a thief, would enter, a band roamed about, outside,
ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି।
2 And they say not to their own hearts, that, all their wickedness, I remember, now, have their doings, beset them about, right before my face, have they been done.
ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରିଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି।
3 By their wickedness, they gladden a king, and, by their flatteries, —rulers.
ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁ ଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି।
4 They all, are adulterers, like an oven too hot for the baker, —who leaveth off stoking, after kneading the dough, till the whole be leavened.
ସେମାନେ ସମସ୍ତେ ବ୍ୟଭିଚାରୀ; ସେମାନେ ରୁଟି ପ୍ରସ୍ତୁତକାରୀ ଦ୍ୱାରା ଉତ୍ତପ୍ତ ତନ୍ଦୁର ସ୍ୱରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ପ୍ରଜ୍ୱଳିତ କରିବାରୁ ନିବୃତ୍ତ ହୁଏ।
5 In the day of our king, the rulers, have made themselves ill, with the heat of wine, —he hath extended his hand with scoffers.
ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା।
6 For they have made ready, like an oven, their heart, by their lying in wait, —all the night, their baker sleepeth, in the morning, he, kindleth up as it were a blazing fire.
କାରଣ ସେମାନେ ଛକି ବସି ଆପଣା ଆପଣା ଅନ୍ତଃକରଣ ତନ୍ଦୁର ପରି ପ୍ରସ୍ତୁତ କରିଅଛନ୍ତି; ସେମାନଙ୍କର କ୍ରୋଧ ରାତ୍ରିସାରା କୁହୁଳୁ ଥାଏ; ପ୍ରାତଃକାଳରେ ତାହା ପ୍ରଜ୍ୱଳିତ ଅଗ୍ନି ପରି ଜ୍ୱଳଇ।
7 They all, become hot as an oven, and devour their judges, —all their kings, have fallen, there hath been none among them crying unto me.
ସେମାନେ ସମସ୍ତେ ତନ୍ଦୁର ପରି ଉତ୍ତପ୍ତ ଅଟନ୍ତି ଓ ଆପଣାମାନଙ୍କର ବିଚାରକର୍ତ୍ତୃଗଣକୁ ଗ୍ରାସ କରନ୍ତି; ସେମାନଙ୍କର ସମସ୍ତ ରାଜାଗଣ ପତିତ ହୋଇଅଛନ୍ତି; ସେମାନଙ୍କ ମଧ୍ୟରେ କେହି ଆମ୍ଭ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।
8 As for Ephraim! with the peoples, hath he been mingling himself, —Ephraim, is a cake not turned.
ଗୋଷ୍ଠୀଗଣ ମଧ୍ୟରେ ଇଫ୍ରୟିମ ଆପେ ମିଶ୍ରିତ ହୁଅଇ; ଇଫ୍ରୟିମ ଓଲଟା ହୋଇ ନ ଥିବା ପିଠା ତୁଲ୍ୟ।
9 Foreigners have, eaten up, his strength, and, he, knoweth it not, —even gray hairs, are sprinkled upon him, and, he, knoweth it not.
ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱକେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ।
10 Therefore doth the Excellency of Israel, answer, to his face; yet have they not returned unto Yahweh their God, nor have they sought him, in spite of all this!
ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ; ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରି ନାହାନ୍ତି, କିଅବା ଏହିସବୁ ଘଟିଲେ ମଧ୍ୟ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି।
11 So then, Ephraim, hath become, like a simple dove, having no understanding, on Egypt, have they called, to Assyria, have they gone,
ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି।
12 Whithersoever they go, I will spread over them my net, like a bird of the heavens, will I bring them down, I will chastise them, by the time the report can reach the flock of them.
ଯେତେବେଳେ ସେମାନେ ଯିବେ, ସେତେବେଳେ ଆମ୍ଭେ ସେମାନଙ୍କ ଉପରେ ଆପଣା ଜାଲ ପ୍ରସାର କରିବା; ଆମ୍ଭେ ସେମାନଙ୍କୁ ଆକାଶର ପକ୍ଷୀଗଣ ପରି ତଳକୁ ଆଣିବା; ସେମାନଙ୍କ ସମାଜ ଯେପରି ଶୁଣିଅଛନ୍ତି, ସେହିପରି ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା।
13 Woe to them! for they have taken flight from me, destruction to them! for they have transgressed against me, —when, I, would have ransomed them, then, they, spake—concerning me—falsehoods.
ସେମାନେ ସନ୍ତାପର ପାତ୍ର! କାରଣ ସେମାନେ ଆମ୍ଭ ନିକଟରୁ ବିପଥଗାମୀ ହୋଇଅଛନ୍ତି; ସେମାନଙ୍କର ସର୍ବନାଶ ଘଟିବ; କାରଣ ସେମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ମୁକ୍ତ କରିବାକୁ ଇଚ୍ଛା କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ ମିଥ୍ୟା କଥା କହିଅଛନ୍ତି।
14 Neither made they outcry unto me, in their heart, although they kept on howling upon their beds, over corn and new wine, they gathered themselves together, they rebelled against me.
ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।
15 When, I, had warned them, I strengthened their arm, —yet, against me, kept they on devising wickedness.
ଆମ୍ଭେ ସେମାନଙ୍କ ବାହୁକୁ ଶିକ୍ଷା ଦେଇ ସବଳ କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ କୁକଳ୍ପନା କରନ୍ତି।
16 They would return—not to him who is on high! They have become like a deceitful bow, their rulers, shall fall by the sword, for the rage of their tongue, this, [shall be] their derision in the land of Egypt.
ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କ ଅଧିପତିମାନେ ଆପଣା ଆପଣା ଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ।

< Hosea 7 >